ପ୍ରମୂଖ ଖବର
  • ୪ ଡିସମିଲ ଜାଗାରୁ କମ ଥିଲେ ଭୂମିହୀନ ଭାବେ ଗଣନା କରାଯିବ: ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ୱର : ଅତ୍ୟଧିକ ଗରମରୁ ATM ମେସିନ୍‌ରେ ଲାଗିଲା ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବରଗଡ଼ : ଚାଉଳ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ; ବେଆଇନ୍‌ ଚାଲାଣ ସନ୍ଦେହରେ ଥାନାରେ ଅଟକ
  • ||
  • ଅନୁଗୁଳ : ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଏନଟିପିସି ଓ କଣିହାଁ ବନ୍ଦ; ସନ୍ଧ୍ୟା ୬ଟା ଯାଏଁ ଚାଲିବ ଆନ୍ଦୋଳନ
  • ||
  • ତୁଟିବ ପୋଲାଭରମ୍ ବିବାଦ, ମେ ୨୮ରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଭଉଁରି ଯାତ୍ରା ପାଇଁ କଡା ସୁରକ୍ଷା ବଳୟରେ ନରେନ୍ଦ୍ର ପୁଷ୍କରିଣୀ: ୧୧ ପ୍ଲାଟୁନ୍‌ ଫୋର୍ସ ମୁତୟନ, ଯାନବାହନ ଚଳାଚଳ ଉପରେ କଟକଣା
  • ||
  • ବରଗଡ଼ : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗରେ ସୈତାନ ବାପାକୁ ଆଜୀବନ ସଜା
  • ||
  • ଗଞ୍ଜାମ : ଗଉଞ୍ଜୁ ଗାଁରେ କାର୍ ପୋଡ଼ିଦେଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ
  • ||
  • ଆନ୍ଧ୍ରପ୍ରଦେଶ: କାର୍ ଭିତରେ ଖେଳୁଥିଲେ ୪ ଶିଶୁ, ଶ୍ଵାସରୁଦ୍ଧ ହୋଇ ଚାଲିଗଲା ଜୀବନ
  • ||
  • IPL 2025: ଏକାନ୍ନାରେ ମୁହାଁମୁହିଁ ହେବେ ସୁପରଜାଏଣ୍ଟ୍‌ସ - ସନ୍‌ରାଇଜର୍ସ, କର ବା ମର’ ସ୍ଥିତିରେ ପନ୍ତ ବାହିନୀ
  • ||
  • କଳାହାଣ୍ଡି : ନିମ୍ନମାନର ରାସ୍ତା ପାଇଁ ବାତେଲିମା ପଞ୍ଚାୟତବାସୀଙ୍କ ରାସ୍ତା ଅବରୋଧ, ୭ ଘଣ୍ଟା ପରେ ସ୍ୱାଭାବିକ ହେଲା ଯାତାୟାତ
  • ||
  • ବଢ଼ିପାରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ, ଉଚ୍ଚଶିକ୍ଷା ବିଭାଗକୁ ୧ ବର୍ଷ ଅବଧି ବୃଦ୍ଧି ପାଇଁ ସୁପାରିସ
  • ||
  • ଭଦ୍ରକ : ସ୍ତ୍ରୀକୁ ପିଟି ପିଟି ମାରିଦେଲା ସୈତାନ ସ୍ୱାମୀ, ଅଭିଯୁକ୍ତ ଅଟକ
  • ||
  • ଆମେରିକା ପୂର୍ବତନ ରାଷ୍ଟ୍ରପତିଙ୍କୁ ପ୍ରୋଷ୍ଟେଟ୍ କ୍ୟାନସର, ହାରିସ୍‌ କହିଲେ ସେ ଫାଇଟର ହାରିବେନି
  • ||
  • କେନ୍ଦୁଝର : ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • କଟକ : କାଠଯୋଡିରେ ୨ଯୁବ ଇଞ୍ଜିନିୟର ବୁଡିଯିବା ଘଟଣା, ଉଦ୍ଧାର ହେଲା ଆଉ ଜଣଙ୍କ ମୃତଦେହ
  • ||
  • ଅଶୋକନଗର ନୂଆ କାର୍ଯ୍ୟାଳୟରେ ବସିଲା ଜନତା ଦରବାର, ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
  • ||
  • ସମ୍ୱଲପୁର : ମଜୁରିଆପଡ଼ାରେ ହାତୀ ଆକ୍ରମଣରେ ବୃଦ୍ଧ ମୃତ, ତଦନ୍ତ କରୁଛି ବନବିଭାଗ
  • ||
  • ରାଜ୍ୟରେ କମିବ ତାତି, ନାକେଦମ୍ କରିବ ଭୀଷଣ ଗୁଳୁଗୁଳି: ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ ସମ୍ଭାବନା
  • ||

