ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଗଞ୍ଜାମରେ ସ୍ଥାନାନ୍ତର ହେବେ ୨୫ ହଜାର ଲୋକ, ଡାକ୍ତରଖାନାକୁ ସ୍ଥାନାନ୍ତରିତ ହେଲେଣି ୧୯୨ ଗର୍ଭବତୀ

Published By : Rasmita Pradhan | October 23, 2024 2:38 PM

ଛତ୍ରପୁର, ୨୨/୧୦ : ଗଞ୍ଜାମରେ ବାତ୍ୟା ମୁକାବିଲା ପାଇଁ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଛି। ଜିଲ୍ଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ସମୟରେ ଗଞ୍ଜାମରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଜିରୋ କାଜୁଆଲିଟି ମୁଖ୍ୟ ଫୋକସ୍‌ରେ ରହିଛି। ଏହାକୁ ଦୃଷ୍ଟିରେ ରଖି ପାହାଡିଆ ଅଞ୍ଚଳ, ନଦୀ କୂଳିଆ, ଚିଲିକା କୂଳିଆ ଓ କଚ୍ଚା ଘରେ ରହୁଥିବା ଲୋକଙ୍କୁ ଆଜି ସନ୍ଧ୍ୟା ସୁଦ୍ଧା ସ୍ଥାନନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜିଲ୍ଲାରେ ଆନୁମାନିକ ୨୫ ହଜାର ଲୋକ ସ୍ଥାନାନ୍ତର ହେବେ। ବାତ୍ୟା ଆଶ୍ରୟସ୍ଥଳୀରେ ସେମାନଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରାଯିବ। ପିଲାଙ୍କ ଖାଦ୍ୟ ମଧ୍ୟ ଯୋଗାଇ ଦିଆଯିବ। 

ଜିଲ୍ଲାରେ ୧୯୨ ଗର୍ଭବତୀ ମହିଳାଙ୍କୁ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଜିଲ୍ଲାରେ ୧୦୯ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ରହିଥିବା ବେଳେ ଅତିରିକ୍ତ ୭୦୦ ଆଶ୍ରୟସ୍ଥଳୀ ଚିହ୍ନଟ ହୋଇଛି। ସମସ୍ତ ଆଶ୍ରୟସ୍ଥଳୀରେ ଅନୁସାଙ୍ଗିକ ବ୍ୟବସ୍ଥା ରଖିବାକୁ କୁହାଯାଇଛି। ଚିଲିକା, ସମୁଦ୍ର ଓ ନଦୀରେ ମାଛ ଧରିବାକୁ ବାରଣ କରାଯାଇଛି। ଏହି ସବୁ ଅଞ୍ଚଳରେ ଟିମ୍ ଗଠନ କରାଯାଇ ତଦାରଖ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। 

ସେପଟେ କଳାବଜାରୀକୁ ରୋକିବା ନେଇ ଯୋଗାଣ ବିଭାଗ ପକ୍ଷରୁ ଚଢ଼ାଉ କରିବାକୁ କୁହାଯାଇଛି। ବୈଠକରେ ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ସୁଧାଂଶୁ କୁମାର ଭୋଇ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଆୟୁଷ ପତି, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ପୁଷା ମୁଣ୍ଡାଙ୍କ ସମେତ ଶକ୍ତି ବିଭାଗ ଓ ବିଭାଗୀୟ ଅଧିକାରୀମାନେ ଆଭାସୀ ମାଧ୍ୟମରେ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.