ପ୍ରମୂଖ ଖବର
  • ସିବିଏସ୍‌ଇର ନୂଆ ନିୟମ, ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ୨୦୨୬-୨୭ ଶିକ୍ଷାବର୍ଷରୁ ହେବ କାର୍ଯ୍ୟକାରୀ
  • ||
  • ମୋହନା ଥାନା କୁଙ୍କୁଣୀ ଗାଁରେ ଚାଞ୍ଚଲ୍ୟ, ସ୍ତ୍ରୀକୁ କାତିରେ ହାଣି ମାରିଲା ସ୍ୱାମୀ, ଅଭିଯୁକ୍ତ ଥାନାରେ ଅଟକ
  • ||
  • ଆମେରିକା ଉପରେ ପାଲଟା ଟାରିଫ ଲଗାଇପାରେ ଭାରତ, କିଛି ସାମଗ୍ରୀ ଉପରେ ଲାଗୁ ହୋଇପାରେ ୫୦% ଶୁଳ୍କ
  • ||
  • ରାଇଘର ନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣା, ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ୧୨ ଘଣ୍ଟିଆ ହରତାଳ
  • ||
  • ଓଟିଇଟି ପ୍ରଶ୍ନପତ୍ର ଲିକ୍‌, ଆଜିଠୁ ୨ ଦିନିଆ ରିମାଣ୍ଡରେ ୨ ଅଭିଯୁକ୍ତ
  • ||
  • ଆଜି ଆରବସାଗରରେ ଭାରତ-ପାକିସ୍ତାନର ସମରାଭ୍ୟାସ, ଦୁଇ ଦେଶର ନୌସେନା ଦେଖାଇବେ ଶକ୍ତି
  • ||
  • ୧୩ରେ ଲଘୁଚାପ, କାଲିଠୁ ବଡ଼ ବର୍ଷା: ତିନି ଦିନ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆଲର୍ଟ ଜାରି
  • ||

ହାତୀ ଆକ୍ରମଣରେ ୩ ମୃତ୍ୟୁ ଘଟଣା : ମୃତକଙ୍କ ପରିବାରକୁ ମିଳିବ କ୍ଷତିପୂରଣ, କାର୍ଯ୍ୟରେ ଅବହେଳା ଅଭିଯୋଗରେ ୨ ନିଲମ୍ବିତ

Published By : Rasmita Pradhan | July 31, 2025 11:22 AM

ଭୁବନେଶ୍ଵର, ୩୧/୦୮ : ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳ ବାଘଧରିଆ ଗାଁରେ ହାତୀ ଆକ୍ରମଣରେ ୩ ମୃତ୍ୟୁ ଘଟଣା। ମୃତକଙ୍କ ପରିବାରକୁ ମିଳିବ କ୍ଷତିପୂରଣ। ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଏନେଇ ଘୋଷଣା କରିଛନ୍ତି। ମୃତକଙ୍କ ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଏହା ସହ କାର୍ଯ୍ୟରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ରାସୋଳ ଫରେଷ୍ଟର ଓ ଫରେଷ୍ଟ ଗାର୍ଡଙ୍କୁ ନିଲମ୍ଵିତ କରାଯାଇଛି। 

ସୂଚନାନୁଯାୟୀ, ବାଘଧରିଆ ଗ୍ରାମର ଝୁଲଣ ଦେହୁରୀ ଗୁରୁବାର ସକାଳୁ ଶୌଚ ହେବାପାଇଁ ଘର ପଛପଟକୁ ଯାଇଥିଲେ। ଏହି ସମୟରେ ସେଠାରେ ପୂର୍ବରୁ ଥିବା ଏକ ଦାନ୍ତହାତୀ ତାଙ୍କୁ ଆକ୍ରମଣ କରିଥିଲା। ତାଙ୍କ ଚିତ୍କାର ଶୁଣି ଦେଢଶୂର କରୁଣାକର ଦୌଡ଼ି ଆସିବାରୁ ହାତୀ ତାଙ୍କୁ ଆକ୍ରମଣ କରିଥିଲା। ଘଟଣା ସ୍ଥଳରେ ଉଭୟ ଦେଢଶୂର ଓ ଭାଇବୋହୂଙ୍କ ମୃତ୍ୟୁ ଘଟିଥିଲା। ସେଠାରୁ ହାତୀଟି ପଳାଇ ଯାଇ କିଛି ଦୂରରେ ଶଶୀ ସାହୁଙ୍କୁ ମଧ୍ୟ ଟେକି କଚାଡି ଦେଇଥିଲା। ଗୁରୁତର ଶଶୀ ସାହୁଙ୍କୁ ପ୍ରଥମେ ହିନ୍ଦୋଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। 

ଅନ୍ୟପଟେ ହାତୀ ଆକ୍ରମଣ କରିବା ପରେ ପ୍ରାୟ ଏକ ଘଣ୍ଟା ପର୍ଯ୍ୟନ୍ତ ହାତୀପଲ ଗାଁ ଛାଡ଼ି ଯାଇନଥିଲେ । ବନ ବିଭାଗ କର୍ମଚାରୀଙ୍କୁ ଫୋନ୍ କରାଯାଇଥିଲେ ସୁଦ୍ଧା କେହି ପହଞ୍ଚି ନଥିବା ଗ୍ରାମବାସୀ ଅଭିଯୋଗ କରିଥିଲେ। ହାତୀପଲ ଚାଲିଯିବା ପରେ ମୃତଦେହକୁ ଗ୍ରାମବାସୀ ସାତମାଇଲି ଛକରେ ରଖି ରାସ୍ତା ଅବରୋଧ କରିଥିଲେ । ତେବେ ଗତ କିଛିଦିନ ଧରି ଏହି ଅଞ୍ଚଳରେ ହାତୀ ଉପଦ୍ରବ ଅନେକ ପରିମାଣରେ ବଢ଼ି ଯାଇଛି। ବନ ବିଭାଗ କୌଣସି ପଦକ୍ଷେପ ଗ୍ରହଣ କରୁନଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। 

ଏହି ଖବରଟିକୁ ପଢନ୍ତୁ-ଢେଙ୍କାନାଳରେ ହାତୀ ଆତଙ୍କ; ଦେଢଶୂର ଓ ଭାଇବୋହୂ ସମେତ ୩ଙ୍କୁ ଦଳିଦେଲା ଦନ୍ତା

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.