ପ୍ରମୂଖ ଖବର
  • ଜଗନ ମୋହନ ରେଡ୍ଡୀଙ୍କ ବିରୋଧରେ ହତ୍ୟା ଉଦ୍ୟମ ମାମଲା, ହୋଇପାରନ୍ତି ଗିରଫ
  • ||
  • ଦକ୍ଷିଣ ମୋଡ଼ ନେଇ ନାକଚଣା ଦ୍ୱାରରେ ଲାଗିଲା ତାଳଧ୍ୱଜ, ଦର୍ପଦଳନ, ଆଜି ନନ୍ଦିଘୋଷର ଦକ୍ଷିଣ ମୋଡ଼
  • ||
  • ଆସୁଛି ଲଘୁଚାପ: ରବିବାରଠାରୁ ରାଜ୍ୟରେ ପ୍ରବଳ ବର୍ଷା, ୧୫ରୁ ୨୧ ଯାଏଁ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||

ବଜ୍ରପାତରେ ୨ ଯୁବକ ମୃତ

ବାଣପୁର, ୨।୯  ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ପୃଥକ ପୃଥକ ସ୍ଥାନରେ ବଜ୍ରାଘାତ ଘଟିବା ଫଳରେ  ଦୁଇ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି।  ମୃତକ ଦ୍ବୟ ହେଲେ ନୀଳାଦ୍ରି ପ୍ରସାଦ ପଞ୍ଚାୟତ ଅରାଙ୍ଗ ଗ୍ରାମ ଭୋଇ ସାହିର ଗୋଲଖ ରଣସିଂହଙ୍କ ପୁଅ ରଞ୍ଜତ ରଣସିଂହ(୨୨) ଏବଂ  ଦାମିଆ ବରବରା ପଞ୍ଚାୟତ କଦମଝୋଲା ଗ୍ରାମର ଭିକାରି ଶବର ଙ୍କ ପୁତ୍ର ଅମର ଶବର(୧୨) l

 ଖବର ମୁତାବକ ଆଜି ଅପରାହ୍ନରେ ବାଣପୁର ଅଞ୍ଚଳରେ ବଜ୍ରପାତ ହୋଇଥିଲା l ଉକ୍ତ ସମୟରେ ଅରାଙ୍ଗ ଗ୍ରାମ ବିଲରେ ରଞ୍ଜତ ତାଙ୍କ ୩ ସାଙ୍ଗଙ୍କ ସହ ଥିବା ବେଳେ ସମସ୍ତେ ବଜ୍ରପାତର ଶିକାର ହୋଇଥିଲେ l ଫଳରେ ରଞ୍ଜତଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା l ଅନୁରୂପଭାବେ କଦମଝୋଲା ଗ୍ରାମର ଅମର ମଧ୍ୟ ସେହି ସମୟରେ ବର୍ଷା ନିମନ୍ତେ ସଡ଼କ କଡରେ ଛିଡା ହୋଇଥିବା ବେଳେ ସେ ମଧ୍ୟ  ବଜ୍ରପାତର ଶିକାର ହୋଇଥିଲେ l ପରିବାରବର୍ଗ ତାଙ୍କୁ ଗୁରୁତର ଅବସ୍ଥାରେ  ବାଣପୁର ମେଡିକାଲକୁ ନେଇଥିବା ବେଳେ ଡାକ୍ତର ସେଠାରେ ଅମରଙ୍କୁ ମୃତଘୋଷଣା କରିଛନ୍ତି l ବଜ୍ରାଘାତ ଯୋଗୁଁ ଦୁଇ ଦୁଇଟି ଅମୁଲ୍ୟ ଜୀବନ ଚାଲିଯାଇଥିବା ବେଳେ ମେଡିକାଲ ପରିସରରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି l 

ଆହୁରି ପଢନ୍ତୁ : ସଉଦା ଧରି ଆସୁଥିଲେ ଦମ୍ପତି, ସାଳନ୍ଦୀ ନଦୀ ସ୍ରୋତ‌ରେ ଭାସିଯାଇ ସ୍ତ୍ରୀ ମୃତ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.