ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ଜମି ବିବାଦକୁ ନେଇ ପାକିସ୍ତାନରେ ଗୋଷ୍ଠୀ ସଂଘର୍ଷ, ଉଭୟ ପକ୍ଷରୁ ୩୬ ମୃତ, ୮୦ ଆହତ…

Image Courtesy: pxfuel

ନୂଆଦିଲ୍ଲୀ: ପାକିସ୍ତାନର ଅଶାନ୍ତ ଉତ୍ତର-ପଶ୍ଚିମ କୁର୍ମ ଜିଲ୍ଲାରେ ଏକ ଜମି ବିବାଦକୁ ନେଇ ଦୁଇ ଜନଜାତି ସଂପ୍ରଦାୟର ଲୋକଙ୍କ ମଧ୍ୟରେ ହିଂସାକାଣ୍ଡ ଘଟିଛି। ଗତ ୬ଦିନ ଧରି ଚାଲିଥିବା ଏହି ହିଂସାତ୍ମକ ସଂଘର୍ଷରେ ବର୍ତମାନ ସୁଦ୍ଧା ୩୬ ଜଣଙ୍କର ମୃତ୍ୟୁ ଘଟିଛି । ଏଥିସହ ଏଥିରେ ୮୦ ଜଣ ଆହତ ହୋଇଛନ୍ତି। ପୋଲିସ କହିଛି ଯେ, ପରିସ୍ଥିତିକୁ ଶାନ୍ତ କରିବା ପାଇଁ ସରକାର ଚେଷ୍ଟା ଜାରି ରଖିଛନ୍ତି। 

ପୂର୍ବରୁ ଜୁଲାଇରେ ବୋଶେହରା ଏବଂ ମଲିଖେଲ ଜନଜାତି ମଧ୍ୟରେ ହୋଇଥିବା ସଂଘର୍ଷରେ ଅତି କମରେ ୫୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫୦ ରୁ ଅଧିକ ଆହତ ହୋଇଥିଲେ । ଏହା ପରେ ଏହି ଲଢେଇ ବାଲିଶଖେଲ, ସଦ୍ଧା, ଖାର କାଲାୟ, ପିବର ଏବଂ ମକବାଲ ଭଳି ଅଞ୍ଚଳରେ ବ୍ୟାପିଗଲା । ଏହି ବିବାଦକୁ ବନ୍ଦ କରିବା ପାଇଁ ଉଭୟ ପକ୍ଷର ଆଦିବାସୀ ଡେପୁଟି ଇନ୍ସପେକ୍ଟର ଜେନେରାଲ ଏବଂ କମିଶନର କୋହତଙ୍କୁ ଭେଟିଥିଲେ।

ତେବେ ବର୍ତ୍ତମାନର ଏହି ସଂଘର୍ଷ ମଧ୍ୟରେ ଗୁରୁବାର ତହସିଲ ଅଂଚଳରେ ପ୍ରବଳ ଗୁଳି ବିନିମୟ ହୋଇଛି । ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି । ପୋଲିସର ସୂଚନାନୁସାରେ, ଏହି ସମୟ ମଧ୍ୟରେ ଉଭୟ ପକ୍ଷ ପରସ୍ପରକୁ ଛୋଟ ଏବଂ ବଡ ଅସ୍ତ୍ରରେ ଟାର୍ଗେଟ କରିଥିଲେ । ଏହି କାରଣରୁ ପାରାଚିନାର-ପେଶୱାର ମୁଖ୍ୟ ରାସ୍ତା ଏବଂ ପାକ୍-ଆଫଗାନିସ୍ତାନ ଖାର୍ଲାଚି ସୀମା ବନ୍ଦ ରହିଥିଲା । ଏହି ଅବରୋଧ ଦ୍ୱାରା ଖାଦ୍ୟ, ଇନ୍ଧନ ଏବଂ ଔଷଧ ସମେତ ଅତ୍ୟାବଶ୍ୟକ ସାମଗ୍ରୀର ଅଭାବ ଦେଖାଦେଇଛି ବୋଲି ପୋଲିସ କହିଛି । ପାରାଚିନାର ସହର ସମେତ ପ୍ରଭାବିତ ଅଞ୍ଚଳରେ ଥିବା ଉଭୟ ଘରୋଇ ଏବଂ ସରକାରୀ ବିଦ୍ୟାଳୟ ୬ ଦିନ ପାଇଁ ବନ୍ଦ ରହିଛି।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.