ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ବିଦ୍ୟୁତ ଆଘାତରେ ୩ ହାତୀଙ୍କ ମୃତ୍ୟୁ, ବାର୍‌ହା ଶିକାର ପାଇଁ ବିଛା ଯାଇଥିଲା ତାର

Published By : Harapriya Sethi | November 18, 2024 8:45 AM

ନାକଟିଦେଉଳ, ୧୮/୧୧: ବାର୍‌ହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ଫାଶରେ ତିନି ହାତୀଙ୍କ ମୃତ୍ୟୁ ହୋଇଛି । ସମ୍ୱଲପୁର ଜିଲ୍ଲା ନାକଟିଦେଉଳ ରେଞ୍ଜ ଘୋଷରାମାଳ ସେକ୍ସନର ବୁରୋମାଳରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ସୋମବାର ଭୋରରୁ ବୁରୋମାଳ ଗାଁର କିଛି ବ୍ୟକ୍ତି ରାସ୍ତାର ଅଳ୍ପ ଦୂରରେ ତିନି ହାତୀ ମରି ପଡିଥିବା ଦେଖିବାକୁ ପାଇଥିଲେ। ତିନୋଟି ଯାକ ମାଈ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଗୋଟିଏ ଶାବକ ରହିଛି । ସମସ୍ତଙ୍କ ଗୋଡରେ ବିଦ୍ୟୁତ ତାର ଗୋଡେଇ ହୋଇଥିବା ଦେଖିବାକୁ ମିଳିଛି । ବାରହା ଶିକାର ପାଇଁ ବିଛା ଯାଇଥିବା ତାର ସଂସ୍ପର୍ଶରେ ଆସି ଏମାନଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି। ଏହା ଦେଖି ଲୋକେ ତୁରନ୍ତ ବନ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ବନ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ ଆରମ୍ଭ କରିଛନ୍ତି ।

ତେବେ ଘଟଣାସ୍ଥଳକୁ ଲାଗି ଧାନ ବିଲ ରହିଛି । ଏହି ହାତୀ ପଲ ଧାନ ଖାଇବାକୁ ଆସିଥିବା ବେଳେ ବିଦ୍ୟୁତ ଫାଶରେ ପଡିଛନ୍ତି । ସେପଟେ ଆଉ ଏକ ମାଈ ହାତୀ ନିକଟବର୍ତ୍ତୀ ଅଞ୍ଚଳରେ ଘୂରି ବୁଲୁଥିବା ବେଳେ ତାହା ମୃତ ଶାବକର ମା ବୋଲି ସନ୍ଦେହ କରାଯାଉଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.