ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଆଇଡି ବୋମା ବିସ୍ଫୋରଣରେ ୨ ଯବାନ ଆହତ

Published By : Gurupada Nath | January 17, 2025 9:21 PM

ମାଲକାନଗିରି, ୧୭/୧ : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ନାରାୟଣପୁର ଜିଲ୍ଲାରେ ମାଓବାଦୀଙ୍କ ଆଇଡି ବୋମା ବିସ୍ଫୋରଣରେ ଦୁଇ ଜଣ ଯବାନ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ ନାରାୟଣପୁର ଜିଲ୍ଲାର ଅବୁଝମାଡ ସ୍ଥିତ ଗାରପା ଗ୍ରାମ ନିକଟରେ ବିଏସଏଫ ଯବାନମାନେ ତଲାସି ଅଭିଯାନ କରୁଥିଲେ। ମଓ ଦମନ ନିମନ୍ତେ ଏହି ତଲାସି ଅଭିଯାନ କରିବାବେଳେ ହଠାତ ଏକ ଆଇଡି ବୋମା ବିସ୍ଫୋରଣ ଘଟିଥିଲା। 

ତେବେ ଏହି ବୋମାକୁ ମାଓବାଦୀମାନେ ଖଞ୍ଜିଥିବାବେଳେ ଏହାର ବିସ୍ଫୋରଣରେ ଦୁଇ ଜଣ ଯବାନ ଆହତ ହୋଇଥିଲେ। ତୁରନ୍ତ ସାଥି ଯବାନମାନେ ଆହତ ଯବାନମାନଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇବା ସହ ଅଞ୍ଚଳରେ ତଲାସି ଅଭିଯାନକୁ ବଢାଇ ଦିଆଯାଇଥିବା ଜଣାପଡ଼ିଛି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.