ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

'ମୁଖ୍ୟମନ୍ତ୍ରୀ କଳାକାର ଯୋଜନା'ରେ ସାମିଲ ହେବେ ଆଉ ୩୦ହଜାର କଳାକାର

ଭୁବନେଶ୍ଵର,୬/୨ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 'ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା'ରେ ଆଉ  ତିରିଶ  ହଜାର  କଳାକାରଙ୍କୁ   ସାମିଲ  କରିବାକୁ  ନିଷ୍ପତ୍ତି   ନେଇଛନ୍ତି । ଏହା  ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଏକ ପ୍ରମୁଖ ଯୋଜନା। ୫ଟି ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ ଏହି ଯୋଜନାରେ ଅଧିକ  କଳାକାରଙ୍କୁ ସାମିଲ  କରିବା  ପାଇଁ କଳାକାର ଓ ସେମାନଙ୍କର ସଂଗଠନ ଅନୁରୋଧ କରି ପ୍ରସ୍ତାବ ଦେଇଥିଲେ । ମୁଖ୍ୟମନ୍ତ୍ରୀ ଏହାପରେ ଏହି ଯୋଜନାରେ ହିତାଧିକାରୀଙ୍କ ସଂଖ୍ୟା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

ଏହି ଯୋଜନାରେ ୫୦,୦୦୦କଳାକାରମାନଙ୍କୁ ମାସିକ ୧୨୦୦ଟଙ୍କା(ବାର ଶହ ଟଙ୍କା) ସହାୟତା ରାଶି ପ୍ରଦାନ କରାଯାଉଛି। ବର୍ତ୍ତମାନ ଏହି ଯୋଜନାର ହିତାଧିକାରୀଙ୍କ ସଂଖ୍ୟା ୫୦ହଜାରରୁ ୮୦ହଜାରକୁ ବୃଦ୍ଧି କରାଯାଇଛି । ଏହାଦ୍ୱାରା ରାଜ୍ୟର ଆଉ ୩୦ ହଜାର କଳାକାର ଏଥିରେ ଉପକୃତ ହେବେ । ଆମର ଲୋକକଳା ଗୁଡ଼ିକ ଆମ ଜାତିର ଅସ୍ମିତା ଅଟନ୍ତି ଏବଂ କଳାକାରମାନେ ଭାଷା, ସାହିତ୍ଯ ଓ ସଂସ୍କୃତିର ପ୍ରଚାରକ ତଥା ବାର୍ତ୍ତାବହ ଅଟନ୍ତି । ଏହି ଯୋଜନାରେ  ଅଧିକ  କଳାକାରଙ୍କୁ  ସାମିଲ କରାଯିବା ଯୋଗୁଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଅନେକ କଳାକାରମାନେ ଉତ୍ସାହିତ ଓ ଉପକୃତ ହେବେ । ଏହାଦ୍ଵାରା ଆମର କଳାର ସଂରକ୍ଷଣ, ବିକାଶ, ପ୍ରଚାର ଓ ପ୍ରସାର ହେବା ସହିତ ଓଡ଼ିଶାର କଳା ଓ ସଂସ୍କୃତିକୁ ଋଦ୍ଧିମନ୍ତ କରିବ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.