ପ୍ରମୁଖ ଖବର
  • ବୁଧବାର ଅରୁଣ ଗୋଭିଲ, ଗୁରୁବାର ପୁଣି ଓଡିଶା ଆସିବେ ଜେ.ପି ନଡ୍ଡା
  • ||
  • ପ୍ରଯୋଜକ ବିଜୟ ପଟ୍ଟନାୟକଙ୍କ ପରଲୋକ, ଚିକିତ୍ସାଧୀନ ଅବସ୍ଥାରେ ତ୍ୟାଗ କଲେ ଶେଷ ନିଶ୍ୱାସ
  • ||
  • ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ଦୁର୍ଘଟଣା : ଜଣେ ଆହତ, ଅଳ୍ପକେ ବର୍ତ୍ତିଲେ ୨୦ ପୋଲିସ କର୍ମଚାରୀ
  • ||
  • ରଥଖଳା ହାଲ୍‌ଚାଲ୍‌...ଶ୍ରୀନୃସିଂହ ଚତୁର୍ଦ୍ଦଶୀ ତିଥିରେ ଗୁଜ ଅନୁକୂଳ, ଖୋଳା ହେବ ଯନ୍ତା ଗାଡ଼
  • ||
  • ସ୍ୱାତୀ ମାଲିୱାଲଙ୍କୁ ମାଡ଼ ମାମଲା: ସିଏମ୍‌ ହାଉସ୍‌ରେ ବିଭବଙ୍କୁ ନେଇ ସିନ୍‌ ରିକ୍ରିଏଟ୍‌
  • ||
  • ମଦ ନୀତି ଦୁର୍ନୀତି ମାମଲା: କେଜ୍‌ରିୱାଲଙ୍କୁ ପୁଣି ୧୪ ଦିନ ରିମାଣ୍ଡରେ ନେବାକୁ ଇଡିର ଆବେଦନ
  • ||
  • IPL ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମୁହାଁମୁହିଁ ହେବେ କୋଲକାତା- ହାଇଦ୍ରାବାଦ, ରନ୍‌ ବର୍ଷା କରିବେ ବ୍ୟାଟିଂ ପାୱାର ହାଉସ୍‌
  • ||
  • ବାତ୍ୟା ହେବନି..ଅବପାତ ହୋଇ ମିଆଁମାର ଯିବ: ଜିଏଫଏସ୍
  • ||

୨୦ ହଜାର କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ,୩୦/୦୪: ୨୦ ହଜାର କନିଷ୍ଠ ଶିକ୍ଷକ ନିଯୁକ୍ତି ବିବାଦକୁ ନେଇ ହାଇକୋର୍ଟରେ ରୁଜୁ ରିଟ୍‌ ଅପିଲ୍‌ର ଶୁଣାଣି ସୋମବାର ଶେଷ ହୋଇଛି । କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ପ୍ରକାଶ ପାଇଥିବା ରାଜ୍ୟସ୍ତରୀୟ ମେଧା ତାଲିକାକୁ ହାଇକୋର୍ଟ ରଦ୍ଦ କରିବା ପରେ ଏହାକୁ ଚାଲେଞ୍ଜ କରି ରାଜ୍ୟ ସରକାର ଏବଂ ଏହି ଆଦେଶ ଦ୍ୱାରା ଚାକିରିରୁ ବଞ୍ଚିତ ହୋଇଥିବା କିଛି ପ୍ରାର୍ଥୀ ରିଟ୍‌ ଅପିଲ୍‌ କରିଥିଲେ । ସୋମବାର ଏହି ମାମଲାରେ ପ୍ରତିପକ୍ଷ ଯୁକ୍ତି ଉପସ୍ଥାପନ କରିଥିଲେ । ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂ ଏବଂ ଜଷ୍ଟିସ୍‌ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ବିସ୍ତୃତ ଶୁଣାଣି କରିବା ପରେ ରାୟ ସଂରକ୍ଷିତ ରଖିଛନ୍ତି ।

ଗତ ୨୫ ତାରିଖରେ ହାଇକୋର୍ଟ ୨୯ ତାରିଖରେ ଚୂଡାନ୍ତ ଶୁଣାଣି ହେବ ବୋଲି ନିର୍ଦ୍ଦେଶ ଦେଇଥିଲେ । ସେହି ଆଧାରରେ ସୋମବାର ହାଇକୋର୍ଟ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ଏଜି ଅଶୋକ ପରିଜା, ଆବେଦନକାରୀଙ୍କ ବରିଷ୍ଠ ଆଇନଜୀବୀ ବୁଦ୍ଧଦେବ ରାଉତରାୟ ମାମଲା ପରିଚାଳନା କରୁଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.