ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ପାକିସ୍ତାନରେ ଭାରସାମ୍ୟ ହରାଇ ଖାଈକୁ ଖସିଲା ବସ୍, ୨୮ ମୃତ, ୨୨ ଆହତ...

ନୂଆଦିଲ୍ଲୀ: ପାକିସ୍ତାନର ବାଲୁଚିସ୍ତାନ ପ୍ରଦେଶରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏଠାରେ ଏକ ଦ୍ରୁତଗାମୀ ଯାତ୍ରୀବାହୀ ବସ୍ ଓଲଟି ପଡି ଏକ ଖାଈରେ ଖସି ପଡିବା କାରଣରୁ ୨୮ ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଶିଶୁ ଏବଂ ମହିଳା ଅଛନ୍ତି । ସ୍ଥାନୀୟ ଗଣମାଧ୍ୟମ ଏହି ସୂଚନା ଦେଇଛି । ବସ୍‌ଟି ତୁର୍ବତରୁ ବାଲୁଚିସ୍ତାନ ପ୍ରଦେଶର ରାଜଧାନୀ କ୍ୱେଟା ଅଭିମୁଖେ ଯାଉଥିଲା । ବସଟି କ୍ୱେଟା ଠାରୁ ପ୍ରାୟ ୭୦୦ କିଲୋମିଟର ଦୂରରେ ଥିବା ୱାଶୁକ୍ ସହର ନିକଟରେ ଥିବା ଏକ ଘାଟିରୁ ଖସିପଡିଥିଲା। ରିପୋର୍ଟ ଅନୁଯାୟୀ, ଦ୍ରୁତ ଗତି ପାଇଁ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପରେ ସ୍ଥାନୀୟ ଲୋକମାନେ ଘଟଣାସ୍ଥଳରେ ପହଞ୍ଚି ବସ୍‌ରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ।

ଉଦ୍ଧାରରେ ସାମିଲ ଥିବା ଜଣେ ଅଧିକାରୀ କହିଛନ୍ତି ଯେ, ବସ୍‌ର ଟାୟାର ଫାଟିଯିବା ଯୋଗୁଁ ଏହି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୨୨ ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ଚିକିତ୍ସା ପାଇଁ ବାସିମା ସିଭିଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ଉଦ୍ଧାର କରିଥିଲା।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.