PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୨୧୧ କୋଭିଡ୍ ପଜିଟିଭ

ଭୁବନେଶ୍ଵର, ୨୫/୦୯ : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୩୧୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୩ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩୬ ଜଣ, ସୁନ୍ଦରଗଡ଼ରୁ ୩୨ ଜଣ, କଟକରୁ ୨୭ ଜଣ, ବାଲେଶ୍ବରରୁ ୧୨ ଜଣ, ସମ୍ବଲପୁରରୁ ୧୧ ଜଣ, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ୯ ଜଣ ଲେଖାଁଏ, ବରଗଡ଼ରୁ ୭ ଜଣ, ଜଗତସିଂହପୁର, ଯାଜପୁର, କେନ୍ଦୁଝର ଓ ରାୟଗଡ଼ ଜିଲ୍ଲାରୁ ୫ ଜଣ ଲେଖାଁଏ, ଝାରସୁଗୁଡ଼ା ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଜଣ ଲେଖାଁଏ, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାରୁ ୩ ଜଣ ଲେଖାଁଏ, ଭଦ୍ରକ,ଢ଼େଙ୍କାନାଳ, ଗଞ୍ଜାମ ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ନବରଙ୍ଗପୁରରୁ ୨ ଜଣ ଏବଂ ଷ୍ଟେଟ୍ ପୁଲ୍ରୁ ୯ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୩୧୬୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୨୫୦୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୫୧୫୯୨୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ସମ୍ବନ୍ଧିତ ଖବର