PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂହପୁର : ବଡ଼ଭାଇ ସାର୍ଟିଫିକେଟ୍‌ ଦେଇ ଆର୍ମିରେ କରିଥିଲେ ଚାକିରୀ, ଅବସର ପରେ ବନ୍ଧାହେଲେ
  • ||
  • ଯାଜପୁର : ୨ ବର୍ଷ ହେଲାଣି ମିଳୁନି ନିଖୋଜ ପିହୁର ପତ୍ତା, ନ୍ୟାୟ ଆଶାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ ପରିବାର
  • ||
  • କଟକ : ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢାଉ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • କଟକ : ଗୋଟିଏ ମଞ୍ଚରେ ଶାହ-ନବୀନ-ଧର୍ମେନ୍ଦ୍ର, ପ୍ରଜାତନ୍ତ୍ରର ସ୍ଵନକ୍ଷତ୍ର ଉତ୍ସବରେ ସାମିଲ ହେଲେ ତିନି ନେତା
  • ||
  • ରାଜ୍ୟରେ ନାହିଁ ଟିକା ଅଭାବ, ଗାଁ ଗାଁରେ ଟିକାକରଣ ଉପରେ ଦିଆଯାଉଛି ଗୁରୁତ୍ଵ : ପରିବାର କଲ୍ୟାଣ ନିର୍ଦ୍ଦେଶକ
  • ||

ରାଜ୍ୟରେ ହାରୁଛି କରୋନା, ୨୪ ଘଣ୍ଟା ମଧ୍ୟରେ ୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର, ୨୫/୦୫ : ରାଜ୍ୟରେ ହାରୁଛି କରୋନା। ହ୍ରାସ ପାଉଛି ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୯୦ ଜଣକୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ଜଣେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର, କଟକ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୧୨୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୬୬୫୮୨୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।