ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଶୀତ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି : ବିଧାନସଭା ଜଗିବେ ୨୪ ପ୍ଲାଟୁନ ଫୋର୍ସ, CCTV ସର୍ଭିଲାନ୍ସରେ ରହିବ ଗାନ୍ଧୀ ମାର୍ଗ

Published By : Rasmita Pradhan | November 25, 2024 11:28 AM

ଭୁବନେଶ୍ଵର, ୨୫/୧୧ : ମଙ୍ଗଳବାର ଠାରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ବିଧାନସଭାରେ ୨୪ ପ୍ଲାଟୁନ ଫୋର୍ସ ନିୟୋଜିତ ହେବେ। ଡିସିପିଙ୍କ ନେତୃତ୍ବରେ ୮ ଜଣ ଆଡିସିନାଲ ଡିସିପି,  ୨ କମ୍ପାନି ସିଆରପିଏଫ୍,  ୨ ୟୁନିଟ୍ ସ୍ପେସାଲ ଟାକ୍ଟିକାଲ ୟୁନିଟ୍,  ୪ ପ୍ଲାଟୁନ ଏସଓଜି, ଡଗ ସ୍କ୍ଵାର୍ଡ୍, ଏବଂ ବମ୍ ସ୍କ୍ଵାର୍ଡ ନିୟୋଜିତ ହେବେ। ସୁରକ୍ଷା ଦୃଷ୍ଟିରୁ ସାଧା ପୋଷାକରେ ରାଜଧାନୀର ବିଭିନ୍ନ ସ୍ଥାନରେ ଗୁଇନ୍ଦା ଅଧିକାରୀମାନେ ନିୟୋଜିତ ହେବେ। ବିଧାନସଭା ସମୟରେ ଗାନ୍ଧୀ ମାର୍ଗକୁ ସିସିଟିଭି ସର୍ଭିଲାନ୍ସ ଭିତରେ ରଖାଯିବ। ବିଧାନସଭା ପାଇଁ କମିଶନରେଟ ପୋଲିସ ପକ୍ଷ୍ୟରୁ ୮ଟି ଅସ୍ଥାୟୀ କ୍ୟାମ୍ପ କାର୍ଯ୍ୟାଳୟ ପ୍ରସ୍ତୁତ ହୋଇଛି। ପୁଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି।

ସୂଚନାନୁଯାୟୀ, ମଙ୍ଗଳବାର ଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଗୃହ କାର୍ଯ୍ୟ କେମିତି ସୁଚାରୁ ଭାବେ ଚାଲିପାରିବ, ସେ ନେଇ ସର୍ବଦଳୀୟ ବୈଠକ ବସିଛି। ବାଚସ୍ପତି ସମସ୍ତଙ୍କ ସହଯୋଗ ଲୋଡିଛନ୍ତି। ବିଜେପି ବିଧାୟକ ଦଳ ନେତା ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲ ବୈଠକରେ ଉପସ୍ଥିତ ଅଛନ୍ତି। ବିରୋଧୀ ଦଳର ବିଭିନ୍ନ ପ୍ରଶ୍ନ ଓ ପ୍ରସଙ୍ଗକୁ ଦଳ କିଭଳି ମୁକାବିଲା କରିବ, ସେ ନେଇ ରଣନୀତି ପ୍ରସ୍ତୁତ ହେବ। 

ସେହିପରି ଅପରାହ୍ଣ ୫ଟାରେ ଶଙ୍ଖ ଭବନରେ ବିଜେଡିର ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ । ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟ ସରକାରଙ୍କୁ କିଭଳି ବିଭିନ୍ନ ପ୍ରସଙ୍ଗରେ ଘେରାଯିବ, ସେ ନେଇ ଦଳ ରଣନୀତି ପ୍ରସ୍ତୁତ କରିବ । ବିଶେଷ କରି ଆମ୍ୱଟାକୁଆ ଜାଉ ଖାଇ ମୃତ୍ୟୁ, ରାୟଗଡ଼ା ଓ ଖପ୍ରାଖୋଲରେ ଶିଶୁ ବିକ୍ରି, ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଦରଦାମ ବୃଦ୍ଧି, ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା, ବାତ୍ୟା ସମୟରେ ପରିଚାଳନାରେ ତ୍ରୁଟି ପ୍ରମୁଖ ପ୍ରସଙ୍ଗ ଗୃହରେ ଉଠିବ ବୋଲି ସୂଚନା ମିଳିଛି। 

ସନ୍ଧ୍ୟାରେ କଂଗ୍ରେସର ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ବୈଠକରେ ଉପନେତା ଅଶୋକ କୁମାର ଦାସ, ବରିଷ୍ଠ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ସମେତ ସମସ୍ତ ବିଧାୟକ ଯୋଗ ଦେବେ। ବିଧାନସଭା ଶୀତ ଅଧିବେଶନ ଆସନ୍ତା ଡିସେମ୍ୱର ୩୧ ପର୍ଯ୍ୟନ୍ତ ଚାଲିବ। ଏଥିରେ ୩୦ଟି କାର୍ଯ୍ୟ ଦିବସ ରହିଛି। ୨୬ରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ୍‌ ଉପସ୍ଥାପନ ହେବ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.