ପ୍ରମୂଖ ଖବର
  • ବାଲେଶ୍ୱର : କାଳ ସାଜିଲା ଅନଲାଇନ୍‌ ଖେଳ, ୫ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ହରାଇ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ
  • ||
  • ଘଟଗାଁ ମା' ତାରିଣୀଙ୍କୁ ଦର୍ଶନ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ, ସମାଜର ପାଇଁ କଲେ ମଙ୍ଗଳ କାମନା
  • ||
  • ନବମ ଥର ପାଇଁ ନବୀନ ବିଜେଡି ମୁଖିଆ, ସାଙ୍ଗଠନିକ ନିର୍ବାଚନରେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ
  • ||
  • IPL 2025: ଆଜି ରାଜସ୍ଥାନ ରୟାଲ୍ସ- ଲକ୍ଷ୍ନୌ ସୁପରଜାଏଣ୍ଟ୍‌ସ ଟକ୍କର, ବିଜୟ ପାଇଁ ବ୍ୟାକୁଳ ପରାଗ ବାହିନୀ
  • ||
  • ଆରପାରିରେ ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି, ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ମେ ୭ ଯାଏ ୟୁଜିସି ନେଟ୍‌ ଆବେଦନ ସୁଯୋଗ, ଜୁନ୍‌ ୨୧ରୁ ୩୦ ମଧ୍ୟରେ ପରୀକ୍ଷା
  • ||
  • IPL 2024: ଆଜି କ୍ୟାପିଟାଲ୍ସକୁ ଭେଟିବ ଟାଇଟନ୍ସ, ଅହମ୍ମଦାବାଦରେ ସ୍ପିନ ଲଢ଼େଇ
  • ||
  • କଂଗ୍ରେସକୁ ଦୁର୍ବଳ କରିବାକୁ ସରକାରୀ କଳର ଅପବ୍ୟବହାରକୁ ବିରୋଧ, ଆଜି ଇଡି ଅଫିସ ଘେରିବ ଯୁବ କଂଗ୍ରେସ
  • ||
  • ସମ୍ୱଲପୁର : ଯାତ୍ରୀବାହୀ ବସ୍‌କୁ ପଛରୁ ପିଟିଲା ଟ୍ରକ୍‌, ଜଣେ ଆହତ
  • ||
  • ଯାଜପୁର : ବରଯାତ୍ରୀ ଗୋଷ୍ଠୀ ମଧ୍ୟରେ ଗାଡ଼ି ସାଇଡ୍‌ ମରାକୁ ନେଇ ବଚସା, ଫାଙ୍କା ଗୁଳିଚାଳନା କଲେ ଦୁର୍ବୃତ୍ତ
  • ||
  • ଶନିବାରଠୁ କମିବ କାଳବୈଶାଖୀ ବର୍ଷା, ୬ ଜିଲ୍ଲାକୁ ୨ ଦିନ ଯାଏ ବର୍ଷା ଆଲର୍ଟ: କେନ୍ଦ୍ରୀୟ ଓଡ଼ିଶାରେ ବଢ଼ିବ ତାତି
  • ||

ଗୁଣି ଗାରେଡିକୁ ନେଇ ଗୋଷ୍ଠୀ ସଂଘର୍ଷ : ୩ ମୃତ, ୩ ଗୁରୁତର

Published By : Prameya | March 18, 2025 8:54 PM

ଧରାକୋଟ/ଭଞ୍ଜନଗର,୧୮/୩ ;  ଗୁଣିଗାରେଡ଼ି ସନ୍ଦେହରେ ଗୋଷ୍ଠୀ ସଂଘର୍ଷ  । ବାପା-ପୁଅ ସମେତ ୩ ମୃତ। ବଡଗଡ ଥାନା ଅନ୍ତର୍ଗତ ଧରାକୋଟ ବ୍ଳକର ବାହାରପୁର ପଂଚାୟତର ଖାରିପଲ୍ଲୀ ଗାଁରେ ଏହି ଘଟଣା ଘଟିଛି। ମୃତକମାନେ ହେଲେ ବାପା ଖଦାଳ ବେହେରା, ପୁଅ ରତ୍ନାକର ବେହେରା ଏବଂ ରମେଶ ବେହେରା  ।

ପ୍ରକାଶ ଥାଉକି ଗତ କିଛି ଦିନ ତଳେ ଖାରିପଲ୍ଲୀ ଗ୍ରାମରେ ଗୁଣିଗାରେଡିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଛକାପଞ୍ଝା ଲାଗି ରହିଥିଲା l ମଙ୍ଗଳବାର ସନ୍ଧ୍ୟା ସମୟରେ ୨ ଗୋଷ୍ଠୀ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା l ଏହି ପାଟିତୁଣ୍ଡରୁ କଥା ହଣାହଣୀ ପର୍ଯ୍ୟନ୍ତ ପହଞ୍ଚିଥିଲା l ଗୋଟିଏ ଗୋଷ୍ଠୀର ଖଣ୍ଡା ଚୋଟରେ ଗାଁ ଦାଣ୍ଡରେ ବାପା ଖଦାଳ ବେହେରା  ଓ  ପୁଅ ରତ୍ନାକର ବେହେରାଙ୍କ ମୃତ୍ୟୁ ହୋଇଥିଲା। ସେହିପରି ବାପା-ପୁଅଙ୍କୁ ଆକ୍ରମଣରେ ଅନ୍ୟ ଗୋଷ୍ଠୀର ଅରୁଣ ବେହେରା, ଭିକାରି ବେହେରା, ଜଗନ୍ନାଥ ବେହେରା, ରମେଶ ବେହେରା ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ୪ ଜଣଙ୍କୁ  ଧରାକୋଟ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣା ଯାଇଥିଲା l ଡାକ୍ତରଖାନାରେ ରମେଶ ବେହେରାଙ୍କ ମୃତ୍ୟ ହୋଇଥିଲା।  ଗୁରୁତର ଅବସ୍ଥାରେ ଅରୁଣ ବେହେରା, ଭିକାରି ବେହେରା, ଜଗନ୍ନାଥ ବେହେରା ଗୁରୁତର ଅବସ୍ଥାରେ ବ୍ରହ୍ମପୁର ସ୍ଥାନସ୍ତରିତ କରାଯାଇଛି l ଘଟଣା ସ୍ଥଳରେ ଆସିକା ଉପଖଣ୍ଡ ଅରକ୍ଷୀ ଅଧିକାରୀ ସନ୍ତୋଷ କୁମାର ଜେନା ଓ ବଡ଼ଗଡ଼ ଥାନା ଅଧିକାରୀ ସନ୍ତୋଷ କୁମାର ବେହେରା ସମେତ ପୋଲିସ ଫୋର୍ସ ପହଂଚି ତଦନ୍ତ ଚଳାଇଛନ୍ତି l 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.