ପ୍ରମୂଖ ଖବର
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା, ଦୁର୍ଦ୍ଦାନ୍ତ ଅପରାଧୀ ରବି ଦାସକୁ ଖଣ୍ଡାରେ ହାଣିଲେ ୨ ପୁତୁରା

Published By : Harapriya Sethi | March 5, 2025 10:54 AM

ଭୁବନେଶ୍ୱର, ୦୫/୦୩: ହରିପୁର ଗାଁରେ ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ । ଦୁର୍ଦ୍ଦାନ୍ତ ଅପରାଧୀ ରବି ଦାସକୁ ଖଣ୍ଡାରେ ହାଣିଲେ ନିଜର ଦୁଇ ପୁତୁରା । ହତ୍ୟା ପରେ ବୋମା ଫୁଟାଇ ଫେରାର ହୋଇଗଲେ ହତ୍ୟାକାରୀ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ହରିପୁର ଗାଁରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ପୂର୍ବ ଶତ୍ରୁତାକୁ ନେଇ ରବି ଦାସ ଏବଂ ତାଙ୍କ ପୁତୁରାଙ୍କ ମଧ୍ୟରେ ତିକ୍ତତା ଲାଗି ରହିଥଲା । ଯାହା ଫଳରେ ଦୁଇ ଜଣ ପୁତୁରା ନିଜର ଆଉ ୨ ଜଣ ସାଙ୍ଗ ସହ ମିଶି ଦାଦା ତଥା ଅପରାଧୀ ରବି ଦାସଙ୍କୁ ଖଣ୍ଡାରେ ହାଣି ହତ୍ୟା କରିଥିଲେ । ଖଲ୍ଲିକୋଟ ଥାନା ହରିପୁର ଗାଁ ନିକଟରେ ରବି ଦାସଙ୍କୁ ହତ୍ୟା କରିଥିଲେ । ହତ୍ୟା ପରେ ଦୁଇ ପୁତୁରା ଏବଂ ଦୁଇ ସାଥୀ ଘଟଣା ସ୍ଥଳରେ ବୋମା ଫିଙ୍ଗି ଫେରାର ମାରିଥିଲେ । ଏହି ହତ୍ୟା ପରେ ସ୍ଥାନୀୟଲୋକେ ତୁରନ୍ତ ପୋଲିକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଖଲ୍ଲିକୋଟ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.