ପ୍ରମୂଖ ଖବର
  • କଟକ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରେଭେନ୍ସା ବିଶ୍ୱବିଦ୍ୟାଳୟ ୧୩ ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ
  • ||
  • ମଙ୍ଗଳବାରଠୁ ଆଧାର ଓଟିପିରୁ ବୁକ୍‌ ହେବ ତତ୍କାଳ ଟିକଟ, ପ୍ରଥମ ୩୦ ମିନିଟ୍‌ ଏଜେଣ୍ଟ କରିପାରିବେନି ବୁକିଂ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ବାଇକ୍ ଦୁର୍ଘଟଣାରେ ୨ ଗୁରୁତର, ପଶ୍ଚିମବଙ୍ଗରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିଲେ ଯୁବକ

Published By : Rasmita Pradhan | April 12, 2025 10:54 AM

ଖନ୍ତାପଡ଼ା, ୧୨/୦୪ : ଖନ୍ତାପଡ଼ା ଥାନା ବାହାନଗା ବ୍ଲକ ନିକଟସ୍ଥ ବଜାରରେ ଦୁର୍ଘଟଣା। ଶନିବାର ସକାଳେ ବାଇକ୍ ଯୋଗେ ୨ ଜଣ ଯୁବକ ଯାଉଥିବା ବେଳେ ଭାରସାମ୍ୟ ହରାଇ ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ପାଇଁ ଲାଗିଥିବା ପୋଲକୁ ଧକ୍କା ଦେଇ ଗାଡିରୁ ଛିଟିକି ପଡିଥିଲେ। ସ୍ଥାନୀୟ ଲୋକେ ଦୁହିଁଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।

ସୂଚନାନୁଯାୟୀ, ଦୁଇ ଜଣ ଯୁବକ ପଶ୍ଚିମବଙ୍ଗରୁ ଖୋର୍ଦ୍ଧା ଅଭିମୁଖେ ବାଇକ୍ ଯୋଗେ ଯାଉଥିଲେ। ଶନିବାର ସକାଳେ ଖନ୍ତାପଡ଼ା ଥାନା ବାହାନଗା ବ୍ଲକ ନିକଟସ୍ଥ ବଜାରରେ ବାଇକ୍‌ଟି ଭାରସାମ୍ୟ ହରାଇ ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ପାଇଁ ଲାଗିଥିବା ପୋଲକୁ ଧକ୍କା ଦେଇଥିଲା। ଫଳରେ ଦୁଇ ଯୁବକ ଗୁରୁତର ହୋଇ ରାସ୍ତାକଡ଼ରେ ପଡିଥିଲେ। ସ୍ଥାନୀୟ ଲୋକେ ଏକ ଆମ୍ବୁଲାନ୍ସ ଯୋଗେ ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଦୁହିଁଙ୍କ ମୁହଁରେ ଗଭୀର କ୍ଷତ ହୋଇଥିବାରୁ ଡାକ୍ତର ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିବା ଜଣାପଡିଛି। ଗୁରୁତରଙ୍କ ଭିତରୁ ଜଣେ ପଶ୍ଚିମବଙ୍ଗ ଖରଗପୁର ଅଞ୍ଚଳ ସାହିଲ ରେହେମାନ (୨୪ ବର୍ଷ) ବୋଲି ଜଣାପଡ଼ିଛି। ଖବର ଲେଖା ହେବା ପର୍ଯ୍ୟନ୍ତ ଥାନାରେ କୌଣସି ଅଭିଯୋଗ ହୋଇନାହିଁ।

ଏହି ଖବରଟିକୁ ପଢନ୍ତୁ-ପାରିବାରିକ କଳହରୁ ଦାଦାର ଗଣ୍ଡିମୁଣ୍ଡ ଅଲଗା କରିଦେଲା ପୁତୁରା, କଟା ମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.