ପ୍ରମୂଖ ଖବର
  • ଇଷ୍ଟଦେବୀଙ୍କୁ ଲାଗି ହେଲା ନବାନ୍ନ, ସମ୍ବଲପୁର ଅଧିଷ୍ଠାତ୍ରୀ ମା ସମଲେଶ୍ବରୀଙ୍କୁ ଲାଗି ହେଲା ନବାନ୍ନ
  • ||
  • ଆସନ୍ତା ୩୦ରୁ ଭିତରକନିକାରେ ପକ୍ଷୀ ଗଣନା, ପ୍ରତି ଦଳରେ ୭ ଜଣ ସାମିଲ ହେବେ
  • ||
  • କନ୍ଧମାଳ: ଦୋକାନ ଭିତରକୁ ମାଡ଼ିଗଲା କାର୍‌; ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର
  • ||
  • ମହାନଦୀ ଜଳ ବିବାଦ, ଆଜି ରାୟପୁରରେ ଗୋଲଟେବୁଲ ବୈଠକ
  • ||
  • LOC ନିକଟ ଗୁରେଜ ସେକ୍ଟରରେ ଏନକାଉଣ୍ଟର, ୨ ଆତଙ୍କୀ ନିହତ
  • ||
  • ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବ ମୁଖର ପଶ୍ଚିମ ଓଡ଼ିଶା, ଗାଁ ଖୁଇଲ୍‌ ଗହଗହ
  • ||
  • ଲଘୁଚାପ ପ୍ରଭାବ: ଆସନ୍ତା ୩୦ ଯାଏ ବିକ୍ଷିପ୍ତ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଆଲର୍ଟ
  • ||

ଛତିଶଗଡ଼ ବିଜାପୁର ପୁଲିସକୁ ବଡ଼ ସଫଳତା; ଅସ୍ତ୍ର ଛାଡ଼ିଲେ ୩୦ ମାଓବାଦୀ

Published By : Harapriya Sethi | August 28, 2025 10:05 AM

ମାଲକାନଗିରି,୨୮/୦୮: ସୀମାନ୍ତ ଜିଲ୍ଲାରେ ପୁଲିସକୁ ବଡ଼ ସଫଳତା । ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା । ୩୦ ଜଣ ମାଓବାଦୀ ବିଜାପୁର ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି । 

ସୂଚନା ମୁତାବକ, ଛତିଶଗଡ଼ ବିଜାପୁରରେ ସୁରକ୍ଷାକର୍ମୀ ଓ ପୁଲିସ ପକ୍ଷରୁ ନିୟମିତ ଭାବେ ମାଓ ବିରୋଧୀ ଅପରେସନ ଚାଲିଛି । ଏହି କ୍ରମରେ ଲାଲ୍‌ ସଂଗଠନକୁ ଲାଗିଛି ଜୋରଦାର ଝଟ୍‌କା । ୮୧ ଲକ୍ଷର ପୁରସ୍କାର ଘୋଷିତ ୩୦ ଜଣ ମାଓବାଦୀ ବିଜାପୁର ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଏମାନଙ୍କ ମଧ୍ୟରେ କିଛି DVCM, ACM ଓ PLGA ସଦସ୍ୟ ରହିଛନ୍ତି । ଦୁର୍ଗମ ଅଞ୍ଚଳରେ ସରକାରଙ୍କ ବିକାଶ ମୂଳକ କାର୍ଯ୍ୟ, ରାସ୍ତା ନିର୍ମାଣ, ପାଣି, ବିଦ୍ୟୁତ ଓ ଅନ୍ୟାନ୍ୟ ଜନ ହିତକର ଯୋଜନା ଗାଁ ଲୋକଙ୍କ ପାଖରେ ପହଞ୍ଚିବା ଆରମ୍ଭ କରିଛି। ସୁରକ୍ଷା ବାହିନୀର ଗ୍ରାମବାସୀଙ୍କ ସହିତ ସକାରାତ୍ମକ ଆଲୋଚନା, କମ୍ୟୁନିଟି ପୋଲିସିଂ ଅଧୀନରେ ଦିଆଯାଉଥିବା ଜନ କଲ୍ୟାଣକାରୀ ଯୋଜନା ବିଷୟରେ ସୂଚନା । ଏହା ସହିତ ଛତିଶଗଡ଼ ସରକାରଙ୍କ ଆତ୍ମସମର୍ପଣ ଏବଂ ପୁନର୍ବାସ ନୀତିର ବ୍ୟାପକ ପ୍ରଚାର ଯୋଗୁଁ ସଂଗଠନରୁ ମାଓବାଦୀଙ୍କ ଭ୍ରମ ଦୂର ହୋଇଛି । ଆତ୍ମସମର୍ପଣ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ପଦକ୍ଷେପ ନେଇଛନ୍ତି । ଏହାପରେ ସେମାନଙ୍କୁ ସରକାରଙ୍କ ନିୟମ ଅନୁସାରେ ଥଇଥାନ କରାଯିବା ବୋଲି ବିଜାପୁର ଏସପି କହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.