PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ପିପିଲି ଟୋଲ ପ୍ଲାଜା ନିକଟରେ ଓଲଟିଲା ବସ୍, ଜଣେ ମୃତ ଓ ୨୦ଆହତ
  • ||
  • ନୟାଗଡ଼ : ବାଘ ଶୀକାର କରି ଫଟୋ ଉଠାଇବା ପଡ଼ିଲା ମହଙ୍ଗା, ୫ ବର୍ଷ ପରେ ଧରାପଡ଼ିଲା ବାଘ ଶିକାରୀ
  • ||
  • ବାରିପଦା : ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୨୭ ହଜାର ହେକ୍ଟରରୁ ଉର୍ଦ୍ଧ୍ଵ ଜମିକୁ ମିଳିବ ଜଳସେଚନ ସୁବିଧା
  • ||
  • ଉଦଳା : ଉଦଳା ଏନଏସି ଅଧୀନ ୱାର୍ଡ ନମ୍ବର ୩ରେ ଥିବା ଅଙ୍ଗନବାଡି କେନ୍ଦ୍ରରେ କୃମି ଔଷଧ ଖାଇ ଶିଶୁ ପୁତ୍ର ଗୁରୁତର , ଡାକ୍ତରଖାନାରେ ଭର୍ତ୍ତି
  • ||
  • ସମ୍ବଲପୁର : ହୀରାକୁଦର ତଳମୁଣ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ସମ୍ଭାବନା, ସତର୍କ ସୂଚନା ଜାରି କଲା ପ୍ରଶାସନ
  • ||
  • ପାଟଣା : ଘର ଉପରେ ମାଡ଼ି ବସିଲା ବିରାଟକାୟ ବଉଳ ବୃକ୍ଷ, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ
  • ||
  • ପୁରୀ : ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା ଉତ୍ସବ, ବୀରଡୋରିରେ ଦୁଇ ଭାଇଙ୍କ ହାତରେ ୬ ଥାକିଆ ରାକ୍ଷୀ ବାନ୍ଧିଲେ ଭଉଣୀ ସୁଭଦ୍ରା
  • ||
  • ପାଟଣା : ଚୋରାଚାଲାଣ ବେଳେ ମାଡ଼ିବସିଲା ବନ ବିଭାଗ, ଶାଳ କାଠ ବୋଝେଇ ସ୍କର୍ପିଓ ଜବତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ଆଶଙ୍କା
  • ||
  • ଭଦ୍ରକ : ଫୁଲୁଛି ବୈତରଣୀ ଓ ସାଳନ୍ଦୀ, ହଦଗଡ଼ ଡ୍ୟାମ୍‌ରୁ ୨ଟି ଗେଟ୍ ଦେଇ ହେଉଛି ବନ୍ୟାଜଳ ନିଷ୍କାସନ
  • ||

ରାଜ୍ୟରେ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରୁ ବାହାରିଲେ ୨୩୧ କରୋନା ପଜିଟିଭ

ଭୁବନେଶ୍ୱର ୦୨/୦୬: ରାଜ୍ୟରେ କ୍ଷିପ୍ର ଗତିରେ ମାଡ଼ିଲାଣି କରୋନା । ଚାରିଆଡ଼େ କାୟାବିସ୍ତାର କଲାଣି । ବଢ଼ୁଥିବା ସଂକ୍ରମଣ ଛାନିଆ କଲାଣି । ଆଗକୁ ବି ପୁଣି ରାଜ୍ୟରେ ଦୈନିକ ସଂକ୍ରମଣ ବଢ଼ିବ ବୋଲି ଅନୁମାନ କରାଯାଉଛି । ଜ୍ୟରେ ଦ୍ରୁତ ବେଗ ବଢ଼ୁଛି ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୧ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୦୧୯୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଶନିବାର ପୁଣି ୨୦୦ ଶହ ଟପିଲା ଦୈନିକ ସଂକ୍ରମଣ। ୧୮ ଜିଲ୍ଲାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୯ ଜଣ, କଟକରୁ ୩୫ ଜଣ, ବାଲେଶ୍ବରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ, ନୂଆପଡ଼ାରୁ ୮ ଜଣ, ସୋନପୁରରୁ ୬ ଜଣ, ଭଦ୍ରକ ଓ ପୁରୀ ଜିଲ୍ଲାରୁ ୫ ଜଣ ଲେଖାଁଏ, ଦେବଗଡରୁ ୩ ଜଣ, ଜଗତସିଂହପୁରୁ ଓ ଯାଜପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ବଲାଙ୍ଗୀର, ଝାରସୁଗୁଡ଼ା, କଳାହାଣ୍ଡି, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୨୫ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୦୧୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୩୫ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୯୭୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୧୧୧୧୦୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।