ପ୍ରମୂଖ ଖବର
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ବାରହା ଆକ୍ରମଣରେ ଦୁଇ ମହିଳା ଆହତ

Published By : Rasmita Pradhan | March 12, 2025 1:48 PM

ଭୁବନେଶ୍ଵର, ୧୨/୦୩ : ବାରହା ଆକ୍ରମଣରେ ଦୁଇ ମହିଳା ଆହତ। ଗଞ୍ଜାମ ଜିଲ୍ଲା ପୋଲସରା ଥାନା ଖଣ୍ଡୁରୁ ଗ୍ରାମ ନିକଟରେ ଏହି ଘଟଣା ଘଟିଛି। ଚାଷ ଜମିକୁ ଯାଇଥିବା ବେଳେ ବାରହା ଆକ୍ରମଣ କରିଛି। ଆହତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ସୂଚନାନୁଯାୟୀ, ବୁଧବାର ସକାଳେ ଚଢିଆପଡା ଗ୍ରାମର ବନିତା ସାହୁ ଏବଂ ଖଣ୍ଡୁରୁ ଗ୍ରାମର ସାବିତ୍ରୀ ସାହୁ ପରିବା ଆଣିବା ପାଇଁ ଚାଷ ଜମିକୁ ଯାଇଥିଲେ। ଏହି ସମୟରେ ତାଙ୍କୁ ଏକ ବାରହା ଆକ୍ରମଣ କରିଥିଲା। ଦୁହେଁ ପାଟି କରିବାରୁ ସ୍ଥାନୀୟ ଲୋକେ ଆସି ତାଙ୍କୁ ବଞ୍ଚାଇଥିଲେ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ପୋଲସରା ଗୋଷ୍ଠି ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ସାବିତ୍ରୀଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସେପଟେ ବନ ବିଭାଗକୁ ଖବର ଦିଆଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଘଟଣାସ୍ଥଳରେ ପହଞ୍ଚି ନାହିଁ। 

ଏହି ଖବରଟିକୁ ପଢନ୍ତୁ-ଭରତପୁର ଥାନା ମାମଲା: ସରକାରଙ୍କୁ ୨୮୨ ଫର୍ଦ୍ଦର ରିପୋର୍ଟ ଦେଲେ ତଦନ୍ତ କମିଶନ ଅଧ୍ୟକ୍ଷ


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.