ପ୍ରମୂଖ ଖବର
  • ସୋର : ପାଇଖାନା ଟାଙ୍କି କାମ କରୁଥିଲେ, ବିଦ୍ୟୁତ ଆଘାତରେ ୩ ଶ୍ରମିକ ମୃତ
  • ||
  • ସରିଲା କ୍ରିକେଟର ରିଙ୍କୁ ସିଂଙ୍କ ନିର୍ବନ୍ଧ; ପ୍ରିୟା ସରୋଜଙ୍କୁ ପିନ୍ଧାଇଲେ ମୁଦି, ଲୁହ ଅଟକାଇ ପାରିଲେନି ସାଂସଦ
  • ||
  • ଶିଳ୍ପ ବିକାଶ ନେଇ ରାଜ୍ୟ ସରକାରଙ୍କ ବୈଠକ, ଶିଳ୍ପପତି ଓ ଉଦ୍ୟୋଗୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
  • ||
  • ୧୭ ବର୍ଷ, ଅନେକ ଚ୍ୟାଲେଞ୍ଜ ଆଉ ଐତିହାସିକ ଚେନାବ ବ୍ରିଜ... ଜାଣନ୍ତୁ କିଏ ମାଧବୀ ଲତା ? ତୁଲାଇଥିଲେ ବଡ଼ ଭୂମିକା
  • ||
  • ଅନୁଗୁଳ : ବିଦ୍ୟୁତ୍ ଆଘାତରେ ଶିଶୁପୁତ୍ର ଗୁରୁତର, ମେଡିକାଲରେ ଭର୍ତ୍ତି
  • ||
  • ଅନୁଗୁଳ : କାରଖାନାରେ ଅଘଟଣ, ୧୫ ଫୁଟ ଉଚ୍ଚରୁ ପଡ଼ି ଶ୍ରମିକ ମୃତ
  • ||
  • ଢେଙ୍କାନାଳ : ବଗିଚା ଜଗିବାକୁ ଯିବାବେଳେ କଚାଡି ଦେଲା ହାତୀ, ବୃଦ୍ଧ ଗୁରୁତର
  • ||
  • ରାଜଧାନୀ‌ରେ ଚାଞ୍ଚଲ୍ୟ: ନାବାଳିକାକୁ ସେବାୟତଙ୍କ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
  • ||
  • ଏଲନ ମସ୍କଙ୍କୁ ଭୟଙ୍କର ପରିଣାମ ଭୋଗିବାକୁ ପଡିବ...ଡୋନାଲ୍ଡ ଟ୍ରମ୍ପଙ୍କ ଚେତାବନୀ
  • ||
  • ଅଶାନ୍ତ ମଣିପୁର; ୫ ଦିନ ୫ ଜିଲ୍ଲାରେ ଇଣ୍ଟରନେଟ୍ ସେବା ବନ୍ଦ
  • ||
  • ଭଦ୍ରକ : ଓଲଟିଲା ବାଲି ବୋଝେଇ ଟ୍ରକ୍‌, ଅଳ୍ପକେ ବର୍ତ୍ତିଲେ ପରିବାରଲୋକେ
  • ||
  • କୋଲମ୍ବିଆରେ ରାଷ୍ଟ୍ରପତି ପ୍ରାର୍ଥୀ ମିଗୁଏଲଙ୍କୁ ଗୁଳିମାଡ଼, ସଙ୍କଟାପନ୍ନ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ତତଲା କଢ଼େଇରେ ସିଝୁଛି ଓଡ଼ିଶା: ୩ ଦିନରେ ୨ରୁ ୩ ଡିଗ୍ରୀ ବଢ଼ିବ ତାତି, ସୋମବାର ୪୪ ଡିଗ୍ରୀ ଛୁଇଁପାରେ ପାରଦ
  • ||

ପାଇଖାନା ଟାଙ୍କି କାମ କରୁଥିଲେ, ବିଦ୍ୟୁତ ଆଘାତରେ ଚାଲିଗଲା ୩ ଶ୍ରମିକଙ୍କ ଜୀବନ

Published By : Suraj Kumar | June 8, 2025 4:29 PM

ସୋର,୮।୬ :  ପାଇଖାନା ଟାଙ୍କି କାମ କରୁଥିବା ବେଳେ ବିଦ୍ୟୁତ ଆଘାତରେ ୩ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଝିଙ୍କିରିଆ ପଞ୍ଚାୟତ ଗଗନଧୂଳି ଗାଁରେ ଏହି ଘଟଣା ଘଟିଛି । ମୃତ ଶ୍ରମିକ ହେଲେ ହରେକୃଷ୍ଣ ଦାସ, ନରହରି ବେହେରା ଏବଂ ବାବାଜୀ ମାଝୀ ।

ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଝିଙ୍କିରିଆ ପଞ୍ଚାୟତ ଗଗନଧୂଳି ଗାଁର ହରେକୃଷ୍ଣ ଦାସଙ୍କ ପାଇଖାନା ଟାଙ୍କି କାମ ହେଉଥିଲା।  ସେଠାରେ ବିଦ୍ୟୁତ ସଂଯୋଗ କରି ପାଇଖାନା ଟାଙ୍କି କାମ କରୁଥିଲେ l ହଠାତ ୩ ଜଣ ଶ୍ରମିକ ବିଦ୍ୟୁତ    ଆଘାତର ଶିକାର ହୋଇଥିଲେ l ଘଟଣା ସ୍ଥଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟ ୨ ଜଣ ଗୁରୁତର ହୋଇଥିଲେ। ଗୁରୁତରଙ୍କୁ ଚିକିତ୍ସା ପାଇଁ ଭଦ୍ରକ ମେଡିକାଲ ଅଣାଯାଇଥିଲା। ସେଠାରେ ୨ ଜଣଙ୍କ ମୃତ୍ୟୁ ଘଟିଛି।  ଖଇରା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଚଳାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.