PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଶେଷରେ ଚେତିଲେ ସମ୍ବଲପୁର ପୁଲିସ, ଭାଙ୍ଗିଲା କୋରେକ୍ସ ମାଫିଆଙ୍କ ଘର
  • ||
  • ବଲାଙ୍ଗୀର: ରାସ୍ତା ଉପରେ ଜଳିଗଲା ଚଳନ୍ତା କାର୍, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ନୂଆପଡ଼ା : ଘର ଭିତରୁ ବୃଦ୍ଧାଙ୍କୁ ଟାଣିନେଲା ମହାବଳ ବାଘ, ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ
  • ||
  • ବିଶ୍ୱ ଘରଚଟିଆ ଦିବସ, ଏ ବର୍ଷର ଥିମ୍ ‘ଆଇ ଲଭ୍‌ ସ୍ପାରୋ’..
  • ||
  • ଭୁବନେଶ୍ଵର : ଆଜି ବିଶ୍ୱ ପଖାଳ ଦିବସ, ପାଗ ଖରାପ ଲାଗି ଟିକେ ମାନ୍ଦା, ଆଗୁଆ ପାଳିଲେ ଆମିଷ ପ୍ରେମୀ
  • ||
  • କେନ୍ଦୁଝର ସଦର : ଥାନାରେ ପହଞ୍ଚିଲା ସ୍ଵାମୀ-ସ୍ତ୍ରୀଙ୍କ କଳି, ଫାଶୀ ଲଗାଇ ଆତ୍ମହତ୍ୟା କଲା ସ୍ଵାମୀ
  • ||
  • ବୌଦ୍ଧ : କେନ୍ଦୁକାଠ ବୋଝେଇ ଟ୍ରକ୍ ଜବତ, ୩ ଗିରଫ
  • ||

ମଧ୍ୟମ ବର୍ଗଙ୍କୁ ଉପହାର: ୫ଲକ୍ଷ ପର୍ଯ୍ୟନ୍ତ ବଢ଼ିଲା ଆୟକର ଛାଡ଼ ସୀମା

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ପୀୟୂଷ ଗୋୟଲ ଆଜି ସଂସଦରେ ୨୦୧୯-୨୦ ଆର୍ଥିକ ବର୍ଷର ପ୍ରଥମ ୪ ମାସ ପାଇଁ କାମଚଳା ବଜେଟ୍ ଆଗତ କରିଛନ୍ତି। ଏହା ଅନ୍ତରୀଣ ବଜେଟ ହୋଇଥିଲେ ମଧ୍ୟ ସରକାର ଭୋଟରଙ୍କୁ ଆକୃଷ୍ଟ କରିବା ଲାଗି କେତେକ ଲୋଭନୀୟ ଘୋଷଣାମାନ କରିଛନ୍ତି। ବିଶେଷକରି କୃଷକମାନଙ୍କୁ ପ୍ରଲୋଭିତ କରିବା ପାଇଁ ଉଦ୍ୟମ କରିଛନ୍ତି। ପରେ ପରେ ମଧ୍ୟମ ବର୍ଗ, ପେନସନ ଭୋଗୀ ଓ ବରିଷ୍ଠ ନାଗରିକମାନଙ୍କ ପାଇଁ ବଡ଼ ଉପହାର ଦେଇଛନ୍ତି।
ବିଶେଷ କରି ଆଗାମୀ ନିର୍ବାଚନ ପାଇଁ ମଧ୍ୟମବର୍ଗଙ୍କୁ ନିଜ ସପକ୍ଷରେ ଆଣିବାକୁ ଉଦ୍ୟମ କରିଛନ୍ତି କେନ୍ଦ୍ର ସରକାର।

ଅର୍ଥମନ୍ତ୍ରୀ ପୀୟୂଷ ଗୋୟଲ କହିଛନ୍ତି ଯେ, ବାର୍ଷିକ ୫ ଲକ୍ଷ ଟଙ୍କା ପର‌୍ୟ୍ୟନ୍ତ ଆୟ କରୁଥିବା କର୍ମଚାରୀ, ପେନସନ ଭୋଗୀ ଓ ବରିଷ୍ଠ ନାଗରିକମାନଙ୍କୁ ଆଉ କୌଣସି ଟ୍ୟାକ୍ସ ଦେବାକୁ ପଡ଼ିବ ନାହିଁ। ଆୟକର ଛାଡ଼ସୀମାକୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଆଗରୁ ଏହା ୨.୫ ଲକ୍ଷ ଟଙ୍କା ଥିଲା। ସେହିପରି ଅନ୍ୟାନ୍ୟ ନିବେଶ ଉପରେ ସାଢ଼େ ୬ ଲକ୍ଷ ପର‌୍ୟ୍ୟନ୍ତ ଟିକସ ରିହାତି ମଧ୍ୟ ଘୋଷଣା କରିଛନ୍ତି ସରକାର। ଆଡ଼ିସନାଲ୍ ଡିଡ଼କସନ୍ ସୀମା ୨ ଲକ୍ଷକୁ ବୃଦ୍ଧି କରାଯାଇଛି।
ବଜେଟ ଅଭିଭାଷଣ ଅବସରରେ ଶ୍ରୀ ଗୋୟଲ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ଏକ ସ୍ୱଚ୍ଛ ସରକାର ଦେଇଛନ୍ତି। ୨୦୨୨ ସୁଦ୍ଧା ଏକ ନୂଆ ଭାରତ ନିର୍ମାଣ ହେବ। ୨୦୨୨ ସୁଦ୍ଧା ସମସ୍ତଙ୍କୁ ସରକାର ଗୃହ ଯୋଗାଇ ଦେବେ।ସରକାର ଆସନ୍ତା ଆର୍ଥିକ ବର୍ଷର ପ୍ରଥମ ୪ ମାସର ଖର୍ଚ ତୁଲାଇବା ପାଇଁ ଲେଖାନୁଦାନ ଆଗତ କରୁଛନ୍ତି। ନିର୍ବାଚନ ପରେ ନୂଆ ସରକାର ଗଠନ ହେଲେ ପୂର୍ଣ୍ଣାଙ୍ଗ ବଜେଟ୍ ଆଗତ କରିବେ।

ସମ୍ବନ୍ଧିତ ଖବର