ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଏନ୍‌କାଉଣ୍ଟରରେ ଟଳିଲେ ୨ ମାଓବାଦୀ, ବିପୁଳ ପରିମାଣର ମାରଣାସ୍ତ୍ର ଜବତ

Published By : Harapriya Sethi | November 9, 2024 7:57 AM

ମାଲକାନଗିରି,୦୯/୧୧: ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ଏନକାଣ୍ଟର । ସୁରକ୍ଷା କର୍ମୀଙ୍କ ଗୁଳିରେ ଦୁଇ ମାଓବାଦୀ ନିହତ । ଘଟଣା ସ୍ଥଳରୁ ବନ୍ଧୁକ ସହ ବହୁ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ । ବିଜାପୁର ଜିଲ୍ଲାର ଉସୁର ବାସାଗୁଡା ଓ ପାମେଡ ଜଙ୍ଗଲରେ ଏହି ଏନ୍‌କାଉଣ୍ଟର ହୋଇଛି । ଏହି ଅପରେସନରେ ନିୟୋଜିତ ସମସ୍ତ ଯବାନ ସୁରକ୍ଷିତ ରହିଥିବା ଜଣାପଡିଛି ।

ସୂଚନା ମୁତାବକ, ଉସୁର ବାସାଗୁଡା ଓ ପାମେଡ ଅଞ୍ଚଳରେ ମାଓବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇଥିଲେ ସୁରକ୍ଷା କର୍ମୀ । ଖବର ପାଇବା ପରେ ଡିଆରଜି, ସିଆରପିଏଫ ଓ ଏସଟିଏଫ ବାହିନୀ ପକ୍ଷରୁ ସେଠାରେ ମିଳିତ ଅପରେସନ ଆରମ୍ଭ ହୋଇଥିଲା । ସୁରକ୍ଷା କର୍ମୀଙ୍କୁ ଦେଖି ନକ୍ସଲ ମାନେ ପ୍ରଥମେ ଗୁଳି ଚାଳନା କରିଥିଲେ । ପରେ ଏହାର ପାଲଟା ଜବାବ ଦେଇଥିଲେ ଯବାନ । ଉଭୟଙ୍କ ମଧ୍ୟରେ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଗୁଳି ବିନିମୟ ହୋଇଥିଲା । ପରେ ମାଓବାଦୀ ମାନେ ଘଟଣାସ୍ଥଳରୁ ପଳାଇଥିଲେ । ଏହା ପରେ ସେଠାରେ ସର୍ଚ୍ଚ ଅପରେସନ କରି ଦୁଇ ଜଣ ମାଓବାଦୀଙ୍କ ମୃତ ଦେହ ଠାବ କରିଥିଲେ ସୁରକ୍ଷା କର୍ମୀ । ତେବେ ଏହି ଅପରେସନରେ ସମସ୍ତ ଯବାନ ସୁରକ୍ଷିତ ଥିବା ଜଣାପଡିଛି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.