ପ୍ରମୂଖ ଖବର
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଚାଲାଣ ବେଳେ ୨୫ ଶ୍ରମିକ ଉଦ୍ଧାର, ଜଣେ ଦଲାଲ ଅଟକ

Published By : Harapriya Sethi | January 11, 2025 11:40 AM

ପାଟଣାଗଡ଼,୧୧/୦୧: ବେଆଇନ ଭାବେ ଶ୍ରମିକ ଚାଲାଣ ହେଉଥିବା ବେଳେ ମାଡ଼ି ବସିଲା ପାଟଣାଗଡ ପୋଲିସ । ଉଲବା ଗାଁ ନିକଟରେ ଚଢାଉ କରି ୨୫ ଜଣ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି । ସେମାନଙ୍କ ମଧ୍ୟରୁ ୭ ଜଣ ଶିଶୁ ଥିବା ବେଳେ ୧୮ ଜଣ ମହିଳା ଓ ପୁରୁଷ ରହିଥିବା ବେଳେ ଜଣେ ଦଲାଲକୁ ଅଟକ ରଖା ଯାଇଛି । ଉଦ୍ଧାର ହୋଇଥିବା ଶ୍ରମିକ ମାନେ ହେଲେ ବେଲପଡା ବ୍ଲକ ତେତେଲ ମୁଣ୍ଡାର ଗାଁର ବୋଲି ଜଣାପଡିଛି । ବଲାଙ୍ଗୀର ଜିଲ୍ଲାରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ବଲାଙ୍ଗୀର ଜିଲ୍ଲାରୁ ପ୍ରତିବର୍ଷ ହଜାର ହଜାର ଶ୍ରମିକ ମାନେ ନିଜ ପେଟ ପାଟଣା ପାଇଁ ବାହାର ରାଜ୍ୟକୁ ଛଅ ମାସ ପାଇଁ ଦାଦନ ଖଟିବାକୁ ଯାଇଥାନ୍ତି । ତେବେ ଶୁକ୍ରବାର ରାତିରେ ବେଆଇନ ଭାବେ ଶ୍ରମିକ ମାନଙ୍କୁ ବେଙ୍ଗାଲୁରୁ ଚାଲାଣ କରାଯାଉଥିବା ନେଇ ପୋଲିସ ଖବର ପାଇଥିଲା । ଖବର ପାଇ ପାଟଣାଗଡ ପୋଲିସ ଉଲବା ଗାଁ ନିକଟରେ ଚଢାଉ କରିଥିଲା । ସେଠାରେ ଚଢାଉ କରି ୨୫ ଜଣ ଶ୍ରମିକଙ୍କୁ ଉଦ୍ଧାର କରିଛି ପୋଲିସ । ସେମାନଙ୍କ ମଧ୍ୟରୁ ୭ ଜଣ ଶିଶୁ ଥିବା ବେଳେ ୧୮ ଜଣ ମହିଳା ଓ ପୁରୁଷ ରହିଥିବା ଜଣାପଡ଼ିଛି । ସମସ୍ତ ଶ୍ରମିକଙ୍କୁ ପୋଲିସ ନିଜ ନିଜ ଗାଁକୁ ପଠାଇ ଦେଇଥିବା ବେଳେ ଦଲାଲ ବିରୁଦ୍ଧରେ ଥାନାରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି ।  

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.