ପ୍ରମୂଖ ଖବର
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ବାଇକ୍, ୨ ଯୁବକ ମୃତ

Published By : Harapriya Sethi | March 12, 2025 10:29 AM

ଭୁବନେଶ୍ୱର, ୧୨/୦୩: ୩୫ ନମ୍ବର ରାଜ୍ୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ବାଇକ୍‌ । ଦୁର୍ଘଟଣାରେ ଚାଲିଗଲା ୨ ଯୁବକଙ୍କ ଜୀବନ । ମୃତ ଯୁବକ ଦ୍ୱୟ ଭଦ୍ରକ ପୀରହାଟ ଥାନା ଅଧୀନ ତଳଦୁମୁକା ଗାଁର ଚନ୍ଦନ ଜେନା ଓ  ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଅଧୀନ ବଜରାପାଟ ଗାଁର ଶିବ ଜେନା ବୋଲି ଜଣାପଡ଼ିଛି । ଭଦ୍ରକ ଜିଲା ଆରଡ଼ି ଫାଣ୍ଡି ଅଧୀନ ଦୋହରା ପାଟଣା ନିକଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଚନ୍ଦନ ଜେନା ଓ ଶିବ ଜେନା ଏକ ବାଇକ୍‌ ଯୋଗେ ଆରଡିରୁ ଭଦ୍ରକ ଯାଉଥିଲେ । ଏହି ସମୟରେ ୩୫ ନମ୍ବର ରାଜ୍ୟ ରାଜପଥରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା । ଏହି ଦୁର୍ଘଟଣାରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟିଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଆରଡ଼ି ଫାଣ୍ଡି ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରିଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.