ନୂଆ ଅପରାଧିକ ଆଇନ୍‌ର କାର୍ଯ୍ୟକାରୀତା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ରାଜ୍ୟରେ ୩୨ଟି ମୋବାଇଲ ଫରେନସିକ୍ ଭ୍ୟାନ ନିୟୋଜିତ କରାଯିବ

Published By : Prameya | May 7, 2025 9:59 PM

ଭୁବନେଶ୍ୱର,୭।୫ :  ଦେଶର ତିନୋଟି ନୂଆ ଅପରାଧିକ ଆଇନ୍‌ର ଫଳପ୍ରଦ କାର୍ଯ୍ୟକାରୀତା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମୀକ୍ଷା କରିଛନ୍ତି।  ଏଥିରେ ମୁଖ୍ୟମନ୍ତ୍ରୀ ଜିରୋ ଏଫ.ଆଇ.ଆର୍‌ ଉପରେ ଗୁରୁତ୍ୱାରୋପ କରିବା ସହ ଇଏଫଆଇଆର୍, ଇ-ସମନ୍, ଇ-ସାକ୍ଷ୍ୟ ପ୍ରଦାନ ଆଦି ବ୍ୟବସ୍ଥା କାର୍ଯ୍ୟକାରୀ କରିବା ପାଇଁ ପରାମର୍ଶ ଦେଇଥିଲେ। ଏହାଦ୍ୱାରା ନ୍ୟାୟ ପ୍ରଦାନ ବ୍ୟବସ୍ଥା ସହଜ, ସରଳ ହେବା ସହିତ ତ୍ୱରିତ ବେଗରେ କାର୍ଯ୍ୟକାରୀ କରାଯାଇ ପାରିବ। ଏଥିପାଇଁ ଜେଲ୍‌, ହସ୍ପିଟାଲ, ଫରେନସିକ୍ ଲ୍ୟାବ, କୋର୍ଟ ଇତ୍ୟାଦିକୁ ଭିଡିଓ କନ୍‌ଫରେନ୍‌ସ ଜରିଆରେ ଯୋଡିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହାଦ୍ୱାରା ସାକ୍ଷୀମାନେ ଯେଉଁ ସ୍ଥାନରେ ଥିବେ, ସେହି ସ୍ଥାନରୁ ହିଁ ସାକ୍ଷ୍ୟ ପ୍ରଦାନ କରିପାରିବେ। ତଦନ୍ତ ଓ ନ୍ୟାୟ ପ୍ରଦାନ ବ୍ୟବସ୍ଥା ଯେତେଦୂର ସମ୍ଭବ ଇଲେକ୍ଟ୍ରୋନିକ୍ ମୋଡ୍‌ରେ କରିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। 

 ଫରେନ୍‌ସିକ୍ ବ୍ୟବସ୍ଥାର ଉନ୍ନତି ପାଇଁ ଅତ୍ୟାଧୁନିକ ମୋବାଇଲ ଫରେନସିକ୍ ଭ୍ୟାନ ନିୟୋଜିତ କରିବାକୁ ମୁଖ୍ୟମନ୍ତ୍ରୀ କହିଥିଲେ। ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ଖୁବଶୀଘ୍ର ୩୨ଟି ମୋବାଇଲ ଫରେନସିକ୍ ଭ୍ୟାନ ନିୟୋଜିତ କରାଯିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଭିଡ ହିଂସା (Mob Lynching), ଉଗ୍ରବାଦୀ କାର୍ଯ୍ୟକଳାପ ଏବଂ ସଂଗଠିତ ଅପରାଧ (Organized Crime)  କ୍ଷେତ୍ରରେ ଏସ୍‌ପିଙ୍କ ତଳ ର‍୍ୟାଙ୍କର କୌଣସି ଅଧିକାରୀ ତଦାରଖ ନକରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ବୈଠକରେ ନୂଆ ଆଇନ୍‌ର ଫଳପ୍ରଦ କାର୍ଯ୍ୟକାରୀତା ପାଇଁ ପୋଲିସ, ଜେଲ୍,  ଆଇନଗତ କାର୍ଯ୍ୟାନୁଷ୍ଠାନ (Prosecution) ଓ ବିଚାର ବିଭାଗୀୟ ବ୍ୟବସ୍ଥାର ସୁଦୃଢୀକରଣ ଉପରେ ଗୁରୁତ୍ବ ଆରୋପ କରାଯାଇଥିଲା।

ବୈଠକର ସୂଚନା ଅନୁଯାୟୀ ନୂଆ ଅପରାଧିକ ଆଇନ ସଂପର୍କରେ ୯୮ ପ୍ରତିଶତରୁ ଅଧିକ ପୋଲିସ କର୍ମଚାରୀ ଓ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦିଆଯିବା ସହିତ ଦକ୍ଷ ତଦନ୍ତ ପ୍ରକ୍ରିୟା ପାଇଁ ଆଧୁନିକ ଜ୍ଞାନକୌଶଳର ଉପଯୋଗ ପାଇଁ ପଦକ୍ଷେପ ନିଆଯାଉଛି । ଫରେନ୍‌ସିକ ଲ୍ୟାବ ଗୁଡିକର ଉନ୍ନତିକରଣ କରାଯାଉଛି ଏବଂ ଫରେନ୍‌ସିକ ଓ ସାଇବର ଫରେନ୍‌ସିକ ବିଶେଷଜ୍ଞ ମାନଙ୍କ ପାଇଁ  ୨୪୭ଟି ଅତିରିକ୍ତ  ପଦବୀ ସୃଷ୍ଟି କରାଯାଇଛି ।

 ସେହିପରି ଜେଲ୍‌ ବିଭାଗର ଶତ ପ୍ରତିଶତ କର୍ମଚାରୀ ମାନଙ୍କୁ ମଧ୍ୟ ନୂଆ ଆଇନ ସଂପର୍କରେ ପ୍ରଶିକ୍ଷଣ ଦିଆଯାଇଛି । ଜେଲ୍‌ରେ ଭିଡିଓ କନ୍‌ଫରେନ୍‌ସିଂ ପାଇଁ ମଧ୍ୟ ପଦକ୍ଷେପ ନିଆଯାଉଛି। ସେହିପରି ପ୍ରୋସିକ୍ୟୁସନ କ୍ୟାଡରେ ମଧ୍ୟ ୨୬୭ଟି ଅତିରିକ୍ତ ପଦବୀ ସୃଷ୍ଟି କରାଯିବା ସହିତ BNSS ଆଇନ ଅନୁଯାୟୀ ଓଡିଶା ପ୍ରୋସିକ୍ୟୁସନ ନିୟମାବଳୀରେ ମଧ୍ୟ ପରିବର୍ତ୍ତନ କରାଯିବ ବୋଲି ଜଣାଯାଇଛି।  ନ୍ୟାୟ ପ୍ରଦାନ ବ୍ୟବସ୍ଥାରେ ଜଡିତ ସମସ୍ତ ସଂସ୍ଥା ଗୁଡିକ ଦକ୍ଷ ହେଲେ, ନ୍ୟାୟ ପ୍ରଦାନ ବ୍ୟବସ୍ଥା ତ୍ବରିତ ହେବ ଏବଂ ସମସ୍ତଙ୍କୁ ନ୍ୟାୟ ମିଳିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

 ଏହି ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଏବଂ ଇଲେକ୍ଟ୍ରୋନିକ୍‌ସ ଓ ଆଇଟି ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.