PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦୁଝର ସଦର : ମଦ୍ୟପଙ୍କ ଉନ୍ମୁକ୍ତ କାଣ୍ଡ, ବାପାକୁ ପିଟିପିଟି ହତ୍ୟା କଲା ପୁଅ
  • ||
  • ଭୁବନେଶ୍ଵର : ଅକ୍ଟୋବର ୨ରୁ ଏକ ମାସ ବ୍ୟାପି ପଦଯାତ୍ରା କରିବ ବିଜେଡି, ୨୯ ଏବଂ ୩୦ ତାରିଖରେ ବସିବ ପ୍ରସ୍ତୁତି ବୈଠକ
  • ||
  • ବାରିପଦା : ବ୍ୟାଙ୍କ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଏଟିଏମ୍
  • ||
  • ଭୁବନେଶ୍ଵର : ରାଜଧାନୀରେ ଚାଞ୍ଚଲ୍ୟ, ବାର୍‌ରେ ୩ଟି ବୋମାମାଡ଼ କଲେ ୨ ଦୁର୍ବୃତ୍ତ
  • ||

ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୩୨୦ କୋଭିଡ୍ ପଜିଟିଭ

ଭୁବନେଶ୍ଵର, ୨୦/୦୮ : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୧ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୪୭୭୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

୨୭ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪୯ ଜଣ, ସୁନ୍ଦରଗଡ଼ରୁ ୪୫ ଜଣ, କଳାହାଣ୍ଡିରୁ ୩୩ ଜଣ, ସମ୍ବଲପୁରରୁ ୨୪ ଜଣ, ବୌଦ୍ଧରୁ ୧୭ ଜଣ,କଟକରୁ ୧୪ ଜଣ, ବରଗଡ଼ ଓ ବଲାଙ୍ଗୀର ଜିଲ୍ଲାରୁ ୧୩ ଜଣ ଲେଖାଁଏ, ମୟୂରଭଞ୍ଜରୁ ୧୨ ଜଣ, ନୂଆପଡ଼ାରୁ ୧୧ ଜଣ, କନ୍ଧମାଳରୁ ୯ ଜଣ, ନବରଙ୍ଗପୁରରୁ ୮ ଜଣ, ସୋନପୁରରୁ ୭ ଜଣ, ଜଗତସିଂହପୁରରୁ ୬ ଜଣ, ବାଲେଶ୍ବର, ଭଦ୍ରକ, ଗଜପତି, ଯାଜପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ ଲେଖାଁଏ, ଅନୁଗୁଳ, କେନ୍ଦ୍ରାପଡ଼ା ଓ କେନ୍ଦୁଝର ଜିଲ୍ଲାରୁ ୪ ଜଣ ଲେଖାଁଏ, କୋରାପୁଟ ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଁଏ, ଗଞ୍ଜାମ ଓ ନୟାଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ ଜିଲ୍ଲାରୁ ଜଣେ ଏବଂ ଷ୍ଟେଟ୍ ପୁଲ୍‌ରୁ ୧୧ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୪୭୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୨୯୦୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୦୦୪୬୫୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।