ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ରାସ୍ତା ନିକଟରୁ ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର, ୨ ଗୁରୁତର

Published By : Harapriya Sethi | November 20, 2024 8:04 AM

ବାଲେଶ୍ୱର,୨୦/୧୧: ବାଲେଶ୍ୱର ଉପକଣ୍ଠ ଗୁଜୁରିବଜାର ପୋଲ ନିକଟରୁ ୨ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଅନ୍ୟ ଦୁଇଜଣ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ମୃତକ ଦ୍ୱୟ ହେଲେ କସିମାବାଦ ଅଞ୍ଚଳର ରକି ଟୁଡୁ ଏବଂ ବିକାଶ ମୁର୍ମୁ ବୋଲି ଜଣାପଡ଼ିଛି । ନିଶାସକ୍ତ ଅବସ୍ଥାରେ ଭାରସାମ୍ୟ ହରାଇ ଏଭଳି ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ଆହତ ଦ୍ୱୟ ଅନନ୍ତ ମାଝି ଏବଂ ରାହୁଲ ମାଝି ବୋଲି ଜଣାପଡ଼ିଛି । ସେମାନ ନିକଟରୁ ତେଲଙ୍ଗା କଟୁରି, ଛୁରା ବାହାରିବା ତଦନ୍ତକୁ ଭିନ୍ନ ମୋଡ଼ ଦେଇଛି। 

ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ଏହି ଚାରିଜଣ ମଙ୍ଗଳବାର ରାତିରେ ବୁଲାବୁଲି କରୁଥିଲେ । ବୁଧବାର ଭୋର ସମୟରେ ସେମାନେ ଜଣେ ସାଙ୍ଗକୁ ଆଣିବା ପାଇଁ ଘୋଡ଼ାପଦା ଯାଇଥିଲେ । ଆସିବା ବେଳେ ରାସ୍ତାରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡିଥିବା ସନ୍ଦେହ କରାଯାଉଛି । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପୋଲିସ ପହଞ୍ଚିଥିଲା । ସେଠାରେ ପହଞ୍ଚି ୨ଟି ବାଇକ୍‌ ଜବତ କରିଛି ପୋଲିସ । ଏହା ସହ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ଏହା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.