ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଗୁଳିମାଡ଼ରେ ୨ ଗୁରୁତର, ଭୋଟ ଦେବାକୁ ଗାଁକୁ ଆସିଥିଲେ

ଭଞ୍ଜନଗର,୨୫।୫ : ବୁଗୁଡ଼ା ଥାନା ଅନ୍ତର୍ଗତ କରସିଙ୍ଗି ପଞ୍ଚାୟତ ପୋକସୁଙ୍ଗା ଗ୍ରାମରେ ଗୁଳିମାଡରେ  ଦୁଇ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ  ବୁଗୁଡ଼ା ମେଡିକାଲରେ ଭର୍ତ୍ତି କରାଯାଇଛି l ଗୁରୁତର୨ ଜଣ ହେଲେ  ଅବକାଶ ଜାନି ଓ ରଘୁନାଥ ଜାନି l ଗୁଳିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ବୁଗୁଡ଼ା ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ l 

ଦୁହେଁ ବାହାରେ ରାଜ୍ୟ ରେ କାମ କରୁଥିଲେ l ଭୋଟ ଦେବା ପାଇଁ ଗାଁ କୁ ଆସିଥିଲେ l ଆଜି ଦୁହେଁ ମିଶି ଗାଁ ନିକଟ କାଜୁବଗିଚା କୁ ଯାଇଥିବା ବେଳେ ଅତର୍କିତ ଭାବରେ ଗୁଳି ଆସି ସେମାନଙ୍କ ଉପରେ  ବାଜିଥିଲା l କେଉଁ କାରଣ ରୁ ଓ କିଏ ଏପରି ତାଙ୍କୁ ଆକ୍ରମଣ କରିଛି ତାହା ସ୍ପଷ୍ଟ ହୋଇନାହିଁ l ଦୁହିଁଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ପ୍ରଥମେ ବୁଗୁଡ଼ା ମେଡିକାଲ ରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି l ଘଟଣା ସ୍ଥଳ ରେ ବୁଗୁଡ଼ା ପୋଲିସ ପହଂଚି ତଦନ୍ତ କରୁଛି

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.