ପ୍ରମୂଖ ଖବର
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଗଛରେ ବାଇକ ପଟି ହୋଇ ୨ ଯୁବକ ମୃତ

Published By : Suraj Kumar | May 4, 2025 8:49 PM

ଉଦଳା, ୪।୫ : ଗଛରେ ବାଇକ ପଟି ହୋଇ  ୨ ଯୁବକ  ମୃତ । ଶରତ ଥାନା ଭଣ୍ଡାର ଛକ ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ମୃତକ ୨ ଜଣ ରାଣୀପୋଖରୀ ଗ୍ରାମର ଡିବାର ତିରିଆ ଓ ବିର୍ସା ପୂର୍ତ୍ତି। ଗୁରୁତର ଜଣଙ୍କୁ ଉଦଳା ମେଡିକାଲରେ ଭର୍ତ୍ତି କରାଯାଇଛି। 

ଶରତ ଅଞ୍ଚଳରୁ ବାଇକ ଯୋଗେ ୩ ଜଣ ଯୁବକ କଳମଗଡିଆ ଅଞ୍ଚଳକୁ ଆସୁଥିଲେ। ପ୍ରଧାନ ଦେହୁରୀ ସାହି ଛକ ନିକଟରେ ଭାରସାମ୍ୟ ହରାଇ ଏକ ଶାଳ ଗଛରେ ସିଧା ବାଡେଇ ହୋଇଥିଲା ବାଇକ। ଯାହା ଫଳରେ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି। ରାଣୀପୋଖରୀ ଗ୍ରାମର ଡିବାର ତିରିଆ ଓ ବିର୍ସା ପୂର୍ତ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅଶ୍ଵକୋଟି ଗ୍ରାମର ଗୋରା ପୂର୍ତ୍ତି ଗୁରୁତର ହୋଇଥିଲେ । ଗୁରୁତରଙ୍କୁ ସ୍ଥାନୀୟ ଲୋକେ ଚିକିତ୍ସା ନିମନ୍ତେ ଡାକ୍ତରଖାନା ପଠାଇ ଥିବା ବେଳେ ଅବସ୍ଥା ସଂକଟାପନ୍ନ ରହିଛି।ଖବର ପାଇ ଶରତ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.