ପ୍ରମୂଖ ଖବର
  • ଜନ୍ମବେଦିରୁ ବାହୁଡ଼ିଲେ ଦାରୁବ୍ରହ୍ମ,ବୁଧବାର ସୁନାବେଶ, ଗୁରୁବାର ଅଧରପଣା, ଶୁକ୍ରବାର ନୀଳାଦ୍ରି ବିଜେ
  • ||
  • ଝାରସୁଗୁଡ଼ା: ଧାର ଟଙ୍କା ଫେରସ୍ତକୁ ନେଇ ଗୁଳିକାଣ୍ଡ, ଜଣେ ଆହତ
  • ||
  • ବିଶ୍ୱ ସର୍ପ ଦିବସ: ବର୍ଷା ଦିନେ ସତର୍କତା ଜରୁରି, ୫ ବର୍ଷରେ ଗଲାଣି ୫୨୧୯ ଜୀବନ
  • ||
  • ବାରିପଦା : ସ୍କୁଟିକୁ ଧକ୍କା ଦେଲା ଟ୍ରକ୍, ୨ ମୃତ
  • ||
  • ମୁମ୍ବାଇ ଏକ୍ସପ୍ରେସ ହାଇୱେରେ ବସ୍-ଟ୍ରାକ୍ଟର ମୁହାଁମୁହିଁ ଧକ୍କା, ୫ମୃତ, ୪୨ ଆହାତ
  • ||
  • ସଇଁନ୍ତଳା ରାଇସମିଲ ନିକଟରେ ହାଇୱା ଟ୍ରକକୁ ପିଟିଲା ଯାତ୍ରୀବାହୀ ବସ୍‌, ଏକାଧିକ ଯାତ୍ରୀ ଆହତ
  • ||
  • ରାଜ୍ୟରେ ଲଘୁଚାପ ସକ୍ରିୟ: ୧୭ରୁ ବଢ଼ିବ ବର୍ଷା, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷିବ
  • ||

ଲାଞ୍ଚ ନେବା ଅଭିଯୋଗରେ ଅବସରପ୍ରାପ୍ତ କିରାଣୀଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ,୧୬/୧୨ : ଜନୈକ ଅବସରପ୍ରାପ୍ତ କର୍ମଚାରୀଙ୍କ ଠାରୁ ବକେୟା ପ୍ରାପ୍ୟ କରେଇ ଦେବା ପାଇଁ ଲାଞ୍ଚ ନେବା ଅଭିଯୋଗର ଶୁଣାଣୀ କରି ଫୁଲବାଣୀ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ ଜଣେ  ପୂର୍ବତନ କିରାଣୀଙ୍କୁ ୩ ବର୍ଷ ସଶ୍ରମ ଜେଲଦଣ୍ଡ ଆଦେଶ ଦେଇଛନ୍ତି। ଏଥିସହ ତାଙ୍କୁ ୫ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଧିକ ୩ ମାସ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଫୁଲବାଣୀ ଗ୍ରାମ୍ୟ ନିର୍ମାଣ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର ତତ୍କାଳୀନ କନିଷ୍ଠ କିରାଣୀ ଅମୂଲ୍ୟ କୁମାର ସାହୁ। 

ସୂଚନା ଅନୁଯାୟୀ, ଗତ ୨୦୨୦ ମସିହାରେ ଏହି କାର୍ଯ୍ୟାଳୟର ଅବସରପ୍ରାପ୍ତ କର୍ମଚାରୀ ଶଙ୍କର୍ଷଣ ଶତପଥୀଙ୍କ ଗ୍ରାଚ୍ୟୁଇଟି ଏବଂ ଗ୍ରେଡ ପେ ବାବଦରେ ବକେୟା ଟଙ୍କା ପାଇବାର ଥିଲା। କିରାଣୀ  ଅମୂଲ୍ୟ କୁମାର ସାହୁ ଜଣକ ଏହି ବକେୟା ଟଙ୍କାର ବିଲ କରେଇ ଦେବା ପାଇଁ ତାଙ୍କୁ ଲାଞ୍ଚ ମାଗିଥିଲେ।    ଏ ନେଇ ଶଙ୍କର୍ଷଣ ଭିଜିଲାନ୍ସ ବିଭାଗକୁ ଲିଖିତ ଭାବେ ଜଣାଇଥିଲେ। ୨୦୨୦ ଫେବୃୟାରୀ ୧୨ ତାରିଖରେ ଅଭିଯୁକ୍ତ ନିଜ କାର୍ଯ୍ୟାଳୟରେ ଏହି ଲାଞ୍ଚ ଟଙ୍କା ନେଉଥିବା ବେଳେ ପୂର୍ବ ପ୍ରସ୍ତୁତି ପ୍ରକାରେ ଭିଜିଲାନ୍ସ ବିଭାଗ ତାଙ୍କୁ ଧରିଥିଲେ । ଏ ନେଇ ବ୍ରହ୍ମପୁର ଭିଜିଲାନ୍ସ ଥାନାରେ ଏକ ମାମଲା ରୁଜ୍ଜୁ  କରାଯାଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା। ଆଜି ଏହି ମାମଲାର ଶୁଣାଣୀ କରି ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ବିଚାରପତି ସମରବିଳାସ ବେହେରା  ସାକ୍ଷୀ ମାନଙ୍କ ବୟାନ ଓ ଅନ୍ୟ ତଥ୍ୟ ପ୍ରମାଣ ଆଧାରରେ  ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଉପରୋକ୍ତ ରାୟ ଶୁଣାଇଛନ୍ତି। ମାମଲାଟିକୁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଭି ଭି ରାମଦାସ ପରିଚାଳନା କରୁଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.