ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଲୋକସେବା ଭବନରେ ଏନ୍‌ଇପି କର୍ମଶାଳା, ମୁଖ୍ୟମନ୍ତ୍ରୀ କହିଲେ 'ଶିକ୍ଷା ହେଉଛି ଶକ୍ତି'

Published By : Harapriya Sethi | January 21, 2025 12:14 PM

ଭୁବନେଶ୍ୱର, ୨୧/୦୧ : ମଙ୍ଗଳବାର ଲୋକସେବା ଭବନ କନ୍‌ଭେନ୍‍ସନ୍ ସେଣ୍ଟରରେ ନୂଆ ଶିକ୍ଷା ନୀତି-୨୦୨୦ ସମ୍ପର୍କିତ ଏକ ତିନି ଦିନିଆ ଜାତୀୟ କର୍ମଶାଳାର ଶୁଭାରମ୍ଭ ହୋଇଛି । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ ଓଡିଶାରେ ଏହାର କାର୍ଯ୍ୟକାରିତା ସମ୍ପର୍କରେ ଆଭିମୁଖ୍ୟ ରଖିଛନ୍ତି । 

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନୂତନ ଶିକ୍ଷା ନୀତିରେ ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ସୁଦୃଢ ଭିତ୍ତିଭୂମି ସୃଷ୍ଟି ଓ  ଗୁଣାତ୍ମକ ଶିକ୍ଷା ଉପରେ ଗୁରୁତ୍ୱ ପ୍ରଦାନ କରାଯିବ । ରାଜ୍ୟ ସରକାର ଏଥିପାଇଁ ନିଷ୍ପତ୍ତି ନେଇ ସାରିଛନ୍ତି ଏବଂ ଆସନ୍ତା ଶିକ୍ଷା ବର୍ଷ ଠାରୁ ଏହି ନୂଆ ନୀତି କାର୍ଯ୍ୟକାରୀ ହେବ । 

ସେ କହିଥିଲେ ଯେ, ୧୦+୨ ବ୍ୟବସ୍ଥା ବଦଳରେ ରାଜ୍ୟରେ ୫+୩+୩+୪ ବ୍ୟବସ୍ଥା ଲାଗୁ କରାଯିବ । ପ୍ରି-ସ୍କୁଲ ଶିକ୍ଷା ଉପରେ ଗୁରୁତ୍ୱ ଦିଆଯାଇ ପିଲାମାନଙ୍କ ପାଇଁ ଶିଶୁ ବାଟିକା ଖୋଲା ଯିବ। ଶିଶୁ ବାଟିକାରେ ପିଲାଙ୍କ ଉପରେ ବିନା କୌଣସି ଚାପରେ ସେମାନଙ୍କ ମୌଳିକ ଓ ସଂଖ୍ୟା ଜ୍ଞାନ ଉପରେ ଗୁରୁତ୍ୱ ଦିଆଯିବ । ଏଥିପାଇଁ ଆଗାମୀ ବର୍ଷମାନଙ୍କରେ ବ୍ୟାପକ ଭିତ୍ତିଭୂମି ସୃଷ୍ଟି କରାଯିବ । ଶିକ୍ଷକ ନିଯୁକ୍ତି, ପାଠ୍ୟ ପୁସ୍ତିକା ପ୍ରସ୍ତୁତି ଏବଂ ଅନ୍ୟାନ୍ୟ ପାଠ୍ୟ ଉପକରଣ ଯୋଗାଇଦେବା ଉପରେ ଗୁରୁତ୍ୱ ଦିଆଯିବ । 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ନୂଆ ଶିକ୍ଷା ନୀତିରେ, ଶିକ୍ଷା ଭିତ୍ତିଭୂମି, ଖେଳ ମାଧ୍ୟମରେ ଶିକ୍ଷା, ମୌଳିକ ଶିକ୍ଷା, ବାହ୍ୟ ଜ୍ଞାନର ବ୍ୟବହାର ଉପରେ ଗୁରୁତ୍ୱ ଦିଆ ଯାଇଛି । ଶିକ୍ଷାରେ ଟେକ୍ନୋଲୋଜିର ପ୍ରୟୋଗକୁ ବ୍ୟାପକ କରାଯିବ । ଟେକ୍ନୋଲୋଜି ଜରିଆରେ ଶିକ୍ଷା ପ୍ରଦାନ ଆମ ଶିକ୍ଷା ବ୍ୟବସ୍ଥାର ଏକ ଅଭିନ୍ନ ଅଙ୍ଗ ହେବ । ଏକ ବିକଶିତ ଭାରତ ଗଠନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଯେଉଁ ଲକ୍ଷ୍ୟ ଅଛି, ତାକୁ ସାକାର କରିବା ଦିଗରେ ନୂଆ ଶିକ୍ଷା ନୀତି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ଏହା ଛାତ୍ର ଓ ଯୁବ ସମାଜକୁ ଏକ ଆଧୁନିକ ଓ ସଶକ୍ତ ଭାରତ ଗଠନ ପାଇଁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ କରିପାରିବ । 

ରାଜ୍ୟରେ ପ୍ରାଥମିକ ଶିକ୍ଷାର ଭିତ୍ତିଭୂମି ସୁଦୃଢ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେବା ଆରମ୍ଭ କରିସାରିଛନ୍ତି । ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାରେ ରାଜ୍ୟର ପ୍ରତି ପଞ୍ଚାୟତର ଗୋଟିଏ ଲେଖାଏଁ  ବିଦ୍ୟାଳୟକୁ ଆଦର୍ଶ ବିଦ୍ୟାଳୟ ଭାବେ ବିକଶିତ କରାଯାଉଛି । ଶହୀଦ୍ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାରେ ଜନଜାତି ଛାତ୍ରଛାତ୍ରୀମାନଙ୍କ ଡ୍ରପ ଆଉଟ୍ ହାର କମ୍ କରିବା ପାଇଁ ଉଦ୍ୟମ ଆରମ୍ଭ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଆଜିର ଶିକ୍ଷାର୍ଥୀମାନେ ଆଗାମୀ କାଲିର ଭବିଷ୍ୟତ । ତେଣୁ ଗୁଣାତ୍ମକ ଶିକ୍ଷା ସହିତ ସେମାନଙ୍କୁ ସମୟାନୁବର୍ତ୍ତିତା ଓ ଅନ୍ୟ ଆଦର୍ଶ ଗୁଣର ବିକାଶ ଉପରେ ଗୁରୁତ୍ୱ ଦିଆଯିବା ଆବଶ୍ୟକ । ସେମାନେ ଯେପରି ଜଣେ ଜଣେ କର୍ମଯୋଗୀ ହୋଇ ଦେଶର ଉଜ୍ଜ୍ୱଳ ଭବିଷ୍ୟତ ଗଠନରେ ନିଜର ଯୋଗଦାନ ରଖିବେ ସେଥିପ୍ରତି ଗୁରୁତ୍ୱ ଦିଆଯିବା ଆବଶ୍ୟକ ବୋଲି ସେ କହିଥିଲେ ।

ଏହି ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ ଯେ, ରାଜ୍ୟର ପାଠ୍ୟକ୍ରମ ପ୍ରସ୍ତୁତି ପାଇଁ ଯେଉଁ ବ୍ୟବସ୍ଥା କରାଯାଇଛି, ସେଥିରେ ଶିକ୍ଷା କ୍ଷେତ୍ରରେ ଦକ୍ଷତା ଓ ଅଭିଜ୍ଞତା ଥିବା  ଓଡିଶାର ବିଶିଷ୍ଟ ବ୍ୟକ୍ତିମାନଙ୍କର ମତାମତ ଗ୍ରହଣ କରାଯିବା ଆବଶ୍ୟକ । ପାଠ୍ୟକ୍ରମରେ ଓଡିଶାର ଗୌରବମୟ ଇତିହାସ, ଐତିହ୍ୟ ଓ ବରପୁତ୍ରମାନଙ୍କ ବିଷୟ ସ୍ଥାନ ପାଇବା ଆବଶ୍ୟକ । ସମସ୍ତଙ୍କୁ ଯେପରି ସହଜରେ ଓ ସୁବିଧାରେ ଶିକ୍ଷା ମିଳିବ, ସେ ଦିଗରେ ନୂଆ ଶିକ୍ଷା ନୀତି ଏକ ଆଦର୍ଶ ନୀତି ବୋଲି ସେ କହିଥିଲେ । ଜାତୀୟ ଶିକ୍ଷା ନୀତି ଓ ରାଜ୍ୟ ଶିକ୍ଷା ନୀତି ଏକ ରୂପ ନେଇ ଓଡିଶାର ପିଲାମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ ନିର୍ମାଣରେ ସହାୟକ ହେବ ବୋଲି ସେ ମତ ଦେଇଥିଲେ । 

ଗତ ସାତ ମାସ ମଧ୍ୟରେ ବିଭିନ୍ନ କ୍ଷେତ୍ରରେ ରାଜ୍ୟ ସରକାର ଯେଉଁ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ମନ୍ତ୍ରୀ ପ୍ରଧାନ ତାହାର ଉଚ୍ଚ ପ୍ରଶଂସା କରିଥିଲେ । ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଥିଲେ ଯେ, ନୂଆ ଶିକ୍ଷା ନୀତିରେ ମାତୃଭାଷା ସହିତ ବହୁ ଭାଷୀ ଶିକ୍ଷାର ବ୍ୟବସ୍ଥା ରହିଛି । ଏହା ଦ୍ୱାରା ରାଜ୍ୟର ଶିକ୍ଷା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆସିବ ବୋଲି ସେ କହିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, କେନ୍ଦ୍ର ଶିକ୍ଷା ସଚିବ ଶ୍ରୀ ସଞ୍ଜୟ କୁମାର, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଶାଳିନୀ ପଣ୍ଡିତ, ବିଶିଷ୍ଟ ଶିକ୍ଷାବିତ୍ ମଞ୍ଜୁଲ୍ ଭାର୍ଗବ ଏବଂ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗର ଅଧିକାରୀ ଓ ଶିକ୍ଷା କ୍ଷେତ୍ରରେ କାର୍ଯ୍ୟ କରୁଥିବା ବିଶିଷ୍ଟ ବ୍ୟକ୍ତିମାନେ ଯୋଗ ଦେଇଥିଲେ ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.