ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ପୂର୍ବତଟ ରେଳପଥର ପଣ୍ୟ ପରିବହନରେ ରେକର୍ଡ : ୨୫୦ ନିୟୁତ ଟନ୍ ପଣ୍ୟ ପରିବହନ କ୍ଷେତ୍ରରେ ପ୍ରଥମ ରେଳବାଇ ଜୋନ୍

ଭୁବନେଶ୍ବର, ୨୫।୩ : ପୂର୍ବତଟ ରେଳପଥ ୨୦୨୩-୨୪ ଆର୍ଥିକ ବର୍ଷରେ ପଣ୍ୟ ପରିବହନରେ ଭାରତୀୟ ରେଳର ସମସ୍ତ ରେକର୍ଡକୁ ଅତିକ୍ରମ କରିଛି |  ୧ ଏପ୍ରିଲ, ୨୦୨୩ ରୁ ୨୫ ମାର୍ଚ୍ଚ ୨୦୨୪ ମଧ୍ୟରେ ପୂର୍ବତଟ ରେଳପଥ ୨୫୦ ନିୟୁତ ଟନ୍ ପଣ୍ୟ ପରିବହନ କରି ୨୦୨୨-୨୩ ଆର୍ଥିକ ବର୍ଷର ସର୍ବୋଚ୍ଚ ମାଲ ପରିବହନ ରେକର୍ଡକୁ ଅତିକ୍ରମ କରିଛି | କ୍ରମାଗତ ୫ ଥର ପାଇଁ ୨୦୦ ମିଲିୟନ୍ ଟନ୍ ପଣ୍ୟ ବୋଝେଇ କ୍ଷେତ୍ରରେ ପୂର୍ବତଟ ରେଳପଥ ମାଇଲ ଖୁଣ୍ଟ ଅତିକ୍ରମ କରିବାରେ ମଧ୍ୟ ପ୍ରଥମ ଜୋନ୍ ହୋଇପାରିଛି | ପୂର୍ବତଟ ରେଳପଥର ତିନୋଟି ରେଳ ମଣ୍ଡଳ ଦ୍ୱାରା ଉତ୍ତମ ପ୍ରଦର୍ଶନ ପାଇଁ ଏହି ଲକ୍ଷ ହାସଲ ହୋଇପାରିଛି  |

 ୨୦୧୯-୨୦ ଆର୍ଥିକ ବର୍ଷରେ ୨୦୦ ନିୟୁତ ଟନ ପଣ୍ୟ ବୋଝେଇ କରିବା ପାଇଁ ପୂର୍ବ ତଟ ରେଳବାଇ ଅବିଭକ୍ତ ଦକ୍ଷିଣ ପୂର୍ବ ରେଳପଥ ପରେ ଦ୍ୱିତୀୟ ରେଳ ଜୋନ୍ ଥିଲା | ଆଜି ଏହା ୨୫୦ ନିୟୁତ ଟନ ପଣ୍ୟ ପରିବହନ କରିଥିବା ପ୍ରଥମ ରେଳ ଜୋନ୍ ହୋଇପାରିଛି ।୨୦୨୩-୨୪ ଆର୍ଥିକ ବର୍ଷରେ, ପୂର୍ବତଟ ରେଳପଥ ୧୪୯.୫୦ ନିୟୁତ ଟନ୍ କୋଇଲା, ୧୨.୯ ନିୟୁତ ଟନ୍ ଇସ୍ପାତ କାରଖାନାକୁ କଞ୍ଚାମାଲ ପରିବହନ, ୨୦.୧୫ ନିୟୁତ ଟନ୍ ଷ୍ଟିଲ୍ ଆଣ୍ଡ ସ୍ଲାଗ୍, ୩୭.୪ ନିୟୁତ ଟନ୍ ଲୁହାପଥର, ୧.୨୧ ନିୟୁତ ଟନ୍ ସିମେଣ୍ଟ, ୩.୧୬ ନିୟୁତ ଟନ୍ ଖାଦ୍ୟ ଶସ୍ୟ ପରିବହନ କରିଥିବାବେଳେ ୬.୪ ନିୟୁତ ଟନ୍ ସାର, ୩.୦ ନିୟୁତ ଟନ୍ ଖଣିଜ ତୈଳ ଏବଂ ଏହା ସହିତ କଣ୍ଟେନର ଏବଂ ଅନ୍ୟାନ୍ୟ ସାମଗ୍ରୀରେ ୨୩.୨୭ ନିୟୁତ ଟନ୍ ପଣ୍ୟ ପରିବହନ କରାଯାଇ ପାରିଛି | ଗତ ବର୍ଷର ସମାନ ସମୟ ଅବଧି ତୁଳନାରେ ଏହା ୬% ରୁ ଅଧିକ ପଣ୍ୟ ପରିବହନ କରିପାରିଛି |

 ପୂର୍ବତଟ ରେଳପଥର ଖୋର୍ଦ୍ଧା ରୋଡ଼, ରେଳ ମଣ୍ଡଳ ୧୫୬.୧୭ ନିୟୁତ ଟନ୍ ପଣ୍ୟ ବୋଝେଇ କରିଥିବାବେଳେ ୱାଲଟିୟର ରେଳ ମଣ୍ଡଳ ୭୪.୬୬ ନିୟୁତ ଟନ୍ ଏବଂ ସମ୍ବଲପୁର ରେଳ ମଣ୍ଡଳ ଦ୍ୱାରା ୧୯.୨୦ ନିୟୁତ ଟନ୍ ଯୋଗଦାନ କରିଛି | ସମସ୍ତ ତିନୋଟି ରେଳ ମଣ୍ଡଳ ପୂର୍ବ ବର୍ଷ ତୁଳନାରେ ଭଲ ପ୍ରଦର୍ଶନ କରିଛନ୍ତି ଏବଂ ସେମାନଙ୍କର ଗତ ବର୍ଷର ପଣ୍ୟ ବୋଝେଇ ଆକଳନକୁ ଅତିକ୍ରମ କରିଛନ୍ତି |

 ତାଳଚେରରେ ଏମସିଏଲର କୋଇଲା କ୍ଷେତ୍ର, ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଥିବା ପାଞ୍ଚଟି ବନ୍ଦର, ଯଥା ପାରାଦୀପ, ଧାମରା, ଭାଇଜାଗ, ଗଙ୍ଗାଭରମ ଏବଂ ଗୋପାଳପୁର; ଛତିଶଗଡର ବୈଲାଡିଲାରେ ଲୁହାପଥର ଖଣି, ବୃହତ ଇସ୍ପାତ ଏବଂ ଆଲୁମିନିୟମ କମ୍ପାନୀ, କେନ୍ଦୁଝର ଜିଲ୍ଲାର ଲୁହାପଥର ଖଣି ଏହି ସଫଳତା ପାଇଁ ପ୍ରମୁଖ ଯୋଗଦାନ ଦେଇଛନ୍ତି | ବିଭିନ୍ନ ପ୍ରତିକୂଳ ପରିସ୍ଥିତି ସତ୍ୱେ ସରକାରୀ ସହଭାଗିତା ଏବଂ ଶିଳ୍ପାନୁଷ୍ଠାନ ସହିତ ସଠିକ୍ ଯୋଜନା ଏବଂ ସମନ୍ୱୟ ସହିତ ପୂର୍ବତଟ ରେଳପଥର ଉଲ୍ଲେଖନୀୟ ପ୍ରଦର୍ଶନ ଦ୍ୱାରା ଏହି ଉଲ୍ଲେଖନୀୟ ପଣ୍ୟ ବୋଝେଇ ହାସଲ କରାଯାଇଛି |

 ରେଳପଥର ମହାପ୍ରବନ୍ଧକ  ମନୋଜ ଶର୍ମାଙ୍କ ନେତୃତ୍ୱରେ ପୂର୍ବତଟ ରେଳପଥ ଉଲ୍ଲେଖନୀୟ ସଫଳତା ହାସଲ କରିଛି | ମହାପ୍ରବନ୍ଧକ ଶ୍ରୀ ଶର୍ମା ପ୍ରଥମ ଦିନରୁ ଏହାର କର୍ମଚାରୀ ମାନଙ୍କୁ ଉତ୍ସାହିତ କରି ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି | ସକରାତ୍ମକ ମନୋଭାବ ଏବଂ ନିରନ୍ତର କଠିନ ପରିଶ୍ରମ ସହିତ ସଠିକ୍ ଚିନ୍ତାଧାରା ଏହି ରେଳବାଇ ଜୋନ ପାଇଁ ସଫଳତା ଆଣିଦେଇଛି ବୋଲି ଶ୍ରୀ ଶର୍ମା କହିଛନ୍ତି |

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.