ପ୍ରମୂଖ ଖବର
  • ଯାତ୍ରା କଳିରେ ପଡିଲା ଯବନିକା, ୫ ବର୍ଷ ରହିବି ବର୍ଷେ ପରେ ମଞ୍ଚରେ ଚଢିବି କହିଲେ ପୀୟୂଷ
  • ||
  • ମହାକାଶକୁ ଉଡ଼ାଣ ଭରିବେ ଶୁଭାଂଶୁ ଶୁକ୍ଳା; ୬ ଥର ଘୁଞ୍ଚିଲା ପରେ ଆସନ୍ତାକାଲି ଲଞ୍ଚ ହେବ ଆକ୍ସିଓମ୍‌-୪ ମିଶନ୍
  • ||
  • ଗଞ୍ଜାମ: ୨ ଦଳିତଙ୍କୁ ଲଣ୍ଡା କରି ଆଣ୍ଠେଇ ଚଲାଇବା ମାମଲା, ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିବ କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟି
  • ||
  • ବୁଧବାର BMC କର୍ପୋରେସନ ବୈଠକ: ଏକାଧିକ ପ୍ରସ୍ତାବରେ ବାଜିବ ମୋହର, ଉଠିବ ଜଳବନ୍ଦୀ ଓ ଡେଙ୍ଗୁ ପ୍ରସଙ୍ଗ
  • ||
  • ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଆଜି ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ
  • ||
  • ମହାପ୍ରଭୁଙ୍କୁ ଲାଗି ହେବା ପୂର୍ବରୁ ଦଶମୂଳ ମୋଦକ ଚୋରି, ମାରା ମହୌଷଧି ଶ୍ରୀଜିଉଙ୍କୁ ଲାଗି ହେଲା କିପରି ?
  • ||
  • ଗୋପାଳପୁର ଗଣଦୁଷ୍କର୍ମ ମାମଲା, ୬ ଅଭିଯୁକ୍ତଙ୍କୁ ଦିନିକିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • କେନ୍ଦୁଝର: ଟ୍ରକ୍ ପଛରେ ପିଟିହେଲା କନ୍ୟାଯାତ୍ରୀ ବସ୍, ଜଣେ ମୃତ ୧୩ ଗୁରୁତର
  • ||
  • ଇରାନ୍-ଇସ୍ରାଏଲ୍ ଯୁଦ୍ଧ ନେଇ ଟ୍ରମ୍ପ୍‌ଙ୍କ ବଡ଼ ଘୋଷଣା, ୧୨ ଦିନ ପରେ ସମ୍ପୂର୍ଣ୍ଣ ଅସ୍ତ୍ରବିରତି ଘୋଷଣା
  • ||
  • ଘୂର୍ଣ୍ଣିବଳୟ ପ୍ରଭାବରେ ଲଗାଣ ବର୍ଷା: ସପ୍ତାହେ ଯାଏ ପ୍ରବଳ ଛେଚିବ,୨୫ରେ ୩ଟି,୨୬ରେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ପଣସ ବୋଝେଇ ପିକଅପ୍ ଭ୍ୟାନ୍ ଧକ୍କାରେ ୨ ମୃତ, ପ୍ରତିବାଦରେ ମେଡିକାଲ ଆଗରେ ସମ୍ପର୍କୀୟଙ୍କ ରାସ୍ତା ଅବରୋଧ

Published By : Swapna Ray | June 9, 2025 1:23 PM

ବାଲିଗୁଡ଼ା, ୯।୬: ପଣସ ବୋଝେଇ ପିକଅପ୍ ଭ୍ୟାନ ଧକ୍କାରେ ବାପା ପୁଅଙ୍କ ମୃତ । ବାଲିଗୁଡ଼ା ଥାନା ଅର୍ନ୍ତଗତ ରୁତୁଙ୍ଗିଆ ପଞ୍ଚାୟତର ସିରିସପାଙ୍ଗା ଗ୍ରାମର ବାପା ହେମ କହଁର ଓ ପୁଅ ନିଳମଣି କହଁର ଖମଲଖୋଲ ଅଞ୍ଚଳକୁ କାମ କରିବାକୁ ଯାଇଥିଲେ । ଗତକାଲି ଉଭୟ ବାପା ପୁଅ ନିଜ ମଟରସାଇକେଲରେ ଘରକୁ ଫେରିବା ସମୟରେ ସୁଡ୍ରା ପଞ୍ଚାୟତର ଗାଲିଗୁରା ଗାଁ ନିକଟରେ ଏକ ପଣସ ବୋଝେଇ ପିକଅପ୍ ଭ୍ୟାନ ସହ ମଟର ସାଇକେଲ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ବାପା ପୁଅ ଗୁରୁତର ଆହତ ହୋଇଥିଲେ । 

ସ୍ଥାନୀୟ ଲୋକେ ଦୁର୍ଘଟଣା ଘଟାଇଥିବା ପିକଅପ୍‌ ଭ୍ୟାନକୁ ଅଟକ ରଖିବା ସହ ପୁଲିସକୁ ଜଣାଇଥିଲେ । ଉଭୟ ଗୁରୁତରଙ୍କୁ ବାଲିଗୁଡ଼ା ମେଡିକାଲକୁ ଚିକିତ୍ସା ପାଇଁ ପଠାଇଥିଲେ । ବାପା ହେମ କହଁରକୁ ଡାକ୍ତର ମୃତ ଘୋଷଣା କରିଥିଲେ ଓ ପୁଅ ନୀଳମଣିକୁ ଅଧିକ ଚିକିତ୍ସା ଲାଗି ଫୁଲବାଣୀ ମେଡିକାଲକୁ ପଠାଇଥିଲେ । କିନ୍ତୁ, ଅଧା ବାଟରେ ନୀଳମଣିଙ୍କର ମୃତ୍ୟୁ ହୋଇଥିଲା । ଏ ଘଟଣାର ପ୍ରତିବାଦରେ ସୋମବାର ବାଲିଗୁଡ଼ା ଉପଖଣ୍ଡ ମେଡିକାଲ ସମ୍ମୁଖରେ ମୃତକଙ୍କ ସମ୍ପର୍କୀୟ ୫ ଲକ୍ଷ ଦାବି କରି ରାସ୍ତା ଅବରୋଧ କରିଥିଲେ । ସ୍ଥାନୀୟ ତହସିଲଦାର ଓ ପୋଲିସ ଏବଂ ସମାଜସେବୀ ଡଃ ବିଚିତ୍ରାନନ୍ଦ ଆଚାର୍ଯ୍ୟ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ବୁଝାସୁଝା କରିଥିଲେ । ପରେ ରାସ୍ତାରୁ ସମ୍ପର୍କୀୟଙ୍କୁ ହଟାଇବା ସହ ଦାବି ଅନୁଯାୟୀ କ୍ଷତି ପୂରଣ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ଏକ ଘଣ୍ଟା ଧରି ରାସ୍ତା ରୋକ ହେବା ପରେ ଶେଷରେ ହଟିଥିଲା ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.