ଭୁବନେଶ୍ଵର, ୮/୧୨ : ଦେଢ ବର୍ଷରେ ୨୦ ଜଣ ପୁଲିସ ଅଧିକାରୀଙ୍କୁ ବାନ୍ଧିଛି ଭିଜିଲାନ୍ସ। ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସିଏମ୍ କହିଛନ୍ତି ଯେ, ଦେଢ ବର୍ଷରେ ୨୭୧ ଜଣ ସରକାରୀ କର୍ମଚାରୀ ବିଭିନ୍ନ ମକୋଦ୍ଦମାରେ ଗିରଫ ହୋଇଛନ୍ତି। ୧୭୪ ଜଣ ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ୩୩ ଜଣ ଚାକିରିରୁ ବହିଷ୍କୃତ ହୋଇଛନ୍ତି। ୬୫ ଜଣ ସରକାରୀ କର୍ମଚାରୀଙ୍କ ପେନସନ ବନ୍ଦ କରାଯାଇଛି।