ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଚମ୍ପୁଆ ରେଞ୍ଜକୁ ଧସେଇ ପଶିଲେ ୨୮ ଟିକିଆ ହାତୀପଲ, ଲୋକେ ଆତଙ୍କିତ

Published By : Harapriya Sethi | November 11, 2024 8:41 AM

କେନ୍ଦୁଝର,୧୧/୧୧: ଚମ୍ପୁଆ ରେଞ୍ଜକୁ ଏକ ୨୮ ଟିକିଆ ହାତୀପଲ ଧସେଇ ପଶିଲେ । ହାତୀପଲ ମୟୁରଭଞ୍ଜ ଜିଲ୍ଲାରୁ ଆସି ପଦ୍ମପୁର ନିକଟରେ ବୈତରଣୀ ପାର ହୋଇଥିଲେ । ପରେ ଚମ୍ପୁଆ ରେଞ୍ଜ ଜ୍ୟୋତିପୁର ବିଟ୍‌କୁ ପ୍ରବେଶ କରିଛନ୍ତି । କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ଏକ ୨୮ ଟିକିଆ ହାତୀପଲ ଚମ୍ପୁଆ ରେଞ୍ଜକୁ ଧସେଇ ପଶିଥିଲେ । ଆସିବା ବାଟରେ ବ୍ୟାପକ ଧାନ ଫସଲ ମାଡି ଦଳି ନଷ୍ଟ କରିଥିଲେ। ବର୍ତ୍ତମାନ ଝାଲିଆବେଡା ଗାଁ ନିକଟରେ ଏହି ହାତୀପଲ ଘୁରି ବୁଲୁଛନ୍ତି । ବ୍ୟାପକ ଧାନ ଚାଷ ନଷ୍ଟ ଆଶଙ୍କାରେ ସ୍ଥାନୀୟ ଚାଷୀ ଚିନ୍ତାରେ ଥିବା ବେଳେ ଗାଁ ନିକଟରେ ହାତୀପଲ ବୁଲୁଥିବାରୁ ଜ୍ୟୋତିପୁର, ପଦ୍ମପୁର, ଝାଲିଆବେଡା, ବର୍ଦ୍ଧନା ଓ ପାରୁଡ଼ିପଶି ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି । ଏନେଇ ବନ ବିଭାଗକୁ ଖବର ଦେଇଥିଲେ ସ୍ଥାନୀୟଲୋକେ । ଖବର ପାଇ ଘଟଣାସ୍ଥଳରେ ବନବିଭାଗର କର୍ମଚାରୀ ପହଞ୍ଚି ହାତୀପଲଙ୍କ ଗତିବିଧି ଉପରେ ନଜର ରଖିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.