ପ୍ରମୂଖ ଖବର
  • ଶ୍ରୀମନ୍ଦିରରେ ବ୍ୟବହାର ହେବ ଓମଫେଡ୍ ଘିଅ
  • ||
  • ୪୮ ବିଧାନସଭା ଓ ୨ ଲୋକସଭା ଆସନରେ ହେବ ଉପନିର୍ବାଚନ
  • ||
  • ନଭେମ୍ବର ୧୩ ଓ ୨୦ରେ ଝାଡ଼ଖଣ୍ଡ ନିର୍ବାଚନ
  • ||
  • ନଭେମ୍ବର ୨୦ରେ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ
  • ||
  • ୨୩ରେ ଓଡିଶା ଆସିବେ ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁ, ୩ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • ଭୁବନେଶ୍ୱର: ପ୍ରେମ ପାଇଁ ଆପାର୍ଟମେଣ୍ଟରୁ ଡେଇଁ ଜୀବନ ହାରିଲେ ଯୁବକ, ପ୍ରେମିକା ନାଁରେ ମାମଲା
  • ||
  • ଦୁର୍ଗାମୂର୍ତ୍ତି ବିସର୍ଜନ ବେଳେ ବହରାଇଚରେ ହିଂସା, ଇଣ୍ଟରନେଟ ବନ୍ଦ
  • ||
  • ଗୁରୁବାର ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ନିବେଶ ଟାଣିବାକୁ କରିବେ ରୋଡ ସୋ’
  • ||
  • ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ ସକ୍ରିୟ, ଆଜି ନେଇପାରେ ଲଘୁଚାପ ରୂପ: ୧୮ରୁ ୨୦ମଧ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
  • ||

କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୩ ଶ୍ରମିକ ମୃତ

ନୂଆଦିଲ୍ଲୀ,୧୩/୦୯ : କେମିକାଲ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ । ଫଳରେ  ଜଳିଗଲେ ୩ ଜଣ ଶ୍ରମିକ।  ତେବେ ମହାରାଷ୍ଟ୍ରର ରାଏଗଡ଼ ଜିଲ୍ଲାରେ ଘଟିଛି ଏହି ଘଟଣା। ସେହିପରି ଏହି ଦୁର୍ଘଟଣାରେ ଅନେକ ଆହତ ହୋଇଥିବା ସୂଚନା ମିଳିଛି। 

ପୋଲିସର ସୂଚନା ଅନୁଯାୟୀ, ଗତକାଲି  ଫ୍ୟାକ୍ଟ୍ରିରେ  କାମ ଚାଲିଥିବା ବେଳେ ହଠାତ୍‌ ବିସ୍ଫୋରଣ ହୋଇଥିଲା। ଫଳରେ ଉକ୍ତ ସ୍ଥାନରେ କାମ କରୁଥିବା ୩ ଜଣ ଶ୍ରମିକ ଜିଅନ୍ତା ଜଳି ଯାଇଥିଲେ। ତେବେ ମୃତ ଶ୍ରମିକମାନେ ଉତ୍ତରପ୍ରଦେଶର ବୋଲି ଜଣାଯାଇଛି। ଖବର ପାଇ ତୁରନ୍ତ ପୋଲିସ୍‌ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏହାପରେ ଫ୍ୟାକ୍ଟ୍ରିରେ ଛାନଭିନ କରି ବହୁ ଶ୍ରମିକ ଜଳି ଯାଇ ଗୁରୁତର ହୋଇଥିବା ଦେଖିବାକୁ ମିଳିଛି। ସେମାନଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି । ତେବେ  କାହିଁକି ଓ କେଉଁ ପରିସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ପୋଲିସ୍‌ ଏହାର ତଦନ୍ତ ଜାରି ରଖିଥିବା ବେଳେ ଫ୍ୟାକ୍ଟ୍ରିର ମାଲିକ ଓ ବରିଷ୍ଠ ଅଧିକାରୀଙ୍କୁ ପଚରାଉଚରା ଚାଲିଥିବା ଜଣାପଡିଛି ।  



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.