PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ବିଜେବି କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
  • ||
  • ୨୦୨୨-୨୩ ବଜେଟ୍‌ : ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ର ପାଇଁ ୨୭,୩୨୪କୋଟି ଟଙ୍କା ଆବଣ୍ଟନ
  • ||
  • ଉଦୟପୁର ହତ୍ୟାକାଣ୍ଡ ଘଟଣା : କୋର୍ଟ ୪ ଅଭିଯୁକ୍ତଙ୍କୁ ୧୦ଦିନର NIA ରିମାଣ୍ଡରେ ପଠାଇଲେ
  • ||
  • ଭୁବନେଶ୍ବର ପରେ କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
  • ||
  • ପୁରୀ : ଗୁଣ୍ଡିଚା ମନ୍ଦିର ରୋଷଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ, ୨୦ରୁ ଅଧିକ ଚୁଲି ଭାଙ୍ଗି ଥିବା ସୂଚନା
  • ||
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ଛିଣ୍ଡିଥିବା ବିଦ୍ୟୁତ ତାର  ସଂସ୍ପର୍ଶରେ ଆସି  ଜେଜେ ମା’, ନାତୁଣୀ ମୃତ

ଟାଙ୍ଗୀ, ୨୧।୫  ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନଏସି ଅଞ୍ଚଳର ଶ୍ରୀନିବାସପୁର ଗାଁ ରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଜେଜେ ମା’  ଓ  ନାତୁଣୀ ର ମୃତ୍ୟୁ ହୋଇଛି । ମୃତକ ୨ ଜଣ ହେଉଛନ୍ତି  ଜେଜ ମା’ କମା ନାୟକ ଏବଂ ତାଙ୍କର  ନାତୁଣୀ ବେବି ନାୟକ ।

ବାଣପୁର ସ୍ଥିତ ସାଳିଆ ନଦୀକୁ ଶୌଚ ହେବାପାଇଁ  ପ୍ରତିଦିନ ଭଳି ଶନିବାର  ସଂଧ୍ୟାରେ  ଜେଜ ମା’  ଓ  ନାତୁଣୀ ଦୁହେଁ ଯାଇଥିଲେ ।  ପୂର୍ବରୁ ସେଠାରେ ଛିଣ୍ଡି ପଡିଥିବା ବିଦ୍ୟୁତ୍  ତା’ର ସଂସ୍ପର୍ଶରେ ଦୁହେଁ ଆସିଥିଲେ। ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା। ସେହିପରି ସମୟରେ   ଆଉ କିଛି ଲୋକମାନେ ସେହି ସ୍ଥାନକୁ ଶୈ।ଚ ହେବା ପାଇଁ ଯାଇଥିବା ବେଳେ   ନଈ କୂଳରେ ଏହି ୨  ଜଣ ଅଚେତ ଅବସ୍ଥାରେ ପଡ଼ି ରହିଥିବା ଦେଖି ସ୍ଥାନୀୟ ଲୋକମାନେ ଉଦ୍ଧାର କରି ଚିକିତ୍ସା ପାଇଁ ବଣପୁର ମେଡିକାଲ ଆଣିଥିଲେ । କିନ୍ତୁ ଡାକ୍ତର ଉଭୟଙ୍କୁ  ମୃତ ଘୋଷଣା  କରିଥିଲେ।  ବାଣପୁର ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି ।  ତେଣୁ ମୃତଦେହ ବ୍ୟବଚ୍ଛେଦ ପରେ ମୃତ୍ୟୁ ର କାରଣ ସାମ୍ନାକୁ ଆସିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି ।