ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଜମ୍ମୁ-କାଶ୍ମୀର ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିପାତ, ସର୍ଚ୍ଚ ଅପରେସନ ଜାରି

Published By : Prameya | April 12, 2025 8:10 AM

ଶ୍ରୀନଗର,୧୨/୦୪: ଜମ୍ମୁ-କାଶ୍ମୀରର କିସ୍ତୱାରା ଜିଲ୍ଲା ଚତ୍ରୁ ଜଙ୍ଗଲରେ ଶୁକ୍ରବାର ସୁରକ୍ଷା ବାହିନୀ ଓ  ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି । ଏଥିରେ ୩ ଜଣ ଆତଙ୍କବାଦୀ  ପ୍ରାଣ ହରାଇଛନ୍ତି । ସେମାନଙ୍କ ମଧ୍ୟରେ  ଜୈସ୍‌ କମାଣ୍ଡର ସୈଫୁଲ୍ଲା ରହିଛି । ଏହା ପରେ  ସୁରକ୍ଷା ବାହିନୀ ପକ୍ଷରୁ ସେଠାରେ  ସର୍ଚ୍ଚ ଅପରେସନ ଜାରି ରହିଛି।

ଗତ ୯ ତାରିଖରେ ସମ୍ପୃକ୍ତ ଜଙ୍ଗଲ ଅଞ୍ଚଳରେ କିଛି ଆତଙ୍କବାଦୀଙ୍କ ଗତିବିଧି ସମ୍ପର୍କରେ  ସେନାକୁ ସୂଚନା ମିଳିଥିଲା । ଏହା ପରେ  ସୁରକ୍ଷା ବାହିନୀ ପକ୍ଷରୁ ସେଠାରେ  ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା ।  ଏଥିରେ ବହୁ ସଂଖ୍ୟକ ସୁରକ୍ଷା କର୍ମୀଙ୍କୁ  ସାମିଲ କରାଯିବା ସହ ଡ୍ରୋନକୁ ମଧ୍ୟ  ନିୟୋଜିତ କରାଯାଇଥିଲା । ନିକଟବର୍ତ୍ତୀ  ଗାଁରେ ହାଇଆଲର୍ଟ ଜାରି କରାଯାଇଥିଲା ।  ସ୍ଥାନୀୟ ଲୋକଙ୍କୁ ସନ୍ଦିଗ୍ଧଙ୍କ ଗତିବିଧି ସମ୍ପର୍କରେ ସୂଚନା ଦେବାକୁ ଅନୁରୋଧ  କରାଯାଇଥିଲା । ଗତ ୩ ଦିନ ଧରି ଗୁଳି  ବିନିମୟ ପରେ ୩ ଆତଙ୍କବାଦୀ  ନିପାତ ହୋଇଛନ୍ତି । ସମ୍ପୃକ୍ତ ଅଞ୍ଚଳରେ  ସୁରକ୍ଷା ବାହିନୀ ପକ୍ଷରୁ ସର୍ଚ୍ଚ  ଅପରେସନ ମଧ୍ୟ ଜାରି ରହିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.