ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ

Published By : Harapriya Sethi | October 5, 2024 9:41 AM

ଭୋଗରାଇ,୦୫/୧୦: ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା । ତିନି ଜଣ ଯୁବକଙ୍କୁ ନିସ୍ତୁକ ମାଡ଼ ମାରିଲେ ଗ୍ରାମବାସୀ । କମେଣ୍ଟ ମାରିଥିବା ଯୁବକ ୩ ଜଣ ବାଲିଆପାଳ ଅଞ୍ଚଳର ବୋଲି ଜଣାପଡ଼ିଛି । ବାଲେଶ୍ବର ଜିଲ୍ଲା କମର୍ଦା ଥାନା ଆରୁହାବୃତ୍ତି-୧ ନୋଡାଲ ବିଦ୍ୟାଳୟ ସମ୍ମୁଖରେ ଏଭଳି ଘଟଣା ଘଟଛି । 

ସୂଚନା ମୁତାବକ,  ସ୍କୁଲ୍ ଛୁଟି ହେବାପରେ ଛାତ୍ରଛାତ୍ରୀମାନେ ବିଦ୍ୟାଳୟରୁ ଘରକୁ ଫେରୁଥିଲେ । ଏହି ସମୟରେ ସ୍କୁଲ ସାମ୍ନାରେ ବାଇକ୍‌ରେ ୩ ଜଣ ଯୁବକ ଆସି ଜଣେ ଛାତ୍ରୀଙ୍କୁ କମେଣ୍ଟ ମାରିବା ସହ ତାଙ୍କ ଫଟୋ ମଧ୍ୟ ଉଠାଇଥିଲେ । ଏଥିରେ ଡରିଯାଇ ଛାତ୍ରୀ ଜଣକ କାନ୍ଦି ସେଠାରୁ ପଳାଇଥିଲେ । ସେଠାରୁ ଯାଇ  ଗ୍ରାମବାସୀଙ୍କୁ କୁ କହିବା ପରେ ଗ୍ରାମବାସୀ ଓ ଅଭିଭାବକ ଯୁବକଙ୍କୁ କାବୁ କରି ମାଡ଼ ମାରିଥିଲେ । ପରେ ଏହି ଘଟଣା ସମ୍ୱନ୍ଧରେ କର୍ମଦା ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତିନିଜଣ ଯୁବକଙ୍କୁ ଅଟକ ରଖି ଘଟଣାର ତଦନ୍ତ କରୁଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.