ପ୍ରମୂଖ ଖବର
  • ରାଜଧାନୀରେ ବୁଲିଲା ଖଣ୍ଡା, ବାଇକ୍‌ ପାର୍କିଂକୁ ନେଇ ରକ୍ତପାତ
  • ||
  • ଉଗ୍ର ହେଉଛି ଇରାନ-ଇସ୍ରାଏଲ ଲଢେଇ; ଇସ୍ରାଏଲକୁ ସମର୍ଥନ କଲେ...ଆମେରିକା ସମେତ ଅନ୍ୟ ଦେଶକୁ ଇରାନର ଚେତାବନୀ
  • ||
  • ମଞ୍ଚେଶ୍ଵରରୁ ୨ ନାବାଳିକା ଶିଶୁ ଶ୍ରମିକ ଉଦ୍ଧାର
  • ||
  • ବଲାଙ୍ଗୀର : ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ ଥାନା ୫୭ ନଂ ଜାତୀୟ ରାଜପଥ ଖଜୁରୀପଡା ଠାରେ ଦୁର୍ଘଟଣା, ବୋଲେରୋ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ ୭ ଆହତ
  • ||
  • ଆଜି ପହିଲି ରଜ; ସବୁଠି ଉତ୍ସାହ, ପୋଡ଼ପିଠା ବାସ୍ନାରେ ମହକୁଛି ଗାଁଠୁ ସହର
  • ||
  • ରଜକୁ ଭିଜାଇବ ବର୍ଷା: ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ ଜାରି
  • ||

ମାଲକାନଗିରି ପୁଲିସକୁ ବଡ଼ ସଫଳତା, ୨ ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ

Published By : Rasmita Pradhan | June 13, 2025 2:45 PM

ଭୁବନେଶ୍ଵର, ୧୩/୦୬ : ମାଓବାଦୀ ଅଭିଯାନ କ୍ଷେତ୍ରରେ ମାଲକାନଗିରି ପୁଲିସକୁ ବଡ଼ ସଫଳତା। ଦୁଇ ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ। ଗିରଫ ହୋଇଥିବା ଦୁଇ ମାଓବାଦୀ ହେଉଛନ୍ତି କେସା କୱାସି ଓ ରାକେଶ ଓରଫ ସାନୁ କୁଞ୍ଜମ। ଉଭୟଙ୍କ ନିକଟରୁ ଗୋଟିଏ ପିସ୍ତଲ, ୬  ରାଉଣ୍ଡ ଗୁଳି, ଇଲେକ୍ଟ୍ରିକ୍ ଡିଟୋନେଟର୍, କୋଡେକ୍ସ ତାର, ଗନ୍ ପାଉଡର୍, ୱାକିଟକି, ବ୍ୟାଟେରୀ, ମାଓବାଦୀ ପୁସ୍ତିକା ସମେତ ଅନ୍ୟାନ୍ୟ ଅପରାଧିକ ସାମଗ୍ରୀ ଜବତ କରାଯାଇଛି। କେସା କୱାସିର ଘର ଛତିଶଗଡ଼ର ବସ୍ତର ଜିଲ୍ଲା ଦରବା ଥାନା ଅଞ୍ଚଳରେ ହୋଇଥିବା ବେଳେ ସାନୁ କୁଞ୍ଜମ ଓରଫ ରାକେଶର ଘର ଛତିଶଗଡ଼ର ବିଜାପୁର ଜିଲ୍ଲା ଗାଙ୍ଗଲୁର ଥାନା ଅଞ୍ଚଳରେ।

ସୂଚନାନୁଯାୟୀ, ଗତ ଜୁନ ୧୨ ତାରିଖ ବିଳମ୍ବିତ ରାତି ସମୟରେ ମାଥିଲି ଥାନା ଅଧୀନ ସୋଡିଗୁଡ଼ା ଏବଂ ତେନ୍ତୁଲିଗୁଡ଼ା ଗ୍ରାମ ନିକଟସ୍ଥ ଜଙ୍ଗଲରେ କିଛି ମାଓବାଦୀଙ୍କ ଗତିବିଧି ସମ୍ପର୍କରେ ଗୁଇନ୍ଦା ସୂଚନା ମିଳିଥିଲା। ଏହାକୁ ଆଧାର କରି ପୁଲିସ ପକ୍ଷରୁ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇ ସମ୍ପୃକ୍ତ ଜଙ୍ଗଲରେ ସର୍ଚ୍ଚ ଅପରେସନ କରାଯାଇଥିଲା। ଶୁକ୍ରବାର ଭୋର୍ ସମୟରେ ମାଓବାଦୀମାନେ ଉକ୍ତ ଜଙ୍ଗଲରୁ ଖସି ପଳାଇବାକୁ ଉଦ୍ୟମ କରି ସୁରକ୍ଷା ବାହିନୀଙ୍କ ଉପରକୁ ଗୁଳି ଚଳାଇଥିଲେ। ଆତ୍ମରକ୍ଷା ପାଇଁ ସୁରକ୍ଷା କର୍ମୀ ମଧ୍ୟ ପାଲଟା ଗୁଳି ଚାଳନା କରିଥିଲେ। ଘଟଣାସ୍ଥଳରୁ କିଛି ମାଓବାଦୀ ଖସି ପଳାଇଥିବା ବେଳେ ଦୁର୍ଦ୍ଦାନ୍ତ ମାଓବାଦୀ କେସ କାୱାସି ଓ ସାନୁ କୁଞ୍ଜମ ପୁଲିସ ହାବୁଡରେ ପଡିଯାଇଥିଲେ।


ଉଲ୍ଲେଖଯୋଗ୍ୟ ଯେ, ମାଓବାଦୀ କେସା କୱାସୀ ଏବଂ ସାନୁ କୁଞ୍ଜମ ବିଭିନ୍ନ ମାଓ ଘଟଣାରେ ସମ୍ପୃକ୍ତ ଅଛନ୍ତି। କେସା କୱାସୀ ନାଁରେ କୋରାପୁଟ ଜିଲ୍ଲାର ବୈପାରୀଗୁଡା, କୁନ୍ଦ୍ରା ଥାନା, ମାଲକାନଗିରି ଜିଲ୍ଲାର ମାଥିଲି ଥାନାରେ ମାମଲା ରହିଛି। ସେହିପରି ରାକେଶ ଓରଫ ସାନୁ କୁଞ୍ଜମ ନାଁରେ ମାଲକାନଗିରି ଜିଲ୍ଲାର ମାଥିଲି ଥାନାରେ ମାମଲା ରହିଛି। 




























 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.