ପ୍ରମୂଖ ଖବର
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଜରୁରୀକାଳୀନ ପରିସ୍ଥିତି ସମୟର ବନ୍ଦୀମାନଙ୍କ ପାଇଁ ପେନସନ ପ୍ରସଙ୍ଗ, ରାଜ୍ୟସ୍ତରୀୟ କମିଟି ସୁପାରିଶ କରିଛି ୨୧ ଜଣଙ୍କ ନାମ

Published By : Suraj Kumar | March 26, 2025 9:33 PM

ଭୁବନେଶ୍ବର,୨୬।୩ :    ୧୯୭୫ ମସିହା  ଜୁନ୨୫ ରୁ ୧୯୭୭  ମାର୍ଚ୍ଚ ୨୧ ପର୍ଯ୍ୟନ୍ତ ଜାତୀୟ  ଜରୁରୀକାଳୀନ ପରିସ୍ଥିତି ସମୟରେ MISA, DIR ଏବଂ DISIR ପ୍ରଭୃତି ଆଇନ ବଳରେ ଲୋକମାନେ  ଗିରଫ ହୋଇଥିଲେ। ଏହି  ବନ୍ଦୀମାନଙ୍କୁ ସରକାରଙ୍କ ଦ୍ୱାରା ମାସିକ ପେନସନ ଦେବାପାଇଁ   ଗତ ସ୍ୱାଧୀନତା ଦିବସରେ ଘୋଷଣା କରାଯାଇଥିଲା l ସେହି ଘୋଷଣା ମୁତାବକ  ସରକାରଙ୍କ ଦ୍ୱାରା ଏକ ସଂକଳ୍ପ ପତ୍ର ଜାନୁୟାରୀ ୧୩ ତାରିଖରେ ଜାରି କରାଯାଇଥିଲା l

 ସେହି ସଂକଳ୍ପ ପତ୍ରରେ ଜରୁରୀକାଳୀନ ପରିସ୍ଥିତି ସମୟରେ ବନ୍ଦୀ ହୋଇଥିବା ବ୍ୟକ୍ତିମାନଙ୍କୁ ଜିଲ୍ଲାପାଳମାନଙ୍କ ନିକଟରେ ଆବେଦନ କରିବାକୁ ଘୋଷଣା କରାଯାଇଥିଲା l  ସମ୍ପୃକ୍ତ ଜିଲ୍ଲାପାଳମାନେ ବନ୍ଦୀମାନଙ୍କ ଠାରୁ ପ୍ରାପ୍ତ ହୋଇଥିବା ଆବେଦନ ପତ୍ର ଗୁଡିକୁ ଜିଲ୍ଲାସ୍ତରୀୟ କମିଟିରେ   ତର୍ଜମା କରି ରାଜ୍ୟ  ସ୍ତରୀୟ କମିଟିକୁ ପ୍ରେରଣ କରିଥିଲେ।  

ଇତିମଧ୍ୟରେ ବିଭିନ୍ନ ଜିଲ୍ଲାରୁ ଆସିଥିବା ଜିଲ୍ଲା ସ୍ତରୀୟ କମିଟିର ନିଷ୍ପତ୍ତିକୁ ବିଚାରକରି ପ୍ରଥମ ପର୍ଯ୍ୟାୟରେ ୨୧ ଜଣଙ୍କୁ   ଜାନୁୟାରୀ ୧ ତାରିଖଠାରୁ ମାସିକ କୋଡ଼ିଏ ହଜାର ଟଙ୍କା ପେନସନ ଦେବା ପାଇଁ ରାଜ୍ୟସ୍ତରୀୟ କମିଟି ସୁପାରିଶ କରିଛନ୍ତି l ରାଜ୍ୟ ସରକାର ଇତି ମଧ୍ୟରେ ଏହାକୁ ଅନୁମୋଦନ କରିଛନ୍ତି l MISA, DIR ଏବଂ DISIR ବନ୍ଦୀମାନଙ୍କଠାରୁ ଗ୍ରହଣ ହୋଇଥିବା ଅନ୍ୟ ଆବେଦନ ପତ୍ରଗୁଡିକୁ ବିଚାର କରାଯାଇ ପରବର୍ତ୍ତୀ ପର୍ଯ୍ୟାୟରେ ସେହିମାନଙ୍କୁ ମଧ୍ୟ ଏହି ସୁବିଧା ପ୍ରଦାନ କରାଯିବ l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.