ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଫୁଡ୍ ଫ୍ୟାକ୍ଟ୍ରିରେ ନିଆଁ ଲାଗି ୩ ମୃତ

ନୂଆଦିଲ୍ଲୀ,୮/୬: ଦିଲ୍ଲୀର ଏକ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପରେ ଅଗ୍ନିକାଣ୍ଡ ।  ଅତି କମରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି। ତେବେ ଶନିବାର ସକାଳେ ନରେଲା ଶିଳ୍ପାଞ୍ଚଳରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି।

ସୂଚନା ଅନୁସାରେ, ଦିଲ୍ଲୀ ପୋଲିସ ଆଜି ଭୋର୍‌ ପ୍ରାୟ ୩.୩୫ ସମୟରେ ଏହି ଘଟଣା ସମ୍ପର୍କରେ ସୂଚନା ପାଇଥିଲେ। ଏହି ଅଗ୍ନିକାଣ୍ଡ ଘଟିବା ପରେ ୧୪ଟି ଅଗ୍ନିଶମ ବାହିନୀକୁ ସେବାରେ ନିୟୋଜିତ କରାଯାଇଛି। ଅପରେସନ୍ ଏବେ ମଧ୍ୟ ଜାରି ରହିଛି ବୋଲି ଦିଲ୍ଲୀ ଅଗ୍ନିଶମ ସେବା  ଅଧିକାରୀ ନ୍ୟୁଜ୍ ଏଜେନ୍ସି ପିଟିଆଇକୁ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ,  ବିଲ୍ଡିଂ ଭିତରୁ ଏବେ ସୁଦ୍ଧା ୯ ଜଣଙ୍କୁ ଉଦ୍ଧାର କରାଯାଇ ନରେଲାସ୍ଥିତ ଏସ୍‌ଏଚ୍‌ଆର୍‌ସି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କ ମଧ୍ୟରୁ ତିନିଜଣ, ଶ୍ୟାମ, ରାମ ସିଂ ଏବଂ ବେରପାଲଙ୍କୁ  ମୃତ ଘୋଷଣା ହୋଇଥିବା ବେଳେ ଅନ୍ୟମାନେ ଚିକିତ୍ସିତ ହେଉଛନ୍ତି। ତେବେ ଗୋଟିଏ ପାଇପ ଲାଇନରୁ ଗ୍ୟାସ ଲିକ ହେବା ପରେ ଏହି ଅଗ୍ନିକାଣ୍ଡ ଘଟିଥିବା ପ୍ରଥମିକ ତଦନ୍ତରୁ ସୂଚନା ମିଳିଛି । ଉପଯୁକ୍ତ ବିଭାଗ ଅଧୀନରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଚାଲିଛି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.