ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୭,୪୦୦ ରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି
  • ||
  • ଭଦ୍ରକ : ସାଲାଇନ ନଦେବାରୁ ଫାର୍ମାସିଷ୍ଟଙ୍କୁ ନିସ୍ତୁକ ମାଡ଼, ଜଣେ ଅଟକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ଅମିନ, ଲାଞ୍ଚ ନେବା ବେଳେ ଧରାପଡ଼ିଲେ
  • ||
  • ଦ୍ୱାରାଶୁଣି ଘାଟିରେ ଖସିଲା ପିଆଜ ବୋଝଇ ଟ୍ରକ,ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • କଟକ: ଶେଷ ହେଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା, ଏବେ ରେଜଲ୍ଟକୁ ଅପେକ୍ଷା
  • ||
  • ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ନବୀନ, ଓ ଶତାଧିକ ବିଜେଡି ଓ କଂଗ୍ରେସ କର୍ମୀ
  • ||
  • କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲା, ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ
  • ||
  • ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଚିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଦୀର୍ଘ ଏକଘଣ୍ଟା ପରେ ଉଦ୍ଧାର ହେଲେ ୩୦ ଯାତ୍ରୀ
  • ||
  • ମଙ୍ଗଳବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ରାଜ୍ୟବାସୀଙ୍କୁ ଦେବେ ୧୯,୬୦୦ କୋଟିର ପ୍ରକଳ୍ପ ଭେଟି
  • ||
  • ପୁଲିସକୁ ଢେଲାମାରି ହତ୍ୟା ଉଦ୍ୟମ ଅଭିଯୋଗ: ଦୁର୍ଦ୍ଦାନ୍ତ ପାକା ଗିରଫ, ଭାଇ ଫେରାର
  • ||
  • ଆଜି ସରିବ ମାଟ୍ରିକ୍‌ ପରୀକ୍ଷା: ଭାଇରାଲ୍‌ ଓ ଲିକ୍‌ ଗୁଜବର ଘଟୁନି ଅନ୍ତ, କ୍ରାଇମ୍‌ବ୍ରାଞ୍ଚ୍‌ରେ ବୋର୍ଡ ଏତଲାର ଫଳ ଶୂନ୍ୟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସର ଦମଦାର ପ୍ରଦର୍ଶନ, ଗୁଜରାଟକୁ ୨୫ରନ୍‌ରେ ହରାଇଲା
  • ||
  • କଳାହାଣ୍ଡିରେ ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ୨୦ ଫୁଟ୍‌ର ଘାଇ, ଦେପୁରରେ କୃତ୍ରିମ ବନ୍ୟା
  • ||
  • ରାଜ୍ୟରେ ବଦଳିବ ପାଣିପାଗ ମିଜାଜ: ଆଜିଠୁ କମିବ ତାତି, ୭ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ସ୍ବାସ୍ଥ୍ୟସେବାରେ ଯୋଗଦେଲେ ୩୭୩୨ନର୍ସିଂ ଅଫିସର

ଭୁବନେଶ୍ବର,୨୯/୧୧ : ଆଜି ରାଜ୍ୟର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ରାଜ୍ୟର ବିଭିନ୍ନ ମେଡିକାଲ କଲେଜ ଓ ଡାକ୍ତରଖାନାରେ  ୩୭୩୨ ଜଣ ନର୍ସିଂ ଅଫିସର ଯୋଗ ଦେଇଛନ୍ତି । ଏଥିପାଇଁ ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମଠାରେ ଏକ ନିଯୁକ୍ତି ପର୍ବର ଆୟୋଜନ କରାଯାଇଥିଲା । ଏହି ଅବସରରେ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂତନ ଭାବେ ଯୋଗଦେଇଥିବା ନର୍ସିଂ ଅଫିସରମାନଙ୍କୁ ପଣ୍ଡିତ ଗୋପବନ୍ଧୁ ଦାସ, ଫ୍ଲୋରେନ୍‌ସ ନାଇଟେଙ୍ଗଲ ଓ ମଦର ଟେରେସାଙ୍କ ପରି ସେବାର ପ୍ରତିମୂର୍ତ୍ତୀମାନଙ୍କ ଆଦର୍ଶକୁ ଅନୁସରଣ କରିବା ପାଇଁ ପରାମର୍ଶ ଦେଇଛନ୍ତି । ନିଃସ୍ବାର୍ଥପର ଭାବେ ନିଷ୍ଠାର ସହ ସେବାର ଏହି ମୂର୍ତ୍ତୀମନ୍ତ ପ୍ରତୀକମାନଙ୍କ ଆଦର୍ଶରେ କାମ କଲେ, ନିଜ ପାଇଁ ସେମାନେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ରୋଗୀ ସେବା ପରି ଏକ ମହାନ ସେବାରେ ଯୋଗଦେଇଥିବାରୁ ନୂଆ ଅଧିକାରୀମାନଙ୍କୁ ଓ ସେମାନଙ୍କ ପରିବାରକୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ସ୍ବାସ୍ଥ୍ୟସେବାର ମୂଳମନ୍ତ୍ର ହେଉଛି ପ୍ରତି ଜୀବନ ମୂଲ୍ୟବାନ । ଏହି ଆଦର୍ଶ ନେଇ ଆମେ କାମ କରୁଛୁ । ଏ ଦିଗରେ ନର୍ସିଂ ଅଫିସରମାନଙ୍କ ଗୁରୁ ଦାୟିତ୍ବ ରହିଛି ବୋଲି ମତ ଦେଇ ସେ କହିଥିଲେ ଯେ ପ୍ରତି ଲୋକ ଯେପରି ଉତ୍ତମ ସେବା ପାଇପାରିବେ, ସେ ଦାୟିତ୍ବ ଆପଣମାନଙ୍କର । ଆପଣମାନେ ହିଁ ରୋଗୀ ଭିତରେ ଭରସା ସୃଷ୍ଟି କରିପାରିବେ । ଆପଣମାନଙ୍କ ନିଷ୍ଠା ଓ ସେବା ହିଁ ରୋଗୀର ବିଶ୍ବାସ ବୃଦ୍ଧି କରିପାରିବ ।  କରୋନା ସମୟରେ ଡାକ୍ତର  ମାନଙ୍କ ସହିତ ନର୍ସିଂ ଅଫିସର ମାନେ ମଧ୍ୟ ବହୁତ ଭଲ କାମ କରିଥିଲେ। କୋଭିଡ ପରିଚାଳନାର ସଫଳତାରେ ନର୍ସିଂ ଅଫିସର ମାନଙ୍କ ବହୁତ ବଡ ଭୂମିକା ଥିଲା ବୋଲି ସେ କହିଥିଲେ।

ରାଜ୍ୟ ସରକାରଙ୍କ ୫ଟି ଉପକ୍ରମ ଉପରେ ଆଲୋକପାତ କରି ସେ କହିଥିଲେ ଯେ, ଏହି ନୀତି ଦ୍ବାରା ଆମର ସ୍ବାସ୍ଥ୍ୟ ସେବା  ବ୍ୟବସ୍ଥା ଫଳପ୍ରଦ ହୋଇପାରିଛି । ସରକାରୀ ଡାକ୍ତରଖାନାରେ ସ୍ବାସ୍ଥ୍ୟସେବାରେ ରୂପାନ୍ତର ଆଜି ସମସ୍ତେ ଅନୁଭବ କରିପାରୁଛନ୍ତି । ଧନୀ, ଗରିବ ଆଜି ସମସ୍ତେ ସରକାରୀ ହସ୍‌ପିଟାଲରେ ମାଗଣାରେ ଉତ୍ତମ ଚିକିତ୍ସା ସୁବିଧା ପାଉଛନ୍ତି । ସ୍ବାସ୍ଥ୍ୟସେବା କ୍ଷେତ୍ରରେ ‘ମୋ ସରକାର’ ବ୍ୟବସ୍ଥାରେ ବହୁତ ଭଲ ଫିଡବ୍ୟାକ ଆସୁଛି । ଏହା ବହୁତ ଉତ୍ସାହପ୍ରଦ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କାର୍ଯ୍ୟକ୍ରମରେ ଉପସ୍ଥିତ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୁଜାରୀ କହିଥିଲେ ଯେ ରାଜ୍ୟବାସୀଙ୍କୁ ପର୍ଯ୍ୟାପ୍ତ ଓ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଆମେ ସବୁବେଳେ ପ୍ରୟାସ କରିଆସିଛୁ ।  

ସେହିଭଳି ୫ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ନବନିଯୁକ୍ତ ନର୍ସିଂ ଅଫିସରମାନଙ୍କ ସହ ମତ ବିନିମୟ କରି କହିଥିଲେ ଯେ ଆପଣମାନେ ଆଜି ନୂଆ ଚାକିରୀରେ ଯୋଗଦେଇ ଯେପରି ଖୁସି ଅଛନ୍ତି,  ଆପଣମାନଙ୍କ ପାଖକୁ ଯେଉଁ ଲୋକ ଚିକିତ୍ସା ପାଇଁ ଆସିବେ, ତାଙ୍କୁ ମଧ୍ୟ ଆପଣମାନେ ଏପରି ଖୁସି ଦେବାକୁ ଉଦ୍ୟମ କରନ୍ତୁ । ସେମାନଙ୍କୁ ଭଲ ସେବା ଦିଅନ୍ତୁ । ସେ ଆହୁରି ମଧ୍ୟ କହିଥିଲେ ଯେ ଲୋକମାନେ ପୁଣ୍ଯ ପାଇଁ ମନ୍ଦିର  ଯାଆନ୍ତି କିନ୍ତୁ ଆପଣମାନେ ଏପରି ଚାକିରି ପାଇଛନ୍ତି ଯେଉଁଥିରେ ରୋଗୀସେବା ଜରିଆରେ ଆପଣ ଭାଗବାନଙ୍କ  ଆଶୀର୍ବାଦ ପାଇବେ ଓ ପୁଣ୍ୟ ଅର୍ଜନ କରିବେ । ସ୍ବଚ୍ଛତାର ସହ ସମସ୍ତଙ୍କୁ ସେବା ପ୍ରଦାନ କରିବା ପାଇଁ ସେ ଆହ୍ବାନ ଦେଇଥିଲେ ।

ମୁଖ୍ୟ ଶାସନ ସଚିବ ପି.କେ ଜେନା କହିଥିଲେ ଯେ, ୩୭୩୨ ଜଣ ନର୍ସିଂ ଅଫିସରଙ୍କ ନୂଆ ନିଯୁକ୍ତି ଆମର ସ୍ବାସ୍ଥ୍ୟସେବା କ୍ଷେତ୍ରକୁ ଅଧିକ ସୁଦୃଢ କରିବା ସହିତ ଆମର ଲକ୍ଷ୍ୟ ପୂରଣରେ ସହାୟକ ହେବ । ସମସ୍ତଙ୍କୁ ନିଷ୍ଠାର ସହ କାମ କରିବାକୁ ସେ ପରାମର୍ଶ ଦେଇଥିଲେ । ନୂତନ ଭାବେ ନିଯୁକ୍ତି ପାଇଥିବା ନର୍ସିଂ ଅଫିସରଙ୍କ ମଧ୍ୟରୁ ସୁନ୍ଦରଗଡ ସରକାରୀ ମେଡିକାଲ କଲେଜର ଲିପ୍‌ସା ନାୟକ, ମୟୁରଭଞ୍ଜର ଦିବ୍ୟଜ୍ୟୋତି ଖଣ୍ଡା ଏବଂ ପୁରୀ ଶ୍ରୀଜଗନ୍ନାଥ ମେଡିକାଲ କଲେଜର ମିତା ବହିଦାର ପ୍ରମୁଖ ନିଯୁକ୍ତି ପ୍ରକ୍ରିୟାରେ ନିଜର ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ, ସ୍ବଚ୍ଛତାର ସହ ଏବଂ ଖୁବ କମ୍‌ ସମୟ ମଧ୍ୟରେ ସେମାନଙ୍କ ନିଯୁକ୍ତି ପ୍ରକ୍ରିୟା ଶେଷ ହୋଇଥିବାରୁ ସେମାନେ ମୁଖ୍ୟମନ୍ତ୍ରୀ ଓ ୫ଟି ଅଧ୍ୟକ୍ଷଙ୍କ ନିକଟରେ କୃତଜ୍ଞ।   ମୁଖ୍ୟମନ୍ତ୍ରୀଙ୍କ ‘ସୁସ୍ଥ ଓଡିଶା ସୁଖୀ ଓଡିଶା’ ଗଠନ ପାଇଁ ସେମାନେ ସମର୍ପିତ ହୋଇ କାର୍ଯ୍ୟ କରିବେ ବୋଲି କହିଥିଲେ । କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଶାଳିନୀ ପଣ୍ଡିତ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନର୍ସିଂ ନିର୍ଦ୍ଦେଶକ ଡଃ ରାମଚନ୍ଦ୍ର ରାଉତ ଧନ୍ୟବାଦ ଅର୍ପଣ କରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.