ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା ରସାବଳିକୁ ମିଳିଲା ଜିଆଇ ଟ୍ୟାଗ୍ ମାନ୍ୟତା , ୧୩ ଡିସେମ୍ୱର ୨୦୨୧ରେ ହୋଇଥିଲା ଆବେଦନ
  • ||
  • ସ୍ବିଡେନ୍‌: ପଦାର୍ଥ ବିଜ୍ଞାନରେ ୩ ଜଣଙ୍କୁ ନୋବେଲ ପୁରସ୍କାର
  • ||
  • ନୂଆଦିଲ୍ଲୀ: ଭୂକମ୍ପରେ ଥରିଲା ଦିଲ୍ଲୀରୁ ଉତ୍ତରାଖଣ୍ଡ, କେନ୍ଦ୍ରସ୍ଥଳ ନେପାଳ
  • ||
  • ବାଙ୍କୀ : ମହାନଦୀ ବ୍ରିଜ୍‌ରେ ଝୁଲୁଛି ବସ୍, ସମସ୍ତ ଯାତ୍ରୀ ସୁରକ୍ଷିତ ଭାବେ ଉଦ୍ଧାର
  • ||
  • ଭୁବନେଶ୍ଵର : ଲୋକସେବା ଭବନରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
  • ||
  • କରଞ୍ଜିଆ : ଭୁଜାଲି ମାଡ଼ରେ ମହିଳା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • ଶ୍ରୀନଗର : ରାଜୌରୀ କାଲାକୋଟ ଆରାରେ ଗୁଳିବିନିମୟ, ୯ ପାରା କମାଣ୍ଡୋ ୟୁନିଟର ୩ ଯବାନ ଆହତ
  • ||
  • ସୁନ୍ଦରଗଡ଼ : ମାଟି କାନ୍ଥ ଭୁଶୁଡ଼ି ଜଣେ ମୃତ
  • ||
  • ବାଲିଗୁଡ଼ା : ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ
  • ||

୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ, ୧୩ ରୁ ଆବେଦନ

ଭୁବନେଶ୍ଵର, ୧୧/୦୯ : ୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି  ପ୍ରକାଶ ପାଇଛି। ଆସନ୍ତା ୧୩ ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଅକ୍ଟୋବର ୧୦ ଆବେଦନର ଶେଷ ତାରିଖ। ଓସେପା ୱେବସାଇଟ୍ https://osepa.odisha.gov.in ରେ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି।

ଏହି ବ୍ୟାପକ ନିଯୁକ୍ତି ପ୍ରକ୍ରିୟା ଶିକ୍ଷା କ୍ଷେତ୍ରରେ ଏକ ଯୁଗାନ୍ତକାରୀ ପଦକ୍ଷେପ । ରାଜ୍ୟର ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦୂର ହେବା ସହ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସୁଦୃଢ଼ ହେବ। ଏହି ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ଅନ୍ଲାଇନରେ କରାଯିବ । କମ୍ପ୍ୟୁଟର ବେସଡ୍ ଟେଷ୍ଟ ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ପ୍ରାର୍ଥୀ ଚୟନ କରାଯିବ । ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲା ଅନୁସାରେ ଜିଲ୍ଲା ପରିଷଦ ପକ୍ଷରୁ ସମସ୍ତ ପ୍ରାଥମିକ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ଓସେପା ୱେବସାଇଟ୍‌ରେ ନିଯୁକ୍ତି ସମ୍ବନ୍ଧୀତ ସମସ୍ତ ତଥ୍ୟ ପ୍ରଦାନ କରାଯିବ । ଅନଲାଇନରେ ଆବେଦନ ପ୍ରକ୍ରିୟାରେ ସମସ୍ୟା ହେଲେ ହେଲ୍ପଡେସ୍କ୍ ନମ୍ବର ୭୩୫୩୯୨୭୭୭୯ରେ ସୋମବାରଠୁ ଶୁକ୍ରବାର ପର୍ଯ୍ୟନ୍ତ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ମଧ୍ୟରେ ଯୋଗାଯୋଗ କରିପାରିବେ।

teacher recruitment
PrameyaOdia
prameyanews
prameya

Copyright © 2022 - Summa Real Media Private Limited. All Rights Reserved.