ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରଥଯାତ୍ରା ପାଇଁ ଜିଲ୍ଲା ପ୍ରଶାସନର ୨ୟ ପର୍ଯ୍ୟାୟ ପ୍ରସ୍ତୁତି ବୈଠକ

ପୁରୀ, ୧୬/୪ : ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ପ୍ରସ୍ତୁତି ବୈଠକ ଆଜି ପୂର୍ବାହ୍ନରେ ସର୍କିଟ୍ ହାଉସ୍ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ସମସ୍ତଙ୍କୁ ସ୍ୱାଗତ କରିବା ସହ ବିଗତ ବର୍ଷମାନଙ୍କ ଭଳି ଚଳିତ ବର୍ଷ ମଧ୍ୟ ସମସ୍ତଙ୍କ ସହଯୋଗରେ ମହାପ୍ରଭୁଙ୍କ ରଥଯାତ୍ରାକୁ ସୁନ୍ଦର ଓ ଶୃଙ୍ଖଳିତ ଭାବେ ପରିଚାଳନା କରିବାକୁ ଆହ୍ଵାନ ଦେଇଥିଲେ। ବିଭିନ୍ନ ବିଭାଗକୁ ଯେଉଁ ଦାୟିତ୍ୱ ଦିଆଯାଉଛି ତାହାକୁ ଅଗ୍ରାଧିକାର ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।

ଚଳିତ ବର୍ଷ ନିର୍ବାଚନ ସହ ରଥଯାତ୍ରାର ପ୍ରସ୍ତୁତି କରିବାକୁ ହେବ। ତେଣୁ ପ୍ରତ୍ୟେକ ବିଭାଗ ତତ୍ପରତାର ସହ କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଥିଲେ। ରଥକାଠ ସଂଗ୍ରହ, ରଥ ନିର୍ମାଣ, ରଥଖଳା ପରିଷ୍କାର, ରଥଯାତ୍ରା ନିମନ୍ତେ ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ରଥକପଡା ସଂଗ୍ରହ, ନୀତି ସମ୍ପାଦନ, ରଥଟଣା, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ, ପାର୍କିଂ ସ୍ଥଳ, ଶାନ୍ତି ଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ୱେଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହେବା ସହ ସମ୍ପୃକ୍ତ ବିଭାଗମାନେ କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏସପି ପୀନାକ ମିଶ୍ର ରଥଯାତ୍ରା ପାଇଁ ଆଇନଶୃଙ୍ଖଳା ରକ୍ଷାର ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେବା ସହ ସମସ୍ତ କାର୍ଯ୍ୟର ସଫଳତା ପାଇଁ ସମ୍ମିଳିତ ଭାବେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ଅସୁରକ୍ଷିତ ବିଲ୍ଡିଂର ଚିହ୍ନଟ ଓ କାର୍ଯ୍ୟାନୁଷ୍ଠାନ, ଅଗ୍ନି ନିର୍ବାପକ ବ୍ୟବସ୍ଥାର ସମୀକ୍ଷା ଇତ୍ୟାଦିକୁ ଯୁଗ୍ମ ତଦନ୍ତ ମାଧ୍ୟମରେ ତ୍ୱରାନ୍ୱିତ ପାଇଁ ସେ ପରାମର୍ଶ ଦେଇଥିଲେ। ପ୍ରାରମ୍ଭରେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ପ୍ରଦୀପ କୁମାର ସାହୁ ବିଗତ ବର୍ଷମାନଙ୍କର ରଥଯାତ୍ରା ପରିଚାଳନା ସମ୍ପର୍କରେ ଆଲୋକପାତ କରି ଅନୁଭବ ଓ ଅଭିଜ୍ଞତା ଆଧାରରେ ରଥଯାତ୍ରାକୁ ସଫଳ କରିବାକୁ ଅନୁରୋଧ କରିଥିଲେ। ନିତୀ ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ରଥକାଠର ଆବଶ୍ୟକତା, ଉପଲବ୍ଧ କାଠର ବିବରଣୀ, ଅନ୍ୟାନ୍ୟ ସାମଗ୍ରୀ ସଂଗ୍ରହ ସମ୍ପର୍କରେ ଆଲୋଚନା କରିଥିଲେ।

ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟମାନେ ରଥଯାତ୍ରାର ସଫଳ ଆୟୋଜନ ପାଇଁ ବିବିଧ ପରାମର୍ଶ ଦେଇଥିଲେ। ଏହ ସହ ପରିକ୍ରମା ପ୍ରକଳ୍ପ ପରେ ଏହା ପ୍ରଥମ ରଥଯାତ୍ରା ହୋଇ ଥିବାରୁ ବ୍ୟାପକ ଜନଗହଳିର ଆଶା ଥିବାରୁ ସେଥିପାଇଁ ବ୍ୟବସ୍ଥା ଓ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପରିଚାଳନା କମିଟିର ସଦସ୍ୟ ଅନନ୍ତ ତିଆଡି,ଦୂର୍ଗା ପ୍ରସାଦ ଦାସମହାପାତ୍ର, ମାଧବ ଚନ୍ଦ୍ର ପୂଜାପଣ୍ଡା, ଜଗନ୍ନାଥ ସିଂହାରୀ, ମାଧବ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରାଙ୍କ, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନୀଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ଉପଜିଲ୍ଲାପାଳ ଗୋପୀନାଥ କୁଅଁର, ପୌରନିର୍ବାହୀ ଅଧିକାରୀ ପ୍ରଜ୍ଞାଶ୍ରୀ ପ୍ରିୟମ୍ବଦା, ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ, ରାକେଶ କୁମାର ପଣ୍ଡା, ପ୍ରଫୁଲ୍ଲ ଚନ୍ଦ୍ର ମିଶ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା ସୁଜାତା ମିଶ୍ର, ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ରଶ୍ମି ରଞ୍ଜନ ସାହୁ, ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ରଥଯାତ୍ରା ଜୁଲାଇ ୭ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଦେବସ୍ନାନ ପୂର୍ଣ୍ଣିମା ଜୁନ ୨୨ ତାରିଖରେ ଅନୁଷ୍ଠିତ ହେବ ବୋଲି ନିତୀ ପ୍ରଶାସକ ଅବଗତ କରାଇଥିଲେ।




  • prameyanews
  • PrameyaOdia
  • prameya
  • Ratha Yatra 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.