PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ଗୁଣ୍ଡିଚା ମନ୍ଦିର ରୋଷଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ, ୨୦ରୁ ଅଧିକ ଚୁଲି ଭାଙ୍ଗି ଥିବା ସୂଚନା
  • ||
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ଶୋଇଥିବାବେଳେ ମାଡ଼ିଗଲା ବାଲି ବୋଝେଇ ଟ୍ରକ୍‌, ୩ ମୃତ

ଜୟପୁର ୧୫।୬: କୋରାପୁଟ ଜିଲ୍ଲା ସୁନାବେଡ଼ା ଥାନା ଅନ୍ତର୍ଗତ ଭେଜାପୁଟ ଗାଁରେ ଗତକାଲି ବିଳମ୍ୱିତ ରାତିରେ ଶୋଇଥିବା ବେଳେ ଗୋଟିଏ ଘର ଉପରେ ବାଲି ବୋଝେଇ ଟ୍ରକ ମାଡ଼ି ଯିବାରୁ ଘଟଣାସ୍ଥଳରେ ବାପା, ମାଆ ଓ ୮ ବର୍ଷ ଝିଅର ମୃତ୍ୟୁ ହୋଇଛି।

ତେବେ ପରିବାରର ଆଉ ଜଣେ ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣା ପରେ ଗାଁରେ ଉତ୍ତେଜନା ଦେଖାଦେଇଛି। ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକ କରିଛନ୍ତି।ଅନ୍ୟପକ୍ଷରେ ଟ୍ରକ୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଛି ନା ଡ୍ରାଇଭର ନିଶାଗ୍ରସ୍ତ ଥିଲେ ଏନେଇ ସାଧାରଣରେ ପ୍ରଶ୍ନ ଉଠିଛି।

ଟ୍ରକ୍‌ ଡ୍ରାଇଭର ଫେରାର୍ ହୋଇଯାଇଛନ୍ତି। ତେବେ ଟ୍ରକ୍‌ଟି ଶିମିଳିଗୁଡ଼ାରୁ ଦାମନଯୋଡ଼ି ଯାଉଥିଲା। ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ଟି ମାଥନପୁଟ ଅଞ୍ଚଳର ବୋଲି ସୂଚନା ମିଳିଛି। ସୁନାବେଡ଼ା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 

ସମ୍ବନ୍ଧିତ ଖବର