PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ ଲାଗିଲା ତିନି ରଥ
  • ||
  • ଜଳେଶ୍ବର : ରଥଟଣାବେଳେ ଲାଗିଲା ବିଦ୍ୟୁତ ତାର, ଜଣେ ମୃତ ଓ ୭ ଗୁରୁତର
  • ||
  • ସମ୍ବଲପୁର : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ପିଶାଚ ସ୍ଵାମୀ
  • ||
  • ଭୁବନେଶ୍ଵର : ନିଅଣ୍ଟିଆ ଜୁନ, ଆସୁଛି ଦୁଇଟି ଲଘୁଚାପ, ୪ରୁ ବଢ଼ିବ ବର୍ଷା
  • ||
  • ପୁରୀ : ସୁଦର୍ଶନଙ୍କ ବାଲୁକାକଳା ରେକର୍ଡ, ପୁରୀ ବେଳାଭୂମିରେ ତିଆରି କଲେ ୧୨୫ ବାଲି ରଥ
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ରୁତ ଗତିରେ ବଢ଼ିଲା କରୋନା, ୨୦୦ ଟପିଲା ଦୈନିକ ସଂକ୍ରମଣ
  • ||
  • ଭୁବନେଶ୍ଵର : ଅଧାରେ ରହିଗଲା ପୁରୀ ଯାତ୍ରା, ରଥଯାତ୍ରାରେ ଆରପାରିକୁ ଚାଲିଗଲେ ବରିଷ୍ଠ ଫଟୋଗ୍ରାଫର ଅଶୋକ ପଣ୍ଡା
  • ||
  • ଭୁବନେଶ୍ଵର : ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
  • ||

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି, ୨୬ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ଦାଖଲ

source:http://odishaheadlines.in

ଭୁବନେଶ୍ୱର ୧୯/୩: ଓଡିଶାରେ ଦ୍ୱିତୀୟ ପର୍ଯ୍ଯାୟ ଭୋଟ୍ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।  ଆସନ୍ତା ଏପ୍ରିଲ ୧୮ରେ ଦ୍ୱିତୀୟ ପର୍ଯ୍ଯାୟ ନିର୍ବାଚନ ଅନୁଷ୍ଠିତ ହେବ । ଏଥିପାଇଁ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨ୟ ପର୍ଯ୍ୟାୟରେ ୫ଟି ଲୋକସଭା ସହିତ ୩୫ ଟି ବିଧାନସଭା ପାଇଁ ନିର୍ବାଚନ ଅନୁଷ୍ଠିତ ହେବ  ।

ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଆଜିଠାରୁ ୨୬ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ଦାଖଲ ହେବ । ମାର୍ଚ୍ଚ ୨୭ ତାରିଖରେ ପ୍ରାର୍ଥୀ ପତ୍ର ଯାଞ୍ଚ କରାଯିବା ସହିତ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ମାର୍ଚ୍ଚ ୨୯ ତାରିଖ ଧାର୍ଯ୍ୟ ହୋଇଛି । ଓଡିଶାରେ ୫ଟି ଲୋକସଭା ଆସନ ଯଥା ବରଗଡ, ସୁନ୍ଦରଗଡ, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ସହିତ ଏସମସ୍ତ ସଂସଦୀୟ କ୍ଷେତ୍ର ଅଧିନରେ ଥିବା ବିଧାନସଭା ମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଅନ୍ଯପଟେ ପ୍ରଥମ ପର୍ଯ୍ୟାୟରେ କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ବ୍ରହ୍ମପୁର ଭଳି ୪ଟି ଲୋକସଭା ଆସନ ଓ ସେମାନଙ୍କ ଅନ୍ତର୍ଗତ ୨୮ଟି ବିଧାନସଭା ଆସନ ପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଛି । ପ୍ରଥମ ଦିନରେ ୪ ଜଣ ପ୍ରାର୍ଥୀ ବିଧାନସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସିଇଓଙ୍କ ସୂଚନା ମୁତାବକ, ପ୍ରଥମ ପର୍ଯ୍ୟାୟରେ ମତଦାନ ହେବାକୁ ଥିବା ୪ଟି ଲୋକସଭା ଆସନ ପାଇଁ ପ୍ରଥମ ଦିନ କୌଣସି ନାମାଙ୍କନ ଦାଖଲ ହୋଇନାହିଁ । ଏପ୍ରିଲ ୧୧ରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ହେବ । ତେବେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥୀମାନେ ମାର୍ଚ୍ଚ ୨୫ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ କରିପାରିବେ । 

ସମ୍ବନ୍ଧିତ ଖବର