ପ୍ରମୂଖ ଖବର
  • ବାଟବାଟୀ ବ୍ୟାଟଲ ; ଟସ୍ ଜିତି ଇଂଲଣ୍ଡର ବ୍ୟାଟିଂ ନିଷ୍ପତ୍ତି, ବୋଲିଂ କରିବ ଭାରତ, ଫେରିଲେ କୋହଲି
  • ||
  • ଯାଜପୁର : ଶୋଇଥିବା ବେଳେ ଷ୍ଟୁଡିଓ ମାଲିକଙ୍କୁ ନିର୍ମମ ହତ୍ୟା, ପୋଲିସର ତଦନ୍ତ ଆରମ୍ଭ
  • ||
  • ଛତିଶଗଡ଼ ବିଜାପରୁରେ ଏନ୍‌କାଉଣ୍ଟ, ଯବାନଙ୍କ ଗୁଳିରେ ଟଳିଲେ ୧୨ ମାଓବାଦୀ
  • ||
  • ନକଲି ଗୁଟଖା ଫ୍ୟାକ୍ଟ୍ରିରେ ଦିଲ୍ଲୀ, ଆନ୍ଧ୍ର ଜିଏସ୍‌ଟି ଟିମ୍‌ର ଚଢ଼ାଉ, ବିଭିନ୍ନ ସାମଗ୍ରୀ ଜବତ
  • ||
  • ଜଗତସିଂହପୁର ପିଏନ୍‌ବି ବ୍ୟାଙ୍କରେ ଅଗ୍ନିକାଣ୍ଡ, ନିଆଁ ଆୟତ୍ତ କରିବାକୁ ଉଦ୍ୟମ ଜାରି
  • ||
  • ହେଲିକପ୍ଟର ଯୋଗେ କଟକ ଯିବେ ମୁଖ୍ୟମନ୍ତ୍ରୀ, ବାରବାଟୀରେ ଭାରତ- ଇଂଲଣ୍ଡ ଲଢ଼େଇ ଦେଖିବେ
  • ||
  • ବାରବାଟୀ ଲଢ଼େଇ: ସୁପର ସନ୍‌ଡେ'ରେ ଭାରତ-ଇଂଲଣ୍ଡ ଦ୍ୱିତୀୟ ଦିନିକିଆ, ଟିମ୍‌କୁ ଫେରିବେ କୋହଲି, ରିଷଭ
  • ||
  • ରବିବାରଠୁ ଉପରମୁହାଁ ହେବ ପାରଦ,୨ରୁ ୪ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
  • ||

କ୍ରିକେଟ ଖେଳି ବାଇକରେ ଫେରୁଥିଲେ, ଦୁର୍ଘଟଣାରେ ଚାଲିଗଲା ୩ ଜୀବନ

Published By : Prameya | January 30, 2025 10:33 PM

ପଦ୍ମପୁର, ୩୦।୧ :  କ୍ରିକେଟ ଖେଳି ମଉଜ ମଜଲିସ କରି ବାଇକରେ ଘରକୁ  ଫେରୁଥିଲେ। ରାସ୍ତାରେ ବାଇକଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇ ୩ ଜଣଙ୍କ ମୃତ୍ୟୁ ଘଟିଛି। ପଦ୍ମପୁର ନିକଟସ୍ଥ ମହୁଲପାଲି ବ୍ରିଜ ଉପରେ ଦୁର୍ଘଟଣା ଘଟିଛି। ମୃତକମାନେ ହେଲେ ବୁଡେନ ଥାନା ବାଜେନମୁଣ୍ଡା ଗାଁର ପଦ୍ମନ ଥପା, ଆକାଶ ପୋଢ ଓ ପଦ୍ମଲୋଚନ ଥପା   ।

ପଦ୍ମପୁର ନିକଟସ୍ଥ ବାଜେନମୁଣ୍ଡା ଗାଁର ପିଲାମାନେ ବାନେ୍ଦନବାହାଲ ଗାଁକୁ  କ୍ରିକେଟ ଖେଲିବା ପାଇଁ ଯାଇଥିଲେ  । ସେଠାରେ ବାଜେନମୁଣ୍ଡା ଦଳ ବିଜୟୀ ହୋଇଥିଲା।  ପରେ ମଉଜ ମଜଲିସ କରି ସମସ୍ତେ ଗାଁକୁ ବାଇକରେ ଫେରୁଥିଲେ  । ପଦ୍ମପୁର ନିକଟସ୍ଥ ମହୁଳପାଲି ଗ୍ରାମର ଅଙ୍ଗ ନଦୀ ଉପରେ ଥିବା ବ୍ରିଜରେ ବାଇକଟି ଭାରସାମ୍ୟ ହରାଇ ଦୁର୍ଘଟଣାଗସ୍ତ ହୋଇଥିଲା। ଏଥିରେ ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.