ପ୍ରମୂଖ ଖବର
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ପୂର୍ବତଟ ରେଳପଥ ପକ୍ଷରୁ ଚଳିତ ବର୍ଷ ରଥ ଯାତ୍ରା ପାଇଁ ୩୧୫ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର,୨୮/୬ : ରେଳ ମନ୍ତ୍ରଣାଳୟ ୬ଜୁଲାଇରୁ ୧୯ଜୁଲାଇ ପର୍ଯ୍ୟନ୍ତ ତୀର୍ଥଯାତ୍ରୀମାନଙ୍କ ସୁବିଧାଜନକ ଯାତ୍ରା ପାଇଁ ପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ସମୟରେ ପୁରୀକୁ ଏବଂ ପୁରୀଠାରୁ ୩୧୫ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ଯୋଜନା କରିଛି । ଚଳିତ ବର୍ଷ ଗୁଣ୍ଡିଚା ଯାତ୍ରା ଦୁଇ ଦିନ ଧରି ପାଳନ କରାଯାଉଛି । ପୂର୍ବ ରଥ ଯାତ୍ରା ଉତ୍ସବରୁ ଅଭିଜ୍ଞତାକୁ ନଜରକୁ ନେଇ ପୂର୍ବତଟ ରେଳପଥ ଓଡିଶାର ବିଭିନ୍ନ ସ୍ଥାନ ସହିତ ପଡୋଶୀ ରାଜ୍ୟରୁ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ଯୋଜନା କରିଛି । ଚଳିତ ବର୍ଷ ଜୁନାଗଡ଼ ରୋଡ, ସମ୍ବଲପୁର, କେନ୍ଦୁଝରଗଡ, ପାରାଦୀପ, ଭଦ୍ରକ, ଅନୁଗୁଳ, ଗୁଣୁପୁର, ବାଙ୍ଗିରିପୋସି ବ୍ୟତୀତ ନୂତନ ଭାବେ ବାଦାମପାହାଡ, ରାଉରକେଲା, ବାଲେଶ୍ୱର, ସୋନପୁର ଏବଂ ଦଶପଲ୍ଲା ଠାରୁ ସ୍ୱତନ୍ତ୍ର ଟ୍ରେନ୍ ପୁରୀକୁ ଚଳାଚଳ କରିବ ।

ଏହା ବ୍ୟତୀତ ସାନ୍ଧ୍ୟା ଦର୍ଶନ, ବାହୁଡା ଯାତ୍ରା ଏବଂ ସୁନା ବେଶ ପାଇଁ ମଧ୍ୟ ସ୍ୱତନ୍ତ୍ର ଟ୍ରେନ୍ ଯୋଜନା କରାଯାଇଛି । ଚଳିତ ବର୍ଷ ରଥ ଯାତ୍ରାର ଅଧରପଣା ଉତ୍ସବ ପାଇଁ ମଧ୍ୟ ସ୍ୱତନ୍ତ୍ର ଟ୍ରେନ ଚଳାଇବାକୁ ପୂର୍ବତଟ ରେଳପଥ ଯୋଜନା କରିଛି । ଏଗୁଡିକ ବ୍ୟତୀତ, ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ରେଳପଥ ପକ୍ଷରୁ ଅଧିକ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ମଧ୍ୟ ବ୍ୟବସ୍ଥା କରାଯିବ । ଉପରୋକ୍ତ ଉତ୍ସବ ଦିନମାନଙ୍କରେ ଅଧିକ ଭକ୍ତଙ୍କ ସମାବେଶ ଆଶଙ୍କା କରି ରେଳବାଇ ଭକ୍ତଙ୍କ ଚାହିଦାକୁ ଦୃଷ୍ଟିରେ ରଖି ଅଧିକ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ସୁନିଶ୍ଚିତ କରିଛି ।

ଯାତ୍ରୀମାନଙ୍କ ସୁବିଧା ପାଇଁ, ପୂର୍ବତଟ ରେଳପଥ ରଥ ଯାତ୍ରା ଉତ୍ସବ ସମୟ ମଧ୍ୟରେ କିଛି ଦୂର ଦୂରାନ୍ତର ସ୍ୱତନ୍ତ୍ର ଟ୍ରେନରେ ସଂରକ୍ଷିତ କ୍ଲାସ୍ ଯୋଗାଇବା ପାଇଁ ଆବଶ୍ୟକ ପଦକ୍ଷେପ ନେଇଛି । ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରଥ ଯାତ୍ରା ସମୟରେ ଯାତ୍ରୀଙ୍କ ଯାତାୟାତ ସୁବିଧା ବ୍ୟତୀତ ଯାତ୍ରୀ ପରିସେବା ସୁଦୃଢ଼ କରିବା ଉପରେ ଗୁରୁତ୍ୱାରୋପ କରିଥିବାବେଳେ ତୀର୍ଥଯାତ୍ରୀ ତଥା ଭକ୍ତଙ୍କ ପାଇଁ ଉତ୍ତମ ସୁବିଧା ଯୋଗାଇଦେବାକୁ ପୂର୍ବତଟ ରେଳପଥକୁ ପରାମର୍ଶ ଦେଇଛନ୍ତି ।

ଭକ୍ତମାନଙ୍କୁ ସମସ୍ତ ସୁବିଧା ଯୋଗାଇବା ପାଇଁ ରେଳ ମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ଯାତ୍ରୀ ଭିଡ଼ ପରିଚାଳନା, ଟ୍ରେନ୍ ସୂଚନା ପ୍ରଣାଳୀ / ଅନୁସନ୍ଧାନ କାଉଣ୍ଟର, ଭିଡିଓ ୱାଲ୍ ପ୍ରଦର୍ଶନ, ଅତିରିକ୍ତ ଟିକେଟ୍ ବୁକିଂ କାଉଣ୍ଟର ଏବଂ ମୋବାଇଲ୍ ଟିକେଟ୍ କାଉଣ୍ଟର, ୧୫ହଜାର ତୀର୍ଥଯାତ୍ରୀ ବିଶ୍ରାମ ନେବା ଭଳି ତୀର୍ଥଯାତ୍ରୀ ଅପେକ୍ଷା କ୍ଷେତ୍ର / ଶେଡ୍ ପାଇଁ ମଧ୍ୟ ପୂର୍ବତଟ ରେଳପଥ ପଦକ୍ଷେପ ନେଇଛି । ଏହା ବ୍ୟତୀତ ସୁରକ୍ଷା ବ୍ୟବସ୍ଥା, କ୍ୟାଟରିଂ ସେବା, ମେଡିକାଲ ସୁବିଧା ଏବଂ ଆମ୍ବୁଲାନ୍ସ, ଏବଂ ଯାତ୍ରୀ, ବିଶେଷକରି ତୀର୍ଥଯାତ୍ରୀଙ୍କ ସୁବିଧା ପାଇଁ ବିଦ୍ୟୁତ୍ ଯୋଗାଣ, ଜଳ ଯୋଗାଣ, ପରିଷ୍କାର ପରିଚ୍ଛନ୍ନତା, ନିରାପତ୍ତା, ପାନୀୟ ଜଳ ଏବଂ ପର୍ଯ୍ୟାପ୍ତ ଶୌଚାଳୟ ଯୋଗାଇବା ପାଇଁ ମଧ୍ୟ ବିଶେଷ ପଦକ୍ଷେପ ଗ୍ରହଣ କରିଛି ।

ପୂର୍ବ ତଟ ରେଳ ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି ପୁରୀ ରେଳ ଷ୍ଟେସନରେ ରଥ ଯାତ୍ରା ବ୍ୟବସ୍ଥା ଯାଞ୍ଚ କରି ତୀର୍ଥଯାତ୍ରୀଙ୍କୁ ଦିଆଯାଉଥିବା ସୁବିଧାଗୁଡ଼ିକ ସମ୍ବଧରେ ଅବଗତ ହେବ ସହିତ ରଥ ଯାତ୍ରାର କାର୍ଯ୍ୟସୂଚୀର ବହୁ ପୂର୍ବରୁ ଯାତ୍ରୀ ସୁବିଧା ଉପଲବ୍ଧ କରାଇବାକୁ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.