ପ୍ରମୂଖ ଖବର
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ସରକାରୀ ଅର୍ଥ ଆତ୍ମସାତ ମାମଲା, ଅବସରପ୍ରାପ୍ତ ଭିଏଲଡବ୍ଲୁ୍ୟଙ୍କୁ ୩ ବର୍ଷ ଜେଲ

Published By : Suraj Kumar | April 23, 2025 8:23 PM

ଭୁବନେଶ୍ବର,୨୩।୪ : ସରକାରୀ ଅର୍ଥ ଆତ୍ମସାତ ମାମଲାର ବିଚାର କରି ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ  କୋର୍ଟ   ଅବସରପ୍ରାପ୍ତ ଭିଏଲଡବ୍ଲୁ୍ୟ ତଥା କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ତାଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ସହ ୨୫,୦୦୦ ଟଙ୍କା ଜରିମାନାରେ ଦଣ୍ଡିତ କରିଛନ୍ତି।  ଅବସରପ୍ରାପ୍ତ ଭିଏଲଡବ୍ଲୁ୍ୟ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ  ଜଣକ ହେଲେ ନବ କିଶୋର ନାୟକ। 

ପୁରୀ ଜିଲ୍ଲା ଗୋପ ବ୍ଲକ ଏରାବଙ୍ଗା  ଗ୍ରାମ ପଞ୍ଚାୟତର ପୂର୍ବତନ ଭିଏଲଡବ୍ଲୁ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ  ନବ କିଶୋର ନାୟକ ଗୋପ ବ୍ଲକ ଅଧୀନରେ ସିମେଣ୍ଟ କଂକ୍ରିଟ୍ ରାସ୍ତା କାମ ନକରି ଅର୍ଥ ଆତ୍ମସାତ  କରିଥିବା ଅଭିଯୋଗ ହୋଇଥିଲା।  ଭିଜିଲାନ୍ସ ପକ୍ଷରୁ ଏହାର ତଦନ୍ତ କରାଯାଇ ତାଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରାଯାଇଥିଲା। ଏହି ମାମଲାର ବିଚାରକରି ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ  ଅବସରପ୍ରାପ୍ତ ଭିଏଲଡବ୍ଲୁ୍ୟଙ୍କୁ  ଉପରୋକ୍ତ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହି ରାୟ ପରେ ଭିଜିଲାନ୍ସ ପକ୍ଷରୁ ତାଙ୍କ ପେନସନ ବନ୍ଦ ପାଇଁ ପଦକ୍ଷେପ ନିଆଯିବ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.