ପ୍ରମୂଖ ଖବର
  • ପୁରୀରେ କାଳବୈଶାଖୀ ପ୍ରଭାବ: ଭୁଶୁଡ଼ି ପଡ଼ିଲା କମାରଶାଳ
  • ||
  • ପ୍ରକାଶ ପାଇଲା ICSE ଦଶମ ଏବଂ ISC ଦ୍ୱାଦଶ ପରୀକ୍ଷା ଫଳାଫଳ, ଜାଣନ୍ତୁ କେମିତି ଚେକ୍‌ କରିବେ ରେଜଲ୍ଟ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ଚାକିରିରୁ ବହିଷ୍କୃତ ହେଲେ ୩ ଆଇଆରବି ଯବାନ

Published By : Prameya | April 12, 2025 9:56 PM

ବୌଦ୍ଧ,୧୨।୪ : ମନମୁଣ୍ଡା ଆଇଆରବି ବାରାକ ରୁ ୧୫ କେଜି ଗଞ୍ଜେଇ ଜବତ ଘଟଣାରେ  କାର୍ଯ୍ୟାନୁଷ୍ଠାନ । ଚାକିରି ରୁ ବହିଷ୍କୃତ ହେଲେ ୩ ଆଇଆରବି ଯବାନ । ଯବାନ ମାନେ ହେଲେ ହାବିଲଦାର କୁନାର ସିଂହ, କନେଷ୍ଟବଳ ତ୍ରିଲୋଚନ ରଣା ଓ କନେଷ୍ଟବଳ ନିଲମ୍ ବାର୍ଲା । ଗତ ମାର୍ଚ୍ଚ ୨୫ ରେ ଗିରଫ ହୋଇଥିଲେ ୩ ଯବାନ । 

ମନମୁଣ୍ଡା ଥାନା ଅଂଚଳରେ ନକ୍ସଲ ଙ୍କ ଗତିବିଧି କୁ ନେଇ ନଜର ରଖିବା ଏବଂ ଗଞ୍ଜେଇ ଚାଲାଣ ଉପରେ ନଜର ରଖିବା ପାଇଁ ପଞ୍ଚମ ଆଇଆରବି ବାଟାଲିୟନ ର ଏକ ପ୍ଲାଟୁନ କୁ ମନମୁଣ୍ଡା ଥାନା ପରିସରରେ ଥିବା ବାରାକରେ ନିୟୋଜିତ କରାଯାଇଥିଲା । ତେବେ ଗତ ୨୫ ତାରିଖରେ ବାରାକରେ ବାଟାଲିୟନର ୩ ଜଣ ଯବାନ ଗଞ୍ଜେଇ ରଖିଥିବା ନେଇ ପୋଲିସ ସୂଚନା ପାଇବା ପରେ ସେଠାରେ ଚଢାଉ କରିଥିଲା । ୩ ଜଣ ଯବାନ ଙ୍କ ନିକଟରୁ ୧୫ କେଜି ୯୩୦ ଗ୍ରାମ ଗଞ୍ଜେଇ ଜବତ କରାଯିବା ସହିତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ପୋଲିସ। ହାବିଲଦାର କୁନାର ସିଂହଙ୍କ ନିକଟରୁ ୫ କେଜି, କନେଷ୍ଟବଳ ତ୍ରିଲୋଚନ ରଣାଙ୍କ ନିକଟରୁ ୭ କେଜି ଓ କନେଷ୍ଟବଳ ନିଲମ୍ ବାର୍ଲାଙ୍କ ନିକଟରୁ ୩ କେଜି ଗଞ୍ଜେଇ ଜବତ ହୋଇଥିଲା । ପରବର୍ତ୍ତୀ ସମୟରେ ଏମାନଙ୍କୁ ଚାକିରି ରୁ ନିଲମ୍ବିତ କରାଯାଇଥିବା ବେଳେ ଶନିବାର ୩ ଜଣ ଯବାନ ଙ୍କୁ ଚାକିରି ରୁ ବହିଷ୍କୃତ କରାଯାଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